Posted inଜାତୀୟ

ନିଲମ ଉପତ୍ୟକାରେ ଭାରତୀୟ ସେନାର କାର୍ଯ୍ୟାନୁଷ୍ଠାନ: ଆତଙ୍କବାଦୀ ଶିବିର ଧ୍ୱଂସ

ନୂଆଦିଲ୍ଲୀ,୨୨ା୧୨: ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ) ଅନ୍ତର୍ଗତ ନିଲମ ଉପତ୍ୟକାରେ ଭାରତୀୟ ସେନାକୁ ବଡ଼ ସଫଳତା ମିଳିଛି। ସେନା କାର୍ଯ୍ୟାନୁଷ୍ଠାନରେ ଉକ୍ତ ଅଞ୍ଚଳରେ ଥିବା କେତେକ ଆତଙ୍କବାଦୀ ଶିବିର ଧ୍ୱଂସ ହୋଇଛି। ପାକିସ୍ତାନୀ ସୈନ୍ୟଙ୍କ ଅସ୍ତ୍ରବିରତି ଉଲ୍ଲଂଘନର ପାଲଟା ଜବାବ ଦେବାକୁ ଯାଇ ଭାରତୀୟ ଯବାନମାନେ ନିଲମ ନଦୀକୂଳରେ ଥିବା ଏକାଧିକ ପୋଷ୍ଟ ଓ ଆତଙ୍କବାଦୀ ଲଞ୍ଚ୍‌ପ୍ୟାଡକୁ ସମ୍ପୂର୍ଣ୍ଣ ଧ୍ୱସ୍ତବିଧ୍ୱସ୍ତ କରିଦେଇଛନ୍ତି। ସେନା କାର୍ଯ୍ୟାନୁଷ୍ଠାନରେ ଉକ୍ତ ଅଞ୍ଚଳ ସମ୍ପୂର୍ଣ୍ଣ ଜଳିଯାଇଛି। ଅସ୍ତ୍ରବିରତି ଉଲ୍ଲଂଘନ କରି ଭାରତର ସୀମାବର୍ତ୍ତୀ ଅଞ୍ଚଳଗୁଡ଼ିକୁ ଟାର୍ଗେଟ କରିବାରେ ପାକ୍‌ ସେନା ଏହି ଲଞ୍ଚ୍‌ପ୍ୟାଡଗୁଡ଼ିକୁ ବ୍ୟବହାର କରୁଥିଲା।
ଅନ୍ୟପକ୍ଷରେ ନିଲମ ଭ୍ୟାଲିରେ ଥିବା ଲେସଭା ଗ୍ରାମ ଉପରେ ଭାରତୀୟ ସେନା ସେଲ୍‌ ମାଡ଼ କରିବାରୁ ଜଣେ ନାବାଳକଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଥିବା ପାକ୍‌ ସେନା ପକ୍ଷରୁ କୁହାଯାଇଛି। ସୀମାରେ ଉତ୍ତେଜନା ବଢ଼ୁଥିବା ନେଇ ଦୁଇ ଦେଶ ପରସ୍ପରକୁ ଚେତାବନୀ ଦେବାର ଦିନକ ପରେ ଏଭଳି ଘଟଣା ଘଟିଛି। ଗୁରୁବାର ରାତିରେ ନିୟନ୍ତ୍ରଣ ରେଖା ସଂଲଗ୍ନ ଏହି ଅଞ୍ଚଳରେ ଉଭୟ ପକ୍ଷ ସେନା ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଭାରତୀୟ ଯବାନମାନେ ପାକିସ୍ତାନ ପାର୍ଶ୍ୱରେ ଥିବା ଗ୍ରାମକୁ ଟାର୍ଗେଟ କରି ଗୁଳି ଚଳାଇବାରୁ ଜଣେ ୧୪ ବର୍ଷର ବାଳକ ଏବଂ ଅନ୍ୟ ଜଣେ ଯୁବକ ନିହତ ହୋଇଥିବାବେଳେ ପ୍ରତିପକ୍ଷର ୩ ସୈନ୍ୟ ଓ ଦୁଇଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି।
ଶୁକ୍ରବାର ରାତିରେ ମଧ୍ୟ ନିଲମ ଭ୍ୟାଲିରୁ ପାକିସ୍ତାନୀ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରି ଗୁଳି ଚଳାଇଥିଲା। ଭାରତୀୟ ଯବାନମାନେ ଏହାର ଠିକଣା ଜବାବ ଦେଇଥିଲେ। ଏହାବ୍ୟତୀତ ଏଲ୍‌ଓସି ଅନ୍ତର୍ଗତ ଟଙ୍ଗଧର ଏବଂ କଞ୍ଜଲଓ୍ବାନ ସେକ୍ଟରରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର…

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri