Posted inଜାତୀୟ

ନିର୍ବାଚନ ବେଳେ ପ୍ଲାଷ୍ଟିକ୍‌ ବ୍ୟବହାର ବିରୋଧରେ ପିଟିଶନ: କେନ୍ଦ୍ର, ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୧୦ା୧(ପି.ଟି.): ନିର୍ବାଚନ ବେଳେ ପ୍ଲାଷ୍ଟିକ୍‌ ବ୍ୟାନର, ହୋର୍ଡିଂ ଇତ୍ୟାଦିର ବ୍ୟବହାରକୁ ବିରୋଧ କରି ଦାଏର ଏକ ପିଟିଶନ ଉପରେ ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର ସରକାର ଓ ନିର୍ବାଚନ କମିଶନ (ଇସି)ଙ୍କୁ ନୋଟିସ ଜାରି କରିଛନ୍ତି। ଜଷ୍ଟିସ୍‌ ଏଲ୍‌. ନାଗେଶ୍ୱର ରାଓ ଏବଂ ହେମନ୍ତ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ପରିବେଶ ଓ ଜଙ୍ଗଲ ମନ୍ତ୍ରଣାଳୟ ଏବଂ ଇସିଙ୍କୁ ୪ ସପ୍ତାହ ମଧ୍ୟରେ ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆଇନଜୀବୀ ଡବ୍ଲ୍ୟୁ. ଏଡଓ୍ବିନ୍‌ ଓ୍ବିଲ୍‌ସନ ଏହି ପିଟିଶନ ଦାଏର କରିଥିଲେ।
ପ୍ଲାଷ୍ଟିକ୍‌ ବ୍ୟବହାର ବିରୋଧରେ ଜାରି କଟକଣା କାର୍ଯ୍ୟକାରୀ ହେଉଛି କି ନାହିଁ ତାହା ତଦାରଖ କରିବାକୁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ଭାରତର ନିର୍ବାଚନ କମିଶନ ଏବଂ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନିର୍ବାଚନରେ ପ୍ରଚୁର ପରିମାଣରେ ପିଭିସି ବ୍ୟାନର ବ୍ୟବହୃତ ହେଉଛି, ଯାହା ପରିବେଶ ପାଇଁ ଅତ୍ୟନ୍ତ କ୍ଷତିକାରକ। ଏହି ମୁଖ୍ୟ ପ୍ରସଙ୍ଗ ଉପରେ ଏନ୍‌ଜିଟି ପ୍ରଭାବଶାଳୀ ନିର୍ଦ୍ଦେଶନାମା ଜାରି କରି ନ ଥିବା ପିଟିଶନରେ ଦର୍ଶାଯାଇଛି। ଆଇନଜୀବୀ ସଞ୍ଜୟ ଉପାଧ୍ୟାୟ ଏବଂ ସଲିକ୍‌ ଶଫିକ୍‌ଙ୍କ ଜରିଆରେ ଏହି ପିଟିଶନ ଦାଏର କରାଯାଇଛି। ନିର୍ବାଚନ ପ୍ରଚାର ବେଳେ ପ୍ଲାଷ୍ଟିକ୍‌ରେ ପ୍ରସ୍ତୁତ ପୋଷ୍ଟର, ବ୍ୟାନର, ହୋର୍ଡିଂ ବ୍ୟବହୃତ ହେଉଛି ଓ ପରେ ତାହା ବର୍ଜ୍ୟରେ ପରିଣତ ହେଉଛି, ଯାହାକି ପରିବେଶ ପାଇଁ ଅତ୍ୟନ୍ତ ହାନିକାରକ ବୋଲି ଆବେଦନକାରୀ ଓ୍ବିଲ୍‌ସନ ଅଭିଯୋଗ କରିଛନ୍ତି। ତେଣୁ ପିଭିସି, ସିନ୍ଥେଟିକ୍‌ ପ୍ଲାଷ୍ଟିକ୍‌ ପଲିମର ଏବଂ କ୍ଲୋରିନେଟେଡ୍‌ ପ୍ଲାଷ୍ଟିକ ବ୍ୟବହାର ସମ୍ପୂର୍ଣ୍ଣ ନିଷିଦ୍ଧ କରିବା ପାଇଁ ନିର୍ଦ୍ଦେଶ ଦେବାକୁ ସେ ସର୍ବୋଚ୍ଚ ଅଦାଲତଙ୍କୁ ଅନୁରୋଧ କରିଛନ୍ତି।
ନିର୍ବାଚନ ପ୍ରଚାରବେଳେ ପ୍ଲାଷ୍ଟିକ୍‌ର ବିକଳ୍ପ ବ୍ୟବହାର କରିବା ପାଇଁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ସଚିବ ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ପରିବେଶ ଓ ଜଙ୍ଗଲ ମନ୍ତ୍ରଣାଳୟ କହିବା ପରେ ଏନ୍‌ଜିଟି ଉପରୋକ୍ତ ନିଷ୍ପତ୍ତି ନେଇଥିଲେ। ମନ୍ତ୍ରଣାଳୟ ବିଘଟନ ହେଉଥିବା ପ୍ଲାଷ୍ଟିକ୍‌, ପ୍ରାକୃତିକ ଫାଇବର, ପୁନଃଚକ୍ରଣଯୋଗ୍ୟ କାଗଜ ଓ ଅନ୍ୟାନ୍ୟ ପରିବେଶ ଅନୁକୂଳ ପଦାର୍ଥକୁ ପ୍ରଚାର କାର୍ଯ୍ୟରେ ବ୍ୟବହାର କରିବା ଲାଗି ରାଜ୍ୟଗୁଡିକୁ ପତ୍ର ଲେଖିଥିଲେ ବୋଲି କହିଛନ୍ତି। ନିର୍ବାଚନ ବେଳେ ପ୍ଲାଷ୍ଟିକ ପଦାର୍ଥ ବିଶେଷ କରି ବ୍ୟାନର ଓ ହୋର୍ଡିଂ ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ ହେବା ପରିବେଶ ଓ ଜଙ୍ଗଲ ମନ୍ତ୍ରଣାଳୟ ଏବଂ ନିର୍ବାଚନ କମିଶନ ଚାହାନ୍ତି। ତେଣୁ ଉପରୋକ୍ତ କଟକଣା/ନିର୍ଦ୍ଦେଶାବଳୀ ଉପଯୁକ୍ତ ଭାବେ ପାଳନ ହେଉଛି କି ନାହିଁ ତାହା ନିର୍ବାଚନ କମିଶନ ଏବଂ ପ୍ରତି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳର ନିର୍ବାଚନ ଅଧିକାରୀ ଏବଂ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ତଦାରଖ କରିବା ଠିକ୍‌ ହେବ ବୋଲି ଟ୍ରିବ୍ୟୁନାଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri