Posted inଜାତୀୟ

ନିର୍ଭୟା ମାମଲା: ୨୨ ଜାନୁୟାରୀରେ ଦୋଷୀଙ୍କୁ ଦିଆଯିବ ଫାଶୀ

ନୂଆଦିଲ୍ଲୀ,୭।୧: ନିର୍ଭୟା ଦୋଷୀଙ୍କ ଡେଥ୍‌ ଓ୍ବାରେଣ୍ଟ୍‌ ଉପରେ ପଟିଆଲା ହାଉସ୍‌ କୋର୍ଟରେ ମଙ୍ଗଳବାର ଶୁଣାଣି ହୋଇଛି। କୋର୍ଟ ୪ ଦୋଷୀ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂଙ୍କୁ ୨୨ ଜାନୁୟାରୀ ସକାଳ ୭ଟାରେ ଫାଶୀ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ୧୪ ଦିନ ମଧ୍ୟରେ ଏହି ଦୋଷୀମାନେ ଆଇନ ଅନୁଯାୟୀ କ୍ଷମା ଆବେଦନ କରିପାରିବେ। ଇତିମଧ୍ୟରେ ଦୋଷୀଙ୍କ ପକ୍ଷରୁ ମାମଲା ଲଢୁଥିବା ଓକିଲ ଏ.ପି. ସିଂ ଏହାକୁ ନେଇ କ୍ୟୁରେଟିଭ ପିଟିଶନ ସୁପ୍ରିମକୋର୍ଟରେ ଦାଖଲ କରିବେ ବୋଲି କହିଛନ୍ତି। ଡେଥ୍‌ ଓ୍ବାରେଣ୍ଟ୍‌ ଜାରି ହେବା ପରେ ନିର୍ଭୟାଙ୍କ ମା’ ଆଶା ଦେବୀ କହିଛନ୍ତି, ‘ମୋ ଝିଅକୁ ଉଚିତ୍‌ ନ୍ୟାୟ ମିଳିଛି। ଲୋକଙ୍କର ନ୍ୟାୟପାଳିକା ଉପରେ ବିଶ୍ୱାସ ଅତୁଟ ରହିବ’। ନିର୍ଭୟାଙ୍କ ବାପା ବଦ୍ରିନାଥ ସିଂ କହିଛନ୍ତି, ‘କୋର୍ଟଙ୍କ ନିର୍ଦ୍ଦେଶ ସ୍ବାଗତଯୋଗ୍ୟ। ଏପରିି ଦୋଷ କରୁଥିବା ବ୍ୟକ୍ତିଙ୍କ ମନରେ ଏହା ଭୟ ସୃଷ୍ଟି କରିବ’। ସୁପ୍ରିମକୋର୍ଟଙ୍କର ଏହି ନିର୍ଦ୍ଦେଶକୁ ସବୁ ମହଲରୁ ସ୍ବାଗତ କରାଯାଇଛି। ଦେଶର ସବୁ ଝିଅଙ୍କୁ ନ୍ୟାୟ ମିଳିଲା ବୋଲି ଅନେକ ମତ ଦେଇଛନ୍ତି।

ସୂଚନାଯୋଗ୍ୟ, ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ପାଇଁ ତିହାର ଜେଲ୍‌ରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଇତିମଧ୍ୟରେ ଜେଲ୍‌ରେ ୪ ଫାଶୀ ମଞ୍ଚ ସହିତ ୪ ସୁଡ଼ଙ୍ଗ ନିର୍ମାଣ ଶେଷ ହୋଇଛି। ପୂର୍ବରୁ ଏଠାରେ ଗୋଟିଏ ଫାଶୀ ମଞ୍ଚ ଥିଲା। ଜେଲ୍‌ରେ ଜେସିବି ମେସିନ୍‌ ସହାୟତାରେ ଏସବୁ ନିର୍ମାଣ କରାଯାଇଛି। ନିର୍ଭୟା ଦୋଷୀଙ୍କୁ ଏକାସାଙ୍ଗରେ ଫାଶୀ ଦିଆଯିବ ବୋଲି କୁହାଯାଉଛି।

https://www.facebook.com/DharitriNews/videos/1285192445010330/


Enter your email to get our daily news in your inbox.

All Right Reserved By Dharitri.Com

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri