Posted inଜାତୀୟ

ନିର୍ଭୟା ମାମଲା: ବିନୟଙ୍କୁ ଝଟ୍‌କା, ସୁପ୍ରିମକୋର୍ଟରେ ଖାରଜ ହେଲା ଆବେଦନ

ନୂଆଦିଲ୍ଲୀ,୧୪।୨: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ବିନୟ ଶର୍ମାଙ୍କ ଆବେଦନକୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ରାଷ୍ଟ୍ରପତି ବିନୟଙ୍କ କ୍ଷମା ଆବେଦନକୁ ଖାରଜ କରିବା ପରେ ସେ ଏହାକୁ ନେଇ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ, ଯାହା ଏବେ ଖାରଜ ହୋଇଯାଇଛି। ଏହି ମାମଲାର ଶୁଣାଣି ବେଳେ କୋର୍ଟ କହିଥିଲେ ବିନୟଙ୍କ ମେଡିକାଲ ରିପୋର୍ଟ ଅନୁଯାୟୀ, ସେ ଏବେ ସୁସ୍ଥ ଅଛନ୍ତି ଓ ପୂର୍ବପରି ସମାନ୍ୟ ଅଛନ୍ତି। ଏହାକୁ ନେଇ ନିର୍ଭୟା ମାମଲାର ୩ ଦୋଷୀଙ୍କ ସମସ୍ତ ଆଇନ ବିକଳ୍ପ ଶେଷ ହୋଇଯାଇଥିବା ଜଣାପଡିଛି। ଏହାପରେ ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ ଏପି ସିଂ କହିଛନ୍ତି, ବିନୟଙ୍କୁ ଜେଲରେ ଲଗାତାର ଭାବେ ମାନସିକ ନିର୍ଯ୍ୟାତନା ଦିଆଯାଉଛି। ଆଉ ଭାରତରେ ପ୍ରଥମ ଥର ଲାଗି ୪ ଯୁବକଙ୍କୁ ଫାଶୀ ଦିଆଯାଉଛି ଯେଉଁମାନଙ୍କ ନାଁରେ କୌଣସି ଆପରାଧିକ ରେକର୍ଡ ନାହିଁ। ହେଲେ ଏହାକୁ ନେଇ ବିଚରପତି କହିଥିଲେ କେବଳ ଆଇନ ଦୃଷ୍ଟିରୁ କଥାକୁ ବଢାଯାଉ। ସୂଚନାଯୋଗ୍ୟ, ୨୦୧୨ରେ ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ବିନୟଙ୍କ ସମେତ ୪ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ସେମାନଙ୍କୁ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri