ନିର୍ମାଣାଧୀନ ରାସ୍ତାକୁ ହାଣି ଖେଳାଇବା ନେଇ ଉତ୍ତେଜନା

ବାହାନଗା, ୧୮ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତ ଅଠିଲାବାଜ ଗ୍ରାମରେ ଏମଜିଏନଆର୍‌ଇଜିଏସ୍‌ରେ ନିର୍ମାଣାଧୀନ ରାସ୍ତାକୁ ହାଣି ଜମି ସହିତ ମିଶାଇ ଦିଆଯାଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଗ୍ରାମବାସୀ ଏ ସମ୍ପର୍କରେ ବାହାନଗା ବିଡିଓ, ତହସିଲଦାର, ସୋର ଥାନାରେ ଅଭିଯୋଗ କରିଛନ୍ତି।
ରାଜ୍ୟ ସରକାର ଆର୍ଥିକ ସ୍ଥିତିକୁ ସୁଧାରିବା ପାଇଁ ଗ୍ରାମାଞ୍ଚଳରେ ବିଭିନ୍ନ ପ୍ରକାର କାମ ଆରମ୍ଭ କରିଛନ୍ତି। ଗ୍ରାମ ଓ ବାହାର ରାଜ୍ୟରେ ଥିବା ପ୍ରବାସୀ ଶ୍ରମିକମାନେ ନିଜ ଗାଁକୁ ଫେରିଆସି ଏହି କାମରେ ନିୟୋଜିତ ହୋଇଛନ୍ତି। ୫ଲକ୍ଷ ଟଙ୍କା ବ୍ୟୟରେ ଖରାସାହାପୁର ପଞ୍ଚାୟତର ରାମତାଳି ହନୁମାନ ମନ୍ଦିର ଛକଠାରୁ ଅଠିଲାବାଜ ଗ୍ରାମ କମଳାକାନ୍ତ ଦାସଙ୍କ ଘର ଛକ ପର୍ଯ୍ୟନ୍ତ ଏମ୍‌ଜିଏନଆରଇଜିଏସ୍‌ ଦ୍ୱାରା ମାଟିକାମ ଆରମ୍ଭ ହୋଇଛି। ରାସ୍ତାରେ ମାଟି ପଡି ଚଉଡା କରାଯାଉଛି । ଅଠିଲାବାଜ ଗ୍ରାମର ଜଣେ ବ୍ୟକ୍ତି ତାଙ୍କ ସହଯୋଗୀଙ୍କ ସହିତ ରବିବାର ସକାଳେ ନିଜ ବିଲ କଡ ଦେଇ ଯାଉଥିବା ରାସ୍ତା ପାଖରେ ପହଞ୍ଚି ଜେସିବି ଦ୍ୱାରା ରାସ୍ତାକୁ ହାଣି ଖେଳାଇ ଦେଇଛନ୍ତି। କାମ କରୁଥିବା ଶ୍ରମିକମାନେ ଏନେଇ ବିଡିଓଙ୍କଠାରେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସମିତିସଭ୍ୟ ବିଜୟ ଯେନା କହିଛନ୍ତି, ୨୫ ବର୍ଷ ପୂର୍ବେ ଏହି ରାସ୍ତାକାମ ହୋଇଥିଲା। ସେତେବେଳେ ଜମି ମାଲିକ କିଛି କହି ନ ଥିଲେ। ରାସ୍ତାକଡ ଉଭୟପାର୍ଶ୍ୱରେ ଥିବା ଜମି ମାଲିକମାନେ ହାତେ ଦୁଇ ହାତ ଲେଖାଏଁ ଜମି ସମସ୍ତେ ରାସ୍ତା ପାଇଁ ଛାଡିଛନ୍ତି। ସେହି ଅନୁଯାୟୀ ଏଠାରେ ହଣାଯାଇଥିବା ବେଳେ ଉକ୍ତ ଜମିମାଲିକ ଉତ୍ତ୍ୟକ୍ତ ହୋଇ ଏପରି କରିଛନ୍ତି। ଏ ସମ୍ପର୍କରେ ବିଡିଓ ଓ ତହସିଲଦାର, ସୋର ଥାନାକୁ ଜଣାଇଦିଆଯାଇଛି।

ଫଟୋ-


Enter your email to get our daily news in your inbox.

All Right Reserved By Dharitri.Com

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri