ନିଲମ୍ବିତ ହେଲେ ହଳଦୀପାଳ ସରପଞ୍ଚ

ଚିତ୍ରଡା,୨୨ା୧(ଡ଼ି.ଏନ୍‌.ଏ)- କାର୍ଯ୍ୟରେ ଅବହେଳା ଏବଂ କ୍ଷମତାର ଦୁରୂପଯୋଗ ଅଭିଯୋଗରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ହଲଦୀପାଳ ପଞ୍ଚାୟତର ସରପଞ୍ଚ ମଙ୍ଗଲ ହାଁସଦାଙ୍କୁ ଜିଲାପାଳ ବିନୀତ ଭରଦ୍ୱାଜ ନିଲମ୍ବନ କରିଛନ୍ତି। ପତ୍ର ସଂଖ୍ୟା ୧୩୦/୨୦ା୧ା୨୦୨୦ରେ ଜିଲାପାଳ ଏହି ଆଦେଶନାମା ଦେଇଛନ୍ତି। ସୂଚନା ଅନୁଯାୟୀ, ସରପଞ୍ଚ ହାଁସଦାଙ୍କ ବିରୋଧରେ ୱାର୍ଡ ସଭ୍ୟାସଭ୍ୟମାନେ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲା ପଞ୍ଚାୟତ ଅଧିକାରୀ ତଦନ୍ତ କରି ରିପୋର୍ଟ ଦେଇଥିଲେ। ଏହି ରିପୋର୍ଟକୁ ଆଧାରକରି ଜିଲାପାଳ ସରପଞ୍ଚ ହାଁସଦାଙ୍କୁ ନିଲମ୍ବନ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ୱାର୍ଡ ସଭ୍ୟାସଭ୍ୟମାନଙ୍କ ଅଭିଯୋଗ ଅନୁଯାୟୀ ଗତ ସାଧାରଣ ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହୋଇଥିଲା। ଏହି ସମୟରେ ସରପଞ୍ଚ ନିଜର ସ୍ବାର୍ଥ ସାଧନ ଉଦ୍ଦେଶ୍ୟରେ ପଞ୍ଚାୟତର ପ୍ରୋସିଡିଙ୍ଗ ଖାତା କୌଶଳ କ୍ରମେ ହାତେଇ ନେଇ ୩ଟି ବୈଠକର ପ୍ରୋସିଡିଙ୍ଗ ଲେଖି ୱାର୍ଡ ମେମ୍ବରମାନଙ୍କ ଘରକୁ ଯାଇ ଦସ୍ତଖତ ନେଇଥିଲେ। ଏଭଳି କାର୍ଯ୍ୟକୁ ବିରୋଧ କରି ୱାର୍ଡ ମେମ୍ବରମାନେ ୫ା୭ା୧୯ ରିଖଠାରୁ ୯ା୭ା୧୯ ରିଖ ପର୍ଯ୍ୟନ୍ତ ପଞ୍ଚାୟତ ଅଫିସରେ ତାଲା ପକାଇ ଧାରଣାରେ ବସିଥିଲେ। ଖବରପାଇ ମୋରଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚି ସମସ୍ୟାର ସମାଧାନ କରି ତଦନ୍ତ ପାଇଁ ସେ ଜିଲାପାଳ ଏବଂ ଜିଲା ପଞ୍ଚାୟତ ଅଧିକାରୀଙ୍କୁ ଜଣାଇବେ ବୋଲି ଲିଖିତ ପ୍ରତିଶ୍ରୁତି ଦେଇଥିଲେ। ତେବେ ପ୍ରତିଶ୍ରୁତି ଦେବାର ୭ ଦିନ ବିତିଯାଇଥିଲେ ମଧ୍ୟ କୌଣସି ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇ ନ ଥିଲା । ପରେ ୱାର୍ଡ ମେମ୍ବରମାନେ ଘଟଣା ସମ୍ପର୍କରେ ଜିଲାପାଳଙ୍କୁ ଲିଖିତଭାବେ ଅଭିଯୋଗ କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ୨୨ା୭ା୧୯ ରିଖରେ ଜିଲା ପଞ୍ଚାୟତ ଅଧିକାରୀ, ଉପଖଣ୍ଡ ପଞ୍ଚାୟତ ଅଧିକାରୀ ଏବଂ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ ସମେତ ଏକ ଟିମ୍‌ ହଳଦୀପାଳ ପଞ୍ଚାୟତ ଅଫିସରେ ପହଞ୍ଚି ପଞ୍ଚାୟତ ପ୍ରୋସିଡିଙ୍ଗ ଖାତାକୁ ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ

କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri