Posted inଖେଳ

ନିର୍ବାଚନ ଅଧିକାରୀ ନିଯୁକ୍ତି ନେଇ ସିଓଏର ନୂଆ ନିର୍ଦ୍ଦେଶନାମା

ନୂଆଦିଲ୍ଲୀ,୨୬ା୭(ପି.ଟି.)-ବିସିସିଆଇ ସହ ଅନୁବନ୍ଧିତ ରାଜ୍ୟ ସଂଘଗୁଡ଼ିକର ଆଗାମୀ ନିର୍ବାଚନରେ ନିଯୁକ୍ତ ହେବାକୁ ଥିବା ନିର୍ବାଚନ ଅଧିକାରୀଙ୍କୁ ନେଇ ପ୍ରଶାସକ କମିଟି(ସିଓଏ) ପକ୍ଷରୁ ଗୁରୁବାର ନୂତନ ନିର୍ଦ୍ଦେଶନାମା ଜାରି କରାଯାଇଛି। ଭାରତର ପୂର୍ବତନ ଯୁଗ୍ମ କିମ୍ବା ଅତିରିକ୍ତ ମୁଖ୍ୟ ନିର୍ବାଚନ ଆୟୋଗ ଏବଂ ରାଜ୍ୟର ପୂର୍ବତନ ଯୁଗ୍ମ କିମ୍ବା ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତି ଦିଆଯିବା ଆବଶ୍ୟକ ବୋଲି ସିଓଏ ଏହି ନିର୍ଦ୍ଦେଶନାମାରେ ଦର୍ଶାଇଛି। ପାଖାପାଖି ୨୦ଟି ରାଜ୍ୟ ସଂଘ ନିର୍ବାଚନ ଅଧିକାରୀ ନିଯୁକ୍ତ କରିବା ପ୍ରୟାସରେ ରହିଛନ୍ତି। କିଛି ରାଜ୍ୟ ସଂଘ ନିର୍ବାଚନ ଅଧିକାରୀ ନିଯୁକ୍ତି ଦେବା ଲାଗି ଅସୁବିଧାର ସମ୍ମୁଖୀନ ହେଉଥିବା ସିଓଏ ଜାଣିବାକୁ ପାଇଥିଲା। କିଛି ରାଜ୍ୟରେ ରାଜ୍ୟ ନିର୍ବାଚନ ଆୟୋଗ ନ ଥିବାରୁ ସେମାନେ ଏହି ସମସ୍ୟାରେ ପଡ଼ିଥିଲେ। ତେଣୁ ସିଓଏ ଏହି ପରିପ୍ରେକ୍ଷୀରେ ନୂତନ ନିର୍ଦ୍ଦେଶନାମା ଜାରି କରିଛି। ଭାରତର ଜଣେ ପୂର୍ବତନ ମୁଖ୍ୟ ନିର୍ବାଚନ ଆୟୋଗ, ଭାରତୀୟ ମୁଖ୍ୟ ନିର୍ବାଚନ ଆୟୋଗଙ୍କ ପୂର୍ବତନ ସଦସ୍ୟ କିମ୍ବା ପୂର୍ବତନ ରାଜ୍ୟ ମୁଖ୍ୟ ନିର୍ବାଚନ ଆୟୋଗ ରାଜ୍ୟ ସଂଘ ନିର୍ବାଚନର ନିର୍ବାଚନ ଅଧିକାରୀ ହୋଇପାରିବେ। ଯଦି କୌଣସି ସଂଘର ଉପରୋକ୍ତ ଅଧିକାରୀ ମିଳୁନାହାନ୍ତି ତେବେ ପଡ଼ୋଶୀ ରାଜ୍ୟର ଏହିଭଳି ପଦବୀରେ ରହିଥିବା ବ୍ୟକ୍ତିଙ୍କୁ ନିଯୁକ୍ତ କରାଯାଇପାରିବ ବୋଲି ସିଓଏ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri