Posted inଜାତୀୟ

ନିର୍ବାଚନ ନ ଲଢ଼ି ମୁଖ୍ୟମନ୍ତ୍ରୀ: ରାବ୍ରୀ ଦେବୀ-ମୋଦିଙ୍କ ସମକ୍ଷକ ହେବେ ଉଦ୍ଧବ

ମୁମ୍ବାଇ,୨୭।୧୧: ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେ ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସେ ଏହା ପୂର୍ବରୁ କୌଣସି ନିର୍ବାଚନ ଲଢ଼ି ନାହାଁନ୍ତି। ତେବେ ମୁଖ୍ୟମନ୍ତ୍ରୀ ହେବା ପରେ ତାଙ୍କୁ ୬ ମାସ ମଧ୍ୟରେ ବିଧାନସଭା ଅବା ବିଧାନ ପରିଷଦ ସଦସ୍ୟ ଭାବେ ନିର୍ବାଚିତ ହେବାକୁ ପଡ଼ିବ। ଏହା ପୂର୍ବରୁ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ୧୯୯୭ରେ କୌଣସି ନିର୍ବାଚନ ନ ଲଢ଼ି ରାଜ୍ୟର କ୍ଷମତା ହାସଲ କରିଥିଲେ। ଗୋଖାଦ୍ୟ ଦୁର୍ନୀତିରେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଇସ୍ତଫା ପରେ ରାବ୍ରୀ ଏହି ପଦ ସମ୍ଭାଳି ଥିଲେ। ସେହିପରି ୨୦୦୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟରେ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳି ଥିଲେ। ଏହା ପୂର୍ବରୁ ସେ କୌଣସି ନିର୍ବାଚନ ଲଢ଼ି ନ ଥିଲେ। ଭାଜପା ପକ୍ଷରୁ ଏଠାରେ କେଶୁଭାଇ ପଟେଲ୍‌ଙ୍କୁ ହଟାଯାଇ ମୋଦିଙ୍କ ହାତରେ ଶାସନ ଡୋରି ଦିଆଯାଇଥିଲା। ମୋଦି ୨୦୧୪ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ଏବେ ଏହାର ପୁନରାବୃତ୍ତି ମହାରାଷ୍ଟ୍ରରେ ହେବାକୁ ଯାଉଛି। ଉଦ୍ଧବ ୨୦୦୦ ପର୍ଯ୍ୟନ୍ତ ରାଜନୀତିଠାରୁ ଦୂରରେ ଥିଲେ। ତେବେ ବାଲ୍‌ ଠାକ୍‌ରେଙ୍କ ପରେ ସେ ରାଜନୀତିରେ ସକ୍ରିୟ ହୋଇଥିଲେ। ୨୦୦୨ରେ ତାଙ୍କ ନେତୃତ୍ୱରେ ଶିବସେନା ମୁମ୍ବାଇ ମ୍ୟୁନିସପାଲିଟି ନିର୍ବାଚନରେ ବେଶ୍‌ ସଫଳ ରହିଥିଲା। ୨୦୦୩ରେ ସେ ଶିବସେନାର କାର୍ଯ୍ୟକାରୀ ଅଧ୍ୟକ୍ଷ ହୋଇଥିଲେ। ଫଳରେ ଦଳରେ ବିବାଦ ଦେଖାଦେବାରୁ ତାଙ୍କ ଦାଦା ପୁଅ ରାଜ୍‌ ଠାକ୍‌ରେ ୨୦୦୬ରେ ଶିବସେନାଠାରୁ ଅଲଗା ହୋଇ ନୂଆ ଦଳ ଗଢ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ: ପଛରେ ରହିଛି ଏମିତି କାରଣ

ଭୁବନେଶ୍ୱର, ୧୨ା୮(ବନ୍ଦନା ସେଠୀ):ଭୁବନେଶ୍ୱରରୁ ଧୀରେ ଧୀରେ ବିଭିନ୍ନ ସ୍ଥାନକୁ ଏୟାର୍‌ କନେକ୍ଟିଭିଟି କମିବାରେ ଲାଗିଛି। ଏଥିସହ ଅନ୍ତର୍ଜାତୀୟ ଉଡ଼ାଣ ଏକ ପ୍ରକାର ଠପ୍‌ ହୋଇଯାଇଛି। ପୂର୍ବରୁ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri