ନିର୍ବାହୀ ଅଧିକାରୀଙ୍କୁ ସହର, ବିଡିଓଙ୍କୁ ଗାଁ ଦାୟିତ୍ୱ

ଅନୁଗୋଳ ଅଫିସ୍‌, ୧୬।୩:  କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ପୂର୍ବାହ୍ନରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାକୁ ଆସୁଥିବା ପର୍ଯ୍ୟଟକଙ୍କ ଉପରେ କଡ଼ା ନଜର ରଖିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏଥିପାଇଁ ନିର୍ବାହୀ ଅଧିକାରୀ ଓ ବିଡିଓଙ୍କୁ ସ୍ବତନ୍ତ୍ର ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ଏଥିସହ ଆବଶ୍ୟକସ୍ଥଳେ ସନ୍ଦିଗ୍ଧଙ୍କୁ ଆଶ୍ରୟସ୍ଥଳ(କ୍ବାରେଣ୍ଟାଇନ୍‌)ରେ ରଖିବା ପାଇଁ ବିଭିନ୍ନ ବିଦ୍ୟାଳୟଗୁଡିକୁ ଚିହ୍ନଟ କରିବାକୁ ସେ କହିଛନ୍ତି।
ସହର କିମ୍ବା ବିଦେଶରୁ ଆସୁଥିବା ଲୋକଙ୍କ ବିଷୟରେ ପ୍ରତି ବ୍ଲକର ବିଡିଓମାନେ ତଥ୍ୟ ସଂଗ୍ରହ କରିବେ। ଗ୍ରାମାଞ୍ଚଳକୁ ଆସୁଥିବା ପର୍ଯ୍ୟଟକମାନଙ୍କ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଓ ଉପଜିଲାପାଳମାନଙ୍କୁ ଜଣାଇବାକୁ ବିଡିଓଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସହରକୁ ଆସିଥିବା ପର୍ଯ୍ୟଟକଙ୍କ ତଥ୍ୟ ସଂଗ୍ରହ କରିବାକୁ ନିର୍ବାହୀ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। କିଏ କେଉଁଠାରୁ ଆସିଛନ୍ତି, ତାଙ୍କର ସ୍ବାସ୍ଥ୍ୟାବସ୍ଥା କିପରି ରହିଛି ଏହାର ତଥ୍ୟ ସିଡିଏମ୍‌ଓ ଓ ଉପଜିଲାପାଳଙ୍କୁ ପ୍ରଦାନ କରାଯିବ। ଏଥିସହ କ୍ବାରେଣ୍ଟାଇନ୍‌ରେ ରଖିବାକୁ ବିଭିନ୍ନ ବିଦ୍ୟାଳୟକୁ ଚିହ୍ନଟ କରାଯିବ। ବିଦ୍ୟାଳୟଗୁଡ଼ିକରେ ଶୌଚାଳୟ, ପାନୀୟ ଜଳ ଓ ବିଦ୍ୟୁତ ସେବାର ବ୍ୟବସ୍ଥା କରିବାକୁ ମଧ୍ୟ ସ୍ଥିର କରାଯାଇଛି। ବାହାରୁ ଆସୁଥିବା ଲୋକଙ୍କର ଡାକ୍ତରୀ ପରୀକ୍ଷା ପାଇଁ ଏକ ଦଳ ସର୍ବଦା ପ୍ରସ୍ତୁତ ହୋଇ ରହିବେ। ବ୍ଲକସ୍ତରରେ ପ୍ରତି ପଞ୍ଚାୟତରେ ଟାକ୍ସ ଫୋର୍ସ କମିଟି ଗଢ଼ାଯାଇ ଗ୍ରାମାଞ୍ଚଳ ଲୋକଙ୍କ ଉପରେ ନଜର ରଖାଯିବ। ଜରୁରୀ ଅବସ୍ଥା ସୃଷ୍ଟି ହେଲେ ତୁରନ୍ତ ପଞ୍ଚାୟତ ବୈଠକ ଡାକି ଲୋକ ପ୍ରତିନିଧିମାନଙ୍କ ସହାୟତାରେ ଜନସାଧାରଣଙ୍କୁ ସଚେତନ କରିବାକୁ ବ୍ୟବସ୍ଥା କରାଯିବ ବୋଲି ପ୍ରଶାସନ ପକ୍ଷରୁ ଯୋଜନା କରାଯାଇଛି। ଶନିବାର ଠାରୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶକ୍ରମେ ଜିଲାରେ ଥିବା ୧୧ଟି ସିନେମା ହଲ୍‌ ଓ ଜିମ୍‌ ସେଣ୍ଟରଗୁଡ଼ିକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲାରେ ଥିବା ସମସ୍ତ ଟ୍ୟୁଟୋରିଆଲ୍‌, ସୁଇମିଂପୁଲ ଗୁଡ଼ିକ ମଧ୍ୟ ବନ୍ଦ କରାଯିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିସହ ସାମାଜିକ ଉତ୍ସବରେ ଜନସାଧାରଣଙ୍କ ସମାବେଶ ନ ହେବାକୁ ସଚେତନ କରାଯିବାକୁ ନିର୍ଦ୍ଦେଶ ରହିଛି। ସହରାଞ୍ଚଳରେ ପୌର ଅଧିକାରୀଙ୍କୁ ଏହି ଦାୟିତ୍ୱ ଦିଆଯାଇଥିବାବେଳେ ବିଭିନ୍ନ ବ୍ଲକରେ ବିଡିଓମାନେ ଏହି କାର୍ଯ୍ୟ କରିବେ। ଯେଉଁମାନେ ଦାୟିତ୍ୱରେ ଖିଲାପ କରିବେ ସେମାନଙ୍କ ବିରୋଧରେ ଫୌଜଦାରି ମାମଲା ରୁଜୁ କରାଯିବ ବୋଲି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅନ୍ୟପକ୍ଷରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ପ୍ରତାପ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସ୍ବତନ୍ତ୍ର ଡାକ୍ତରୀଦଳ ସଜାଗ ରହିଥିବା ସୂଚନା ମିଳିଛି। ଏହି ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟଙ୍କ ସମେତ ଜିଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri