Posted inଜାତୀୟ

ନିର୍ବାଚନ ପୂର୍ବରୁ ସମସ୍ତ ବିରୋଧୀ ଦଳର ନେତାଙ୍କୁ ଗିରଫ କରିବାକୁ ଚାହୁଁଛି ଭାଜପା: ମମତା

କୋଲକାତା,୧।୧୧: ଦିଲ୍ଲୀ ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଇଡି ସମନକୁ ନେଇ ପଶ୍ଚିମବଙ୍ଗର ଖୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି।
ମମତା ବାନାର୍ଜୀ କହିଛନ୍ତି, ୨୦୨୪ ନିର୍ବାଚନ ପୂର୍ବରୁ ଭାଜପା ସମସ୍ତ ବିରୋଧୀଦଳର ନେତାଙ୍କୁ ଗିରଫ କରିବାକୁ ଯୋଜନା କରିଛି, ସେମାନେ ଏକ ଖାଲି ଦେଶରେ ନିଜ ପାଇଁ ଭୋଟ ଚାହୁଁଛନ୍ତି। କିଛି ଏମ୍‌ପିଙ୍କ ଫୋନ୍‌ ହ୍ୟାକ୍‌ କରାଯାଉଛି। ଏଭଳି ପରିସ୍ଥିତିରେ ଅନ୍ୟ ଦେଶମାନେ ଆମ ଦେଶ ବାବଦରେ କ’ଣ ଭାବୁଥିବେ। ବାହାର ଲୋକଙ୍କ ଆଗରେ ଆମେ ଦେଶକୁ କେବେ ଛୋଟ କରି ପାରିବୁ ନାହିଁ। ଆମେ ଏହାର ପ୍ରତିବାଦ କରିବୁ।
ସୂଚନାଯୋଗ୍ୟ,ନଭେମ୍ବର ୨ରେ ପଚରାଉଚରା ପାଇଁ ଇଡି ଅରବିନ୍ଦ କେଜ୍‌ରିୱାଲଙ୍କୁ ଡାକିଛନ୍ତି। ଅକ୍ଟୋବର ୩୧ରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଟିଏମସି ଏମ୍‌ପିମହୁଆ ମିତ୍ର, କଂଗ୍ରେସ ଏମ୍‌ପି ଶଶି ଥରୁର, ଆମ ଆଦମୀ ପାର୍ଟି ନେତା ରାଘବ ଚଢାଙ୍କ ସମେତ ଅନେକ ନେତା ଆପଲର ସତର୍କ ସୂଚନାକୁ ଦର୍ଶାଇ ସରକାର ସେମାନଙ୍କୁ ହ୍ୟାକ କରୁଛନ୍ତି ବୋଲି କହିଛନ୍ତି। ଏ ସମ୍ପର୍କରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ସମସ୍ତ ଅଭିଯୋଗ ଭିତ୍ତିହୀନ। ସମଗ୍ର ଘଟଣାର ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

୩ ଘଣ୍ଟାରେ ବୈଠକ ଶେଷ, ଫଳ ଶୂନ: ଯୁଦ୍ଧ ଆଶଙ୍କା ମଧ୍ୟରେ…

ଜେନେଭା,୧୮ା୨:ଆମେରିକା-ଇରାନ ଯୁଦ୍ଧ ଆଶଙ୍କା ମଧ୍ୟରେ ଉଭୟ ପକ୍ଷଙ୍କ ଭିତରେ ଦ୍ୱିତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜେନେଭାରେ ଶେଷ ହୋଇଛି। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ଏହି…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri