ନିଲମ୍ବିତ ହେଲେ ହଳଦୀପାଳ ସରପଞ୍ଚ

ଚିତ୍ରଡା,୨୨ା୧(ଡ଼ି.ଏନ୍‌.ଏ)- କାର୍ଯ୍ୟରେ ଅବହେଳା ଏବଂ କ୍ଷମତାର ଦୁରୂପଯୋଗ ଅଭିଯୋଗରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ହଲଦୀପାଳ ପଞ୍ଚାୟତର ସରପଞ୍ଚ ମଙ୍ଗଲ ହାଁସଦାଙ୍କୁ ଜିଲାପାଳ ବିନୀତ ଭରଦ୍ୱାଜ ନିଲମ୍ବନ କରିଛନ୍ତି। ପତ୍ର ସଂଖ୍ୟା ୧୩୦/୨୦ା୧ା୨୦୨୦ରେ ଜିଲାପାଳ ଏହି ଆଦେଶନାମା ଦେଇଛନ୍ତି। ସୂଚନା ଅନୁଯାୟୀ, ସରପଞ୍ଚ ହାଁସଦାଙ୍କ ବିରୋଧରେ ୱାର୍ଡ ସଭ୍ୟାସଭ୍ୟମାନେ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲା ପଞ୍ଚାୟତ ଅଧିକାରୀ ତଦନ୍ତ କରି ରିପୋର୍ଟ ଦେଇଥିଲେ। ଏହି ରିପୋର୍ଟକୁ ଆଧାରକରି ଜିଲାପାଳ ସରପଞ୍ଚ ହାଁସଦାଙ୍କୁ ନିଲମ୍ବନ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ୱାର୍ଡ ସଭ୍ୟାସଭ୍ୟମାନଙ୍କ ଅଭିଯୋଗ ଅନୁଯାୟୀ ଗତ ସାଧାରଣ ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହୋଇଥିଲା। ଏହି ସମୟରେ ସରପଞ୍ଚ ନିଜର ସ୍ବାର୍ଥ ସାଧନ ଉଦ୍ଦେଶ୍ୟରେ ପଞ୍ଚାୟତର ପ୍ରୋସିଡିଙ୍ଗ ଖାତା କୌଶଳ କ୍ରମେ ହାତେଇ ନେଇ ୩ଟି ବୈଠକର ପ୍ରୋସିଡିଙ୍ଗ ଲେଖି ୱାର୍ଡ ମେମ୍ବରମାନଙ୍କ ଘରକୁ ଯାଇ ଦସ୍ତଖତ ନେଇଥିଲେ। ଏଭଳି କାର୍ଯ୍ୟକୁ ବିରୋଧ କରି ୱାର୍ଡ ମେମ୍ବରମାନେ ୫ା୭ା୧୯ ରିଖଠାରୁ ୯ା୭ା୧୯ ରିଖ ପର୍ଯ୍ୟନ୍ତ ପଞ୍ଚାୟତ ଅଫିସରେ ତାଲା ପକାଇ ଧାରଣାରେ ବସିଥିଲେ। ଖବରପାଇ ମୋରଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚି ସମସ୍ୟାର ସମାଧାନ କରି ତଦନ୍ତ ପାଇଁ ସେ ଜିଲାପାଳ ଏବଂ ଜିଲା ପଞ୍ଚାୟତ ଅଧିକାରୀଙ୍କୁ ଜଣାଇବେ ବୋଲି ଲିଖିତ ପ୍ରତିଶ୍ରୁତି ଦେଇଥିଲେ। ତେବେ ପ୍ରତିଶ୍ରୁତି ଦେବାର ୭ ଦିନ ବିତିଯାଇଥିଲେ ମଧ୍ୟ କୌଣସି ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇ ନ ଥିଲା । ପରେ ୱାର୍ଡ ମେମ୍ବରମାନେ ଘଟଣା ସମ୍ପର୍କରେ ଜିଲାପାଳଙ୍କୁ ଲିଖିତଭାବେ ଅଭିଯୋଗ କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ୨୨ା୭ା୧୯ ରିଖରେ ଜିଲା ପଞ୍ଚାୟତ ଅଧିକାରୀ, ଉପଖଣ୍ଡ ପଞ୍ଚାୟତ ଅଧିକାରୀ ଏବଂ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ ସମେତ ଏକ ଟିମ୍‌ ହଳଦୀପାଳ ପଞ୍ଚାୟତ ଅଫିସରେ ପହଞ୍ଚି ପଞ୍ଚାୟତ ପ୍ରୋସିଡିଙ୍ଗ ଖାତାକୁ ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲର୍ଡସରେ ରୋହିତଙ୍କ ଐତିହାସିକ ଶତକ

ଲଡର୍‌ସ,୧୯ା୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ରୋହିତ ଶର୍ମା ଐତିହାସିକ ଶତକିୟ ଇନିଂସ ଖେଳିଛନ୍ତି। ରୋହିତ ୧୦୭ ବଲ୍‌…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

ଚଞ୍ଚକତା କରି ଭାରପ୍ରଧାନ ଶିକ୍ଷକଙ୍କୁ ବଦଳି ଅଭିଯୋଗ, ଅଭିଭାବକ ମହଲରେ ଅସନ୍ତୋଷ

ହାଟଡିହୀ,୧୯ା୭(ଶୁଭକାନ୍ତ ନାୟକ): ଚଳିତ ଜୁଲାଇ ମାସ ଗତ ୧୦ ତାରିଖରେ ଡ଼ିଏଲଟିସି ବୈଠକ ବସିଥିଲା । ଏହି ବୈଠକ ଜିଲା ସ୍ତରରେ ଅନୁଷ୍ଠିତ ହୋଇଥାଏ । ବୈଠକରେ…

ଶ୍ରୀକ୍ଷେତ୍ରରୁ ଭଟଲି ଆସିଲା ତିନି ରଥର ଚକ; ପାଛୋଟି ଆଣିଲେ ହଜାର ହଜାର ଭକ୍ତ, ବିଧାୟକ କହିଲେ…

ବରଗଡ଼,୨୦।୭(ପ୍ରେମାନନ୍ଦ ଖମାରୀ): ପୁରୀ ଧାମରୁ ଭଟଲି ଦଧିବାମନ ଧାମକୁ ରବିବାର ତିନି ରଥର ଚକ ପହଞ୍ଚିଛି । ଶ୍ରୀକ୍ଷେତ୍ର ପୁରୀର ଏହି ତିନି ରଥର ଚକକୁ ଭବ୍ୟ…

ବସରେ ଗଞ୍ଜେଇ ଚାଲାଣ ପାଇଁ ଯୋଜନା ବେଳେ ମାଡିବସିଲା ଅଡବା ପୋଲିସ, ୪ ଲକ୍ଷ ଟଙ୍କାର ଗଞ୍ଜେଇ ସହ କେରଳର…

ମୋହନା,୧୯ା୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଶନିବାର ବିଳମ୍ବିତ ରାତିରେ ପୋଲିସ ପାଟ୍ରୋଲିଂ କରିବା ସମୟରେ ୪୦ କିଲୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri