ନିର୍ବାଚନ କମିଶନଙ୍କୁ ଅବଗତ କଲେ ବିଧାନସଭା ସଚିବ

ଭୁବନେଶ୍ୱର,୧।୨(ବ୍ୟୁରୋ): ଝାରସୁଗୁଡ଼ା ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ରବିବାର ଗୁଳିମାଡ଼ରେ ନିହତ ହୋଇଛନ୍ତି। ମଙ୍ଗଳବାର ଏ ନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ଭାବେ ନିର୍ବାଚନ କମିଶନ ଓ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମେତ ରାଜ୍ୟ ସଭା, ଲୋକ ସଭା, ଓଡ଼ିଶାର ସମସ୍ତ ବିଧାୟକ ଓ ଏମ୍‌ପିଙ୍କୁ ଏ ସମ୍ପର୍କରେ ଅବଗତ କରାଯାଇଛି। ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଝାରସୁଗୁଡ଼ା ଜିଲାର ଝାରସୁଗୁଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ନବ କିଶୋର ଦାସଙ୍କ ଦୁଃଖଦ ମୃତ୍ୟୁ ସମ୍ପର୍କରେ ବାଚସ୍ପତି ଘୋଷଣା କରିଛନ୍ତି। ନବ ୨୦୨୩ ଜାନୁୟାରୀ ୨୯ ତାରିଖ ରବିବାର ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁ ପାଇଁ ବିଧାନସଭାରେ ଗୋଟିଏ ଆସନ ଖାଲି ପଡ଼ିଛି। ବିଧାନସଭା ସଚିବ ଦାଶରଥି ଶତପଥୀଙ୍କ ଦସ୍ତଖତରେ ଜାରି ବିଜ୍ଞପ୍ତିରେ ନିର୍ବାଚନ କମିଶନଙ୍କ ସମେତ ରାଜ୍ୟ ସଭା ଓ ଲୋକ ସଭା ସଚିବାଳୟ, ଓଡ଼ିଶାର ସମସ୍ତ ବିଧାୟକ ଓ ଏମ୍‌ପି, କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ଓ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ସହ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗକୁ ନବଙ୍କ ମୃତ୍ୟୁ ସମ୍ପର୍କରେ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri