Posted inଜାତୀୟ

ନିର୍ଭୟା ବଳାତ୍କାରୀଙ୍କୁ ଫାଶୀ ଦେବାପାଇଁ ଆଗ୍ରହୀ

ଶିମଲା,୫ା୧୨(ଆଇଏଏନ୍‌ଏସ୍‌): ନିର୍ଭୟା ବଳାତ୍କାରୀଙ୍କୁ ଫାଶୀ ଦେବା ପାଇଁ ହିମାଚଳପ୍ରଦେଶର ଦଳିତ କର୍ମୀ ରବିକୁମାର ଆଗ୍ରହ ପ୍ରକାଶ କରିଛନ୍ତି। ତିହାର ଜେଲ୍‌ରେ ତାଙ୍କୁ ଅସ୍ଥାୟୀ ଭାବେ ଘାତକ ନିଯୁକ୍ତ କରିବା ପାଇଁ ରବିକୁମାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ପତ୍ର ଲେଖିଛନ୍ତି। ଲମ୍ବା ନିଶ ରଖିଥିବା ୪୦ ବର୍ଷୀୟ ରବିକୁମାର ଜଣେ ପରିବା ବ୍ୟବସାୟୀ। ସେ ଶିମଲାରୁ ସ୍ବାଧୀନ ପ୍ରାର୍ଥୀ ଭାବେ ୨୦୧୯ ଲୋକ ସଭା ନିର୍ବାଚନ ଲଢ଼ିଥିଲେ। ତିହାର କିମ୍ବା ମଣ୍ଡୋଲି ଜେଲ୍‌ରେ ଫାଶୀ ଦେବା ପାଇଁ କେହି ଘାତକ ନ ଥିବା ଦିଲ୍ଲୀ ଜେଲ୍‌ ମହାନିର୍ଦ୍ଦେଶକ ସନ୍ଦିପ୍‌ ଗୋୟଲ କହିଥିବା ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଦିଲ୍ଲୀ ପାରାମେଡିକାଲ ଛାତ୍ରୀ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ୪ ଜଣଙ୍କୁ ମୃତ୍ୟୁଦଣ୍ଡାଦେଶ ମିଳିଥିଲା। ସେମାନଙ୍କ ମଧ୍ୟରୁ କେବଳ ବିନୟ କୁମାର ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କରିଥିଲେ। ତାଙ୍କ ଆବେଦନକୁ ଦିଲ୍ଲୀ ଉପରାଜ୍ୟପାଳ ଖାରଜ କରିଦେଇଛନ୍ତି। ଏ ସମ୍ପର୍କରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ସେ ସୁପାରିସ କରିଥିବାରୁ ଖୁବ୍‌ଶୀଘ୍ର ଅପରାଧୀମାନଙ୍କୁ ଫାଶୀ ମିଳିବା ସମ୍ଭାବନା ରହିଛି। ତେବେ ଏଥିପାଇଁ ଚିନ୍ତା କରିବାର କିଛି ନାହିଁ। ଆବଶ୍ୟକ ପଡିଲେ ଅନ୍ୟ ରାଜ୍ୟରୁ ଘାତକ ଡକାଯିବ ବୋଲି ଗୋୟଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri