ନିର୍ମାଣାଧୀନ ଡ୍ରେନ୍‌ରେ ପଡ଼ି ଯୁବକଙ୍କ ଜୀବନ ଗଲା

ପରଜଙ୍ଗ, ୮।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ରୋଡ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମ୍ୟ ନିର୍ମାଣ ବିଭାଗ (ଆରଡି) ପକ୍ଷରୁ ନିର୍ମାଣାଧୀନ ଡ୍ରେନ୍‌ରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ରୋଡ୍‌ ଗ୍ରାମର କାଳିନ୍ଦୀ ନାଏକ। ଡ୍ରେନ୍‌ କାର୍ଯ୍ୟ ଚାଲୁ ରହିଥିବା ବେଳେ କୌଣସି ସତର୍କ ସୂଚନା ଫଳକ କିମ୍ବା ସୁରକ୍ଷା ବାଡ଼ ଲଗାଯାଇ ନ ଥିଲା। ତେଣୁ କାଳିନ୍ଦୀ ଡ୍ରେନ୍‌ରେ ପଡ଼ି ପ୍ରାଣ ହରାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ ହୋଇଛି।
ପରିବାର ଲୋକଙ୍କ କହିବା କଥା, ଶୁକ୍ରବାର କାଳିନ୍ଦୀ କୌଣସି କାର୍ଯ୍ୟରେ ବାହାରକୁ ଯାଇ ଫେରି ନ ଥିଲେ। ଶନିବାର କେତେଜଣ ଲୋକ ନାଳରେ ତାଙ୍କର ମୃତଦେହ ପଡ଼ିଥିବା ଦେଖି ପୋଲିସକୁ ସୂଚନା ଦେଇଥିଲେ। ଘରକୁ ଫେରୁଥିବାବେଳେ ନାଳରେ ଖସିପଡ଼ି ତାଙ୍କର ମୃତ୍ୟୁ ଘଟିଛି। ଶୁକ୍ରବାର ରାତିରେ ବର୍ଷା ହେଉଥିବାରୁ ଏ କଥା ଜଣାପଡ଼ି ନ ଥିଲା। ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତାରୁ ଏହି ଦୁର୍ଘଟଣା ଘଟିଥିବା ମୃତ କାଳିନ୍ଦୀଙ୍କ ଭାଇ ମାଧବ ନାଏକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ନେଇ ନଂ. ୪୯/୨୦, ଦଫା ୩୦୪ (ଏ)ରେ ମାମଲା ରୁଜୁ ହୋଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି।
ଆର୍‌ଡି ବିଭାଗ ଅଧୀନରେ ୫ଲକ୍ଷ ଟଙ୍କା ବ୍ୟୟରେ ଉକ୍ତ ଡ୍ରେନ୍‌ କାମ ଚାଲିଛି। ଠିକାଦାର ରଞ୍ଜିତ ପାଣିଙ୍କୁ ଏହାର ନିର୍ମାଣ ଦାୟିତ୍ୱ ଦିଆଯାଇଛି। ହେଲେ ସେ ପେଟି କଣ୍ଟ୍ରାକ୍ଟରଙ୍କ ଜରିଆରେ କାମ କରୁଛନ୍ତି। ତେଣୁ ଲୋକଙ୍କ ସୁରକ୍ଷାକୁ ବିପନ୍ନ କରି ମନଇଚ୍ଛା କାମ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଡ୍ରେନ୍‌ ନିର୍ମାଣସ୍ଥଳରେ ସୁରକ୍ଷା ବାଡ଼ ଦିଆଯାଇ ନ ଥିବା ଯନ୍ତ୍ରୀ ହେମନ୍ତ ଜେନା ସ୍ବୀକାର କରିଛନ୍ତି। ଘଟଣାର ତଦନ୍ତ କରାଯିବ ବୋଲି ସହକାରୀ ନିର୍ବାହୀ ଯନ୍ତ୍ରୀ ଶିବଜ୍ୟୋତି ସାହୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri