Posted inଜାତୀୟ

ନିର୍ବାଚନ ବେଳେ ୩,୪୪୯ କୋଟି ଟଙ୍କା ଜବତ

ନୂଆଦିଲ୍ଲୀ,୨୦।୫(ପି.ଟି.): ଲୋକ ସଭା ନିର୍ବାଚନ ଲାଗି ତାରିଖ ଘୋଷଣା ହେବା ପରେ ଦେଶର ବିଭିନ୍ନ ସ୍ଥାନରୁ ମୋଟ ୩୪୪୯.୧୨ କୋଟି ଟଙ୍କା ମୂଲ୍ୟର ନଗଦ ଅର୍ଥ, ଡ୍ରଗ୍ସ, ମଦ ଓ ଅନ୍ୟାନ୍ୟ ଦାମୀ ସାମଗ୍ରୀ ଜବତ ହୋଇଥିବା ନିର୍ବାଚନ କମିଶନ (ଇସି) ରବିବାର ସୂଚନା ଦେଇଛନ୍ତି। ୨୦୧୪ ତୁଳନାରେ ଏଥର ପାଖାପାଖି ତିନିଗୁଣ ଅଧିକ ଅର୍ଥ ଜବତ ହୋଇଛି। ୨୦୧୪ ସାଧାରଣ ନିର୍ବାଚନ ବେଳେ ମୋଟ ୧୨୦୬ କୋଟି ଟଙ୍କାର ନଗଦ ଅର୍ଥ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଥିଲା ବୋଲି ଇସି ମହାନିର୍ଦ୍ଦେଶକ (ନିର୍ବାଚନ ଖର୍ଚ୍ଚ) ଦିଲୀପ ଶର୍ମା ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ମାର୍ଚ୍ଚ ୧୦ରେ ଇସି ନିର୍ବାଚନ ଲାଗି ତାରିଖ ଘୋଷଣା କରିଥିଲେ। ମାର୍ଚ୍ଚ ୧୦ରୁ ମେ ୧୯ ମଧ୍ୟରେ ୮୩୯.୦୩ କୋଟି ଟଙ୍କାର ନଗଦ ଅର୍ଥ, ୨୯୪.୪୧ କୋଟି ଟଙ୍କାର ମଦ, ୧୨୭୦.୩୭ କୋଟି ଟଙ୍କାର ଡ୍ରଗ୍ସ, ୯୮୬.୭୬ କୋଟି ଟଙ୍କାର ସୁନା ଓ ଅନ୍ୟାନ୍ୟ ମୂଲ୍ୟବାନ ସାମର୍ଗୀ ଏବଂ ୫୮.୫୬ କୋଟି ଟଙ୍କାର ଶାଢ଼ୀ, ହାତଘଡ଼ି ଏବଂ ଭୋଟରଙ୍କୁ ବଣ୍ଟାଯିବାକୁ ଥିବା ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri