Posted inଜାତୀୟ

ନିର୍ଭୟା ଦୋଷୀଙ୍କ ଫାଶୀ ଦଣ୍ଡାଦେଶ ମାମଲା: ରାୟ ସଂରକ୍ଷିତ ରଖିଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨।୨ : ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କ ଫାଶୀ ଦଣ୍ଡାଦେଶ ଉପରେ ସ୍ଥଗିତାଦେଶକୁ ଚ୍ୟାଲେଞ୍ଜ କରି କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଲ୍ଲୀ ହାଇକୋର୍ଟରେ ରୁଜ୍ଜୁ କରାଯାଇଥିବା ମାମଲାର ରାୟକୁ ଅଦାଲତ ସଂରକ୍ଷିତ ରଖିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ତୁଷାର ମେହେଟା ମାମଲା ଲଢୁଥିଲେ। ସେ ଯୁକ୍ତି ଦର୍ଶାଇଥିଲେ, ୪ ଜଣ ଦୋଷୀ ଦଣ୍ଡବିଧାନରେ ବିଳମ୍ବ କରାଇବାକୁ ଲଗାତାର ପ୍ରୟାସ କରିଆସୁଛନ୍ତି। ଦୋଷୀ ପୱନ ଗୁପ୍ତା ଏଯାଏ କ୍ୟୁରେଟିଭ ଆବେଦନ ଏବଂ କ୍ଷମା ଆବେଦନ ନ କରିବା ଏକ ଜାଣିଶୁଣି କରାଯାଉଥିବା ପ୍ରୟାସ। ରବିବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି ଦୀର୍ଘ ୩ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ହୋଇଥିଲା। ସୂଚନାଯୋଗ୍ୟ, ତିହାର ଜେଲରେ ଥିବା ନିର୍ଭୟା ମାମଲାର ଦୋଷୀ ମୁକେଶ କୁମାର ସିଂହ(୩୨), ପବନ ଗୁପ୍ତା (୨୫), ବିନୟ କୁମାର ଶର୍ମା (୨୬) ଏବଂ ଅକ୍ଷୟ କୁମାର (୩୧)କୁ ଫେବୃଆରୀ ୧ରେ ଫାଶୀ ଦେବା ପାଇଁ ର୍ନିଦ୍ଦାରିତ ହୋଇଥିଲା। ହେଲେ ଦିଲ୍ଲୀର ପଟିଆଲା କୋର୍ଟ ଫାଶୀ ତାରିଖ ଅନିଶ୍ଚିତକାଳ ପର୍ଯ୍ୟନ୍ତ ଟାଳି ଦେଇଛନ୍ତି। ଦୋଷୀ ପବନ, ବିନୟ ଏବଂ ଅକ୍ଷୟର ଓକିଲ ଏପି ସିଂହ ଆଇନର ସମସ୍ତ ଦିଗକୁ ବ୍ୟବହାର କରି ଦୋଷୀଙ୍କୁ ଫାଶୀରୁ ବର୍ତ୍ତିବାକୁ ଉଦ୍ୟମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରେ ପୁଣି କଟକରେ ବିଜେଡି ମେଳି, ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri