ନିର୍ବାଚନ ପରେ କାଁ ଭାଁ ଚାଷୀଙ୍କୁ ମିଳିଛି କାଳିଆ ଟଙ୍କା: ସିପିଆଇର ଗଣଧାରଣା

ନୀଳଗିରି, ୯।୭(ଡି.ଏନ.ଏ.)-ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ), ସ୍ଥାନୀୟ ଆଞ୍ଚଳିକ କମିଟି ପକ୍ଷରୁ ମଙ୍ଗଳବାର ଗଣଧାରଣା ଦିଆଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮୭ଦଫା ଦାବିପତ୍ର ଦିଆଯାଇଥିଲା। ପୂର୍ବାହ୍ନରେ ନିଞ୍ଜନ ବାରିକଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ଶୋଭାଯାତ୍ରାରେ ଆସି ଉପଜିଲାପାଳ ଅଫିସ ଫାଟକ ନିକଟରେ ପହଞ୍ଚିଥିଲେ। ସେଠାରେ କୈଳାସ ଚନ୍ଦ୍ରଙ୍କ ସଭାପତିତ୍ୱରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଥିଲା। ରାଜ୍ୟ ସମ୍ପାଦକ କାନୁନ୍‌ଗୋ,  ବାରିକ ପ୍ରମୁଖ ଯୋଗଦେଇ ରାଜ୍ୟ ଓ କେନ୍ଦ୍ରସରକାରଙ୍କ ଜନବିରୋଧୀ ନୀତିକୁ କଠୋର ସମାଲୋଚନା କରିଥିଲେ। ରାଜ୍ୟ ସରକାର ଚାଷୀଙ୍କ ଭୋଟ୍‌ ହାତେଇବା ପାଇଁ ନିର୍ବାଚନ ପୂର୍ବରୁ କାଳିଆ ଯୋଜନା କରି ସଂଖ୍ୟାଗରିଷ୍ଠତା ହାସଲ କଲେ। ହେଲେ ନିର୍ବାଚନ ପରେ କାଁ ଭାଁ କେତେଜଣ ଚାଷୀଙ୍କୁ ଟଙ୍କା ଦେଇ ଚୁପ୍‌ ବସିଯାଇଛନ୍ତି। ଏହି ଯୋଜନାରେ ବାକି ଥିବା ପୁଞ୍ଜିକୃତ ଲକ୍ଷାଧିକ ଚାଷୀଙ୍କୁ ତୁରନ୍ତ ଟଙ୍କା ପ୍ରଦାନ କରିବା, ଭୂମିହୀନଙ୍କୁ  କିସ୍ତି, ରାଜ୍ୟ ସରକାର କୃଷକ ପରିଚୟପତ୍ର, କୃଷକନିଧି ଯୋଜନାରେ ସାହାଯ୍ୟ ପାଇଁ ରାଜ୍ୟ ସରକାର କୃଷକ ପରିଚୟ କେନ୍ଦ୍ରକୁ ଦିଅନ୍ତୁ। ଆନ୍ତର୍ଜାତିକ ବଜାର ଅଶୋଧିତ ତୈଳ ଦରକୁ ନେଇ କେନ୍ଦ୍ରସରକାର ନାଟକ ବାଜି ବନ୍ଦ କରିବା ସହ ଗ୍ୟାସ୍‌, ପେଟ୍ରୋଲ ଓ ଡିଜେଲ ଦରକୁ ହ୍ରାସ କରି ଦରଦାମ୍‌ ନିୟନ୍ତ୍ରଣ କରନ୍ତୁ ା ଜମାକାରୀଙ୍କୁ ଚିଟ୍‌ଫଣ୍ଡ ଟଙ୍କା ଫେରସ୍ତ ଆଦି ଦାବି କରାଯାଇଥିଲା। ପରେ ଏକ ପ୍ରତିନିଧି ଦଳ ତହସିଲଦାର  ଟୁଡୁଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri