Posted inଜାତୀୟ

ନିର୍ଭୟା ଗଣ ବଳାତ୍କାର: ରାଜକ୍ଷମା ଆବେଦନ ପାଇଁ ଦୋଷୀଙ୍କୁ ୭ ଦିନ ସମୟ; ଏହା ପରେ ଜାରି ହେବ କଳା ପରଓ୍ବାନା

ନୂଆଦିଲ୍ଲୀ,୩୧।୧୦: ନିର୍ଭୟା ଗଣ ବଳାତ୍କାର ମାମଲାରେ ଦୋଷୀଙ୍କୁ ରାଜକ୍ଷମା ଆବେଦନ ପାଇଁ ୭ ଦିନ ସମୟ ଦିଆଯାଇଛି। ଏହି ସମୟ ମଧ୍ୟରେ ଦୋଷୀମାନେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖରେ ରାଜକ୍ଷମା ଆବେଦନ କରିପାରିବେ। ଏହି ନୋଟିସ୍‌ର ସମୟ ସୀମା ନଭେମ୍ବର ୪ରେ ଶେଷ ହୋଇଯିବ। ଆବେଦନ ନ କରାଗଲେ ଜେଲ୍‌ ପ୍ରଶାସନ ପକ୍ଷରୁ ନିମ୍ନ ଅଦାଲତକୁ ସୂଚିତ କରାଯାଇ ଦୋଷୀଙ୍କୁ ଫାଶି ଦଣ୍ଡ ଦେବା ପାଇଁ କଳା ପରଓ୍ବାନା(ବ୍ଲାକ୍‌ ଓ୍ବାରେଣ୍ଟ୍‌) ଜାରି କରାଯିବ। ଏହା ପୂର୍ବରୁ ସୁପ୍ରିମ୍‌କୋର୍ଟ ଏହି ମାମଲାରେ ଫାଶିଦଣ୍ଡ ରୋକିବାକୁ ମନା କରିଦେଇଥିଲେ। ସୂଚନାଯୋଗ୍ୟ, ଏହି ମାମଲାରେ ୬ ଜଣ ଦୋଷୀଙ୍କ ମଧ୍ୟରୁ ଜଣେ ଦୋଷୀ ରାମ ସିଂ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ସେହିପରି ଅନ୍ୟ ଜଣେ ନାବାଳକଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ହୋଇଥିଲା। ଅନ୍ୟ ୪ ଦୋଷୀ ମୁକେଶ, ବିନୟ, ଅକ୍ଷୟ ଏବଂ ପଓ୍ବନଙ୍କୁ ଫାଶି ଦଣ୍ଡାଦେଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?