ନିଲମ୍ବିତ ଏସ୍‌ଆଇ ରାକେଶ ଗିରଫ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଚୋରା ଗାଡ଼ି କାରବାର ସହ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା କରି ଗର୍ଭପାତ କରାଇବା ଘଟଣାରେ ସମ୍ପୃକ୍ତ କ୍ୟାପିଟାଲ ଥାନା ନିଲମ୍ବିତ ସବ୍‌ ଇନ୍ସପେକ୍ଟର ରାକେଶ ସାମଲଙ୍କୁ ପୋଲିସ ବୁଧବାର ଗିରଫ କରିଛି। ପ୍ରାୟ ୨ମାସ ଧରି ବିଭାଗର ବିନାନୁମତିରେ କାର୍ଯ୍ୟରେ ଯୋଗ ଦେଉ ନଥିବା ଅଭିଯୁକ୍ତ ଏସ୍‌ଆଇ ରାକେଶଙ୍କୁ କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ରାଉରକେଲାରୁ ଗିରଫ କରିଛି। ରାଉରକେଲା ରଘୁନାଥପାଲ୍ଲୀ ଥାନାରେ ତାଙ୍କୁ ପଚରାଉଚରା ପରେ ଭୁବନେଶ୍ବର ଅଣାଯିବ ବୋଲି ଏକ ବିଶ୍ବସ୍ତ ସୂତ୍ରରୁ ଖବର ମିଳିଛି। ଗୁରୁବାର ତାଙ୍କୁ ଭୁବନେଶ୍ୱରରେ ତଦନ୍ତକାରୀ ଅଧିକାରୀମାନେ ଜେରା କରି ତଥ୍ୟ ସଂଗ୍ରହ ପରେ କୋର୍ଟ ଚାଲାଣ କରାଯିବ। ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାକତ୍ାର କରି ଗର୍ଭପାତ ଘଟଣା ସହ ଚୋରାଗାଡ଼ି କାରବାରରେ କମିଶନରେଟ ପୋଲିସର ସମ୍ପୃକ୍ତି ନେଇ ରହିଥିବା ସଙ୍ଗିନ ଅଭିଯୋଗ ଉପରୁ ମଧ୍ୟ ପରଦା ଉଠିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
ରାକେଶଙ୍କ ସହ କିଛି ବରିଷ୍ଠ ଅଧିକାରୀଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଥିବାରୁ ଏବେ ସେମାନଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଚୋରା ଗାଡି କେଉଁଠାରୁ କିପରି ଆଣୁଥିଲେ, ଏହି ସଙ୍ଗିନ କାରବାରରେ ଅନ୍ୟ କେଉଁମାନଙ୍କ ସମ୍ପୃକ୍ତି ରହିଛି ତାହାକୁ ତଦନ୍ତ ପରିସରଭୁକ୍ତ କରାଯିବ। ଏପରି କି ଆରଟିଓ ଅଫିସରେ ଜାଲ୍‌ କାଗଜପତ୍ର ତିଆରି କରିବାରେ ଅନ୍ୟ ପୋଲିସ ଅଧକାରୀ ସେମାନଙ୍କୁ ସହଯୋଗ କରୁଥିବା ନେଇ ଯେଉଁ ଅଡିଓ କ୍ଲିପ ଭାଇରାଲ୍‌ ହୋଇଛି ତା’ର ମଧ୍ୟ ତଦନ୍ତ କରାଯିବ ବୋଲି କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ରାକେଶଙ୍କ ବିରୋଧରେ ଭୁବନେଶ୍ୱର ମହିଳା ଥାନାରେ ଆଇପିସି ଦଫା ୩୭୬, ୩୧୩, ୫୦୬ ଏବଂ ୪୨୦ରେ ଏକ ମାମଲା ରୁଜୁ ହୋଇଛି। ଏହି ଘଟଣାକୁ ଡିସିପି ଅଫିସରେ ଥିବା ଇନ୍‌ଭେଷ୍ଟିଗେଟିଭ ୟୁନିଟ ଫର୍‌ କ୍ରାଇମ୍‌ ଏଗ୍‌ନେଷ୍ଟ ଓମେନ୍‌(ଆଇୟୁସିଏଡବ୍ଲ୍ୟୁ) ସେଲ୍‌ ଅଧିକାରୀ ସୁଜାତା ଜେନା ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri