ନିର୍ମାଣ ହେଉନି ଯାତ୍ରୀ ବିଶ୍ରାମାଗାର: ପଥଚାରୀ ହନ୍ତସନ୍ତ

ବଇଣ୍ଡା,୧୮।୫(ଡି.ଏନ.ଏ.)-୫୫ ନଂ. ଜାତୀୟ ରାଜପଥ ସଂପ୍ରସାରଣ ପାଇଁ ବିଭିନ୍ନ ଛକରେ ଥିବା ଯାତ୍ରୀ ବିଶ୍ରାମଗାର ଗୁଡ଼ିକୁ ଭାଙ୍ଗି ଦିଆଯାଇଛି। ସେହିପରି ରାସ୍ତାର ଉଭୟ ପାର୍ଶ୍ୱରୁ ମଧ୍ୟ ବହୁ ଗଛ ଗୁଡ଼ିକୁ କାଟି ଦିଆଯାଇଛି। ଫଳରେ ଦୂରଦୂରାନ୍ତକୁ ଯାଉଥିବା ଯାତ୍ରୀମାନେ ବିଶ୍ରାମଗାର ନ ଥିବା ଯୋଗୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି କଟକ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥର ଜାମ୍ବୁନାଳୀଠାରୁ ବାମୁର ପର୍ଯ୍ୟନ୍ତ ୩୮ କିମି ରାସ୍ତାରେ ଦେଖିବାକୁ ମିଳିଛି।
ପ୍ରକାଶ ଯେ, ୫୫ ନଂ. ଜାତୀୟ ରାଜପଥ ୪ ଲେନ ବିଶିଷ୍ଟ ରାସ୍ତା ନିର୍ମାଣ ହେଉଥିବା ଯୋଗୁ ବାମୁର, ହଣ୍ଡପା, ଡେବେରାପାଲି, ଲୁହାମୁଣ୍ଡା, ବଇଣ୍ଡା ଛକ, ଜାମ୍ବୁନାଳୀ ଆଦି ଛକ ଗୁଡ଼ିକରେ ଥିବା ବିଶ୍ରାମଗାର ଗୁଡ଼ିକ ଏକ ଠିକାସଂସ୍ଥା ତରଫରୁ ଭାଙ୍ଗି ଦିଆଯାଇଛି। ଦୀର୍ଘ ୧ ବର୍ଷ ହେବ ଏସବୁ ବିଶ୍ରାମଗାର ଗୁଡ଼ିକ ଭାଙ୍ଗି ଦିଆଯାଇଥିବାବେଳେ କୌଣସି ବିକଳ୍ପ ବ୍ୟବସ୍ଥା କରାଯାଇ ନାହିଁ। ସେହିପରି ଠିକାସଂସ୍ଥା ପକ୍ଷରୁ କୌଣସି ଅସ୍ଥାୟୀ ଯାତ୍ରୀ ବିଶ୍ରାମଗାର ମଧ୍ୟ ନିର୍ମାଣ ହୋଇନାହିଁ। ଫଳରେ ସମ୍ବଲପୁର, ଅନୁଗୋଳ, ରେଢାଖୋଲ, ଢେଙ୍କାନାଳ, ଆଠମଲ୍ଲିକ ଅଞ୍ଚଳକୁ ଯାଉଥିବା ଯାତ୍ରୀମାନେ ପ୍ରବଳ ଖରାରେ ବସକୁ ଅପେକ୍ଷା କରି ହନ୍ତସନ୍ତ ହେଉଛନ୍ତି। ଠିକାସଂସ୍ଥା ପକ୍ଷରୁ ଅସ୍ଥାୟୀ ବିଶ୍ରାମଗାର ନିର୍ମାଣ କରାଯାଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ଏଥିପ୍ରତି ଠିକାସଂସ୍ଥା ଓ ଜିଲା ପ୍ରଶାସନ ଯାତ୍ରୀଙ୍କ ସୁବିଧା ପାଇଁ ବଇଣ୍ଡା ନାଗରିକ ମଞ୍ଚ ପକ୍ଷରୁ ଆଇନଜୀବୀ ମାଧମ ଚନ୍ଦ୍ର ସାହୁ, ଉଗ୍ରସେନ ସେଠୀ, ପ୍ରତାପ ପ୍ରଧାନ, ଭଗବାନ ଘିଓ୍ବାଲା, ରମାକାନ୍ତ ବେହେରା, ଲିଙ୍ଗରାଜ ବିଶ୍ୱାଳ, ଆଲୋକ ବେହେରା, ସନ୍ଦିପ ବେହେରା ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri