ନିଲମ୍ବନର ପ୍ରତିବାଦ: ଗୁରୁଦିବସରେ ଆତ୍ମ ଉତ୍ସର୍ଗ କରିବେ ଜାଗୁଳାଇପାଟଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ

ଖୋର୍ଦ୍ଧା ଅଫିସ, ୩।୯: ନିଲମ୍ବନର ପ୍ରତିବାଦ କରି ଗୁରୁଦିବସରେ ସର୍ବଶିକ୍ଷା ଅଭିଯାନର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ (ଡିପିସି)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଖୋର୍ଦ୍ଧା ବ୍ଲକ ଜାଗୁଳାଇପାଟଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଚିତା ନନ୍ଦ ଖାଡଙ୍ଗା ଆତ୍ମ ଉତ୍ସର୍ଗ କରିବେ ବୋଲି ଚେତାବନୀ ଦେଇଛନ୍ତି। କଳଙ୍କ ଓ ବଦନାମରୁ ମୁକ୍ତି ପାଇଁ ପ୍ରଧାନ ଶିକ୍ଷକ ଏ ନିଷ୍ପତ୍ତି ନେଇଥିବା ଗଣମାଧ୍ୟମକୁ ମଙ୍ଗଳବାର କହିଛନ୍ତି।

କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ, ଖୋର୍ଦ୍ଧା ବ୍ଲକ ଜାଗୁଳାଇପାଟଣା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଖାଡଙ୍ଗା ଓ ସହକାରୀ ଶିକ୍ଷକ ବିଦୂ ଭୂଷଣ କରଙ୍କୁ ଖୋର୍ଦ୍ଧା ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ନିଲମ୍ବନ କରିଥିଲେ। ପ୍ରାପ୍ତ ସୂଚନା ଅନୁସାରେ ଅଗଷ୍ଟ ୨୧ରେ ଡିପିସି ଜାଗୁଳାଇପାଟଣା ବିଦ୍ୟାଳୟକୁ ଅଚାନକ ପରିଦର୍ଶନ କରିଥିଲେ। ତେବେ ତଦନ୍ତ ବେଳେ ଅନୁପସ୍ଥିତ ଥିବା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ପରେ ବିଳମ୍ବରେ ସ୍କୁଲକୁ ଆସିଥିଲେ। ଅନ୍ୟପକ୍ଷେ ନିୟମିତ ବିଦ୍ୟାଳୟକୁ ଉଭୟ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ବିଳମ୍ବରେ ଆସୁଥିବାର ଅଭିଯୋଗ ମଧ୍ୟ ହୋଇଥିଲା। ଏ ସମ୍ପର୍କରେ ଡିପିସି ପ୍ରଧାନ ଶିକ୍ଷକ ଓ ଶିକ୍ଷକ ଦ୍ୱୟଙ୍କ ଅଭ୍ୟାସଗତ ଅନୁପସ୍ଥିତ ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଇଥିଲେ। ଜିଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ ମତେ ଖୋର୍ଦ୍ଧା ବ୍ଲ୍ଳକ ଶିକ୍ଷା ଅଧିକାରୀ ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ନିଲମ୍ବନ କରିଥିବା ଡିପିସି ଅମିତା ପଟ୍ଟନାୟକ ସୂଚନା ଦେଇଥିଲେ। ନିଲମ୍ବନ ପରେ ପ୍ରଧାନ ଶିକ୍ଷକ ଖାଡଙ୍ଗା କହିଛନ୍ତି, ଡିପିସି ତଦନ୍ତ କରିବା ଦିବସରେ ସେ ସ୍କୁଲ କାର୍ଯ୍ୟରେ ନିୟୋଜିତ ଥିଲେ। ହେଲେ ବିଳମ୍ବର କାରଣ ପଚରା ଯାଇ ନ ଥିଲା। ଏପରି କି ବିଳମ୍ବର କାରଣ ନେଇ କାରଣ ଦର୍ଶାଅ ନୋଟିସ୍‌ କରାଯାଇ ନ ଥିଲା। ତେବେ ଗଣମାଧ୍ୟମରୁ ନିଲମ୍ବନ ନେଇ ଜାଣିଲି। ପରେ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟ କରିବାକୁ ନିୟୋଜିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri