ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ପ୍ରଦାନ : ସାମାଜିକ ଦୂରତା ଉପରେ ଦିଆଯାଉଛି ଗୁରୁତ୍ୱ

ବନ୍ତ,୧୨ା୪(ଡି.ଏନ୍‌.ଏ.): କରୋନା ଲକ୍‌ଡାଉନ୍‌ ପାଇଁ ରାଜ୍ୟ ସରକାର ବେରୋଜଗାରୀ ନିର୍ମାଣ ଶ୍ରମିକମାନଙ୍କୁ ୧୫ ଶହ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବା ସହ ଏହାକୁ ଘର ଦୁଆରମୁହଁରେ ପ୍ରଦାନ କରାଯିବାର ବ୍ୟବସ୍ଥା କରିଛନ୍ତି। ଭଦ୍ରକ ଜିଲା ବନ୍ତ ବ୍ଲକର ୨୫ଟି ପଞ୍ଚାୟତରେ ୬୩୫୪ ଜଣ ନିର୍ମାଣ ଶ୍ରମିକଙ୍କୁ ଏହି ସହାୟତା ରାଶି ମିଳିବ ବୋଲି ଜଣାଯାଇଛି। ଏହିକ୍ରମରେ ନିଳୋକ ପଞ୍ଚାୟତରେ ୨୧୭ଜଣ ନିର୍ମାଣ ଶ୍ରମିକ ଥିବା ବେଳେ ରବିବାରଠାରୁ ଆର୍ଥିକ ସହାୟତା ରାଶି ପ୍ରଦାନ ଆରମ୍ଭ ହୋଇଛି। ସରପଞ୍ଚ ଅଶୋକ କୁମାର ମହାନ୍ତି, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନାରାୟଣ ଚନ୍ଦ୍ର ପଣ୍ଡା, ଗ୍ରାମ ରୋଜଗାର ସେବକ ପ୍ରଦୀପ କୁମାର ବିଶ୍ୱାଳ ଘର ଘର ବୁଲି ଅର୍ଥ ରାଶି ପ୍ରଦାନ କରୁଛନ୍ତି। ଦୁଇଦିନ ମଧ୍ୟରେ ସମସ୍ତ ହିତାଧିକାରୀଙ୍କୁ ସହାୟତା ରାଶି ମିଳିଯିବ ବୋଲି ସରପଞ୍ଚ କହିଛନ୍ତି। ବଡବର୍ଚ୍ଚିକୟାଁ ପଞ୍ଚାୟତରେ ସରପଞ୍ଚ ବିଷ୍ଣୁମୋହନ ଯେନା, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସଙ୍ଗୀତାରାଣୀ ପାଣିଗ୍ରାହୀ, ପିଏଜି ଅକ୍ଷୟ ପଣ୍ଡା ଘର ଘର ବୁଲି ନିର୍ମାଣ ଶ୍ରମିକମାନଙ୍କୁ ଏହି ଅର୍ଥରାଶି ବଣ୍ଟନ କରିଥିଲେ। ଏଥିରେ ସି.ଏଫ୍‌.ଡବ୍ଲ୍ୟୁ.ଏସ୍‌.ଡିର କାର୍ଯ୍ୟକାରୀ ସମ୍ପାଦକ ନୃସିଂହ ମହାନ୍ତି, ଆଇନଜୀବୀ ବସନ୍ତ ଖିଲାର ସହଯୋଗ କରିଥିଲେ। ସେହିଭଳି ବ୍ଲକର ବିଭିନ୍ନ ପଞ୍ଚାୟତରେ ନିର୍ମାଣ ଶ୍ରମିକମାନଙ୍କୁ ଆର୍ଥତ୍କ ସହାୟତା ରାଶି ପ୍ରଦାନ କରାଯାଉଥିବା ଜଣାଯାଇଛି। ଏହି ସହାୟତା ରାଶି ପ୍ରଦାନ ବେଳେ ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri