Posted inଜାତୀୟ

ନିର୍ଭୟା ମାମଲାର ଦୋଷୀଙ୍କୁ ଫାଶୀ ଦେବାକୁ ଉତ୍ତର ପ୍ରଦେଶରୁ ଆସିପାରନ୍ତି ଜହ୍ଲାଦ

ନୂଆଦିଲ୍ଲୀ,୧୨।୧୨: ଦେଶର ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀଙ୍କୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। କାରଣ ଖୁବ୍‌ଶୀଘ୍ର ଏମାନଙ୍କୁ ଫାଶୀ ମିଳିପାରେ ବୋଲି କୁହାଯାଉଛି। ତିହାର ଜେଲ ପ୍ରଶାସନ ଜେଲ ମୁଖ୍ୟାଳୟକୁ ପତ୍ର ଲେଖି ଜହ୍ଲାଦ ମାଗିଥିବା ସୂଚନା ମିଳିଛି। ଉକ୍ତ ପତ୍ରରେ ଯଦିଓ କାହାକୁ ଫାଶୀ ଦିଆଯିବ ତାହା ଉଲ୍ଲେଖ କରାଯାଇ ନାହିଁ ତେବେ କେତେ ଗୁଡିଏ ମାମଲାର ଦୋଷୀଙ୍କୁ ଫାଶୀ ଦେବା ଲାଗି ଜହ୍ଲାଦର ଆବଶ୍ୟକତା ରହିଛି ବୋଲି ଲେଖାଯାଇଛି। ଏଥିରୁ ଅନୁମାନ କରାଯାଇଛି କି ନିର୍ଭୟା ମାମଲାର ଦୋଷୀଙ୍କୁ ଫାଶୀ ଦେବାଲାଗି ଉତ୍ତର ପ୍ରଦେଶରୁ ଜହ୍ଲାଦ ଆସିପାରନ୍ତି। କାରଣ ଏମାନଙ୍କୁ ଫାଶୀ ଦଣ୍ଡାଦେଶ ରହିଛି। କେବଳ ନିର୍ଭୟା ମାମଲା ନୁହେଁ ଆଉ କିଛି ମାମଲାର ଦୋଷୀଙ୍କର ସବୁ ଆବେନଦ ଖାରଜ ହୋଇଯିବା ପରେ ଏମାନେ ଫାଶୀ ପାଇବେ ବୋଲି କୁହାଯାଉଛି। ତିହାର ଜେଲ ପ୍ରଶାସନ ଜହ୍ଲାଦଙ୍କର ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି ଉଲ୍ଲେଖ କରିଛନ୍ତି। ଉତ୍ତର ପ୍ରଦେଶ କାରାଗାରର ଡିଜି ଆନନ୍ଦ କୁମାରଙ୍କ ସୂଚନା ଅନୁଯାୟୀ, ଲକ୍ଷ୍ନୌ ଓ ମିରଠରେ ୨ ଜଣ ଜହ୍ଲାଦ ରହିଛନ୍ତି। ତେବେ ତିହାର ଜେଲ ପ୍ରଶାସନ ପକ୍ଷରୁ ଯେବେ ଫାଶୀର ତାରିଖ ଧାର୍ଯ୍ୟ କରାଯିବ ତେବେ ଜହ୍ଲାଦ ଯୋଗାଇ ଦିଆଯିବ ବୋଲି ଆନନ୍ଦ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିସ୍‌ ହଷ୍ଟେଲ୍‌ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ତ୍ରିନାଥ ମହାନ୍ତି):ଇନ୍‌ଫୋସିଟି ଥାନା ଅନ୍ତର୍ଗତ କିସ୍‌(କଳିଙ୍ଗ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ…

ବାଇକକୁ ପିଟିଲା ଟ୍ରକ, ଚାପି ହୋଇ ବାଇକ ଆରୋହୀଙ୍କ ଜୀବନ ଗଲା

ବାଲେଶ୍ୱର, ୨୧।୨( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଦଣ୍ଡିକା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି…

ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌, ଯାତାୟାତ ଠପ୍‌

ଜୟପୁର,୨୧।୨(ପବନ ପାଣିଗ୍ରାହୀ): ଜଳସେଚନ ବିଭାଗର ଏହି ସର୍ବପୁରାତନ କେନାଲ ବ୍ରିଜ ଧସିଯାଇଛି । ଫଳରେ ଜୟପୁର ସହରରୁ ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟତ ଠପ୍ ହୋଇଯାଇଛି…

ନାଣ୍ଡୁ ଆଣିଥିଲେ ବନ୍ଧୁକ, ଚଳାଇଲେ ଉତ୍କଳ କେଶରୀ

କଟକ,୨୧।୨(କାର୍ତ୍ତିକ ସାହୁ):କଟକ ମଧୁପାଟଣା ଥାନା ଅନ୍ତର୍ଗତ ନୂଆପଡ଼ା ଗୁଳିକାଣ୍ଡ ମାମଲାରେ କମିଶନରେଟ ପୋଲିସ ୫ଜଣଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ହୁକୁ…

ପତ୍ନୀଙ୍କୁ ଚାପୁଡ଼ା ମାରିବା ନିଷ୍ଠୁରତା ନୁହେଁ…. କାହିଁକି ଏଭଳି କହିଲେ ହାଇକୋର୍ଟ ଜାଣନ୍ତୁ

ଚଣ୍ଡିଗଡ଼,୨୧।୨: ଗୁଜରାଟ ହାଇକୋର୍ଟଙ୍କ ଏକ ନିଷ୍ପତ୍ତି ବର୍ତ୍ତମାନ ଦେଶବ୍ୟାପୀ ଆଲୋଚନାର ବିଷୟ ପାଲଟିଛି । କେତେକ ଏହାକୁ ଧାର୍ମିକ ବୋଲି କହୁଥିବା ବେଳେ ଅନ୍ୟମାନେ ଏହାକୁ ସମ୍ପୂର୍ଣ୍ଣ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

ଫେବୃଆରୀ ୨୩ ତାରିଖରେ କୁମ୍ଭ ରାଶିରେ ଅଙ୍ଗାରକ ଯୋଗ, ୩ ରାଶିକୁ ସତର୍କ….

ଯେତେବେଳେ ମଙ୍ଗଳ ଏବଂ ରାହୁଙ୍କ ସଂଯୋଗ ହୁଏ, ଅଙ୍ଗାରକ ଯୋଗ ସୃଷ୍ଟି ହୁଏ। ୨୩ ଫେବୃଆରୀରେ ମଙ୍ଗଳ ମକର ରାଶି ଛାଡି କୁମ୍ଭ ରାଶିରେ ପ୍ରବେଶ କରିବେ…

ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା

ଭୁବନେଶ୍ୱର, ୨୧।୨(ସୁନିତ୍‌ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri