ନିଶା ବେପାରୀଙ୍କ ବେଆଇନ ଦୋକାନ ଉଚ୍ଛେଦ କରିବ ବିଡିଏ: ଡିସିପି

ଭୁବନେଶ୍ୱର, ୧୯ା୭(ବ୍ୟୁରୋ) : ରାଜଧାନୀର ବିଭିନ୍ନ ସରକାରୀ ସ୍ଥାନକୁ ଜବରଦଖଲ କରି ବେଆଇନ ନିଶା କାରବାର ଚାଲୁଛି। ବିଭିନ୍ନ ଦୋକାନ ଖୋଲି ସେଥିରେ ନିଶାଦ୍ରବ୍ୟ ବ୍ୟବସାୟ କରାଯାଉଛି। ସେହି ଦୋକାନଗୁଡିକ ଚିହ୍ନଟ କରି ତାହାକୁ ଉଚ୍ଛେଦ କରିବା ପାଇଁ ବିଏମସିକୁ ଚିଠି କରାଯାଇଛି। ସପ୍ତାହକ ମଧ୍ୟରେ ୩୦ ମାମଲା ରୁଜୁ କରାଯାଇ ଅଭିଯୁକ୍ତମାନଙ୍କୁ ଜେଲ ପଠାଇ ଦିଆଯାଇଯାଇଛି। ନିଶା କାରବାରରେ ସଂପୃକ୍ତ ପେସାଦାର ବେପାରୀଙ୍କ ଉପରେ ୧୧୦ ଦଫା ଲଗାଯିବ ବୋଲି ଭୁବନେଶ୍ୱର ଡିସିପି ଅନୁପ ସାହୁ କହିଛିନ୍ତି।
ଡିସିପି ସାହୁ କହିଛନ୍ତି, ଅନେକ ଶିକ୍ଷା ଅନୁଷ୍ଠାନ ଓ ସରକାରୀ ସ୍ଥାନରେ ନିଶା କାରବାରରେ ସଂପୃକ୍ତ ଅଭିଯୁକ୍ତମାନେ ବେଆଇନ ଭାବେ ଘର କରି ଓ କ୍ୟାବିନ ପକାଇ ବେପାର ଚଳାଇଛନ୍ତି। ସେମାନେ ଗିରଫ ହୋଇ ଜେଲରୁ ଫେରିବା ପରେ ପୁଣି ସେଠାରେ କାରବାର ଚଳାଉଛନ୍ତି। ତେଣୁ ଆଗକୁ ସେମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେମାନଙ୍କ ଦୋକନଗୁଡିକୁ ବିଡିଏ ଏନ୍‌ଫୋର୍ସମେଣ୍ଟ ଟିମ୍‌ ସମ୍ପୂର୍ଣ୍ଣ ଉଚ୍ଛେଦ କରିବ। ଏଥିସହ ଯୁବପିଢି ଓ ଛାତ୍ରୀଛାତ୍ର ବ୍ରାଉନସୁଗାର ନିଶା କବଳରୁ ଦୂରେଇ ରହିବା ନେଇ ରାଜଧାନୀରେ ଏହି ସ୍ବତନ୍ତ୍ର ଚଢାଉ କାର୍ଯ୍ୟକ୍ରମ ଜାରି ରହିବ। ବେଆଇନ ନିଶା କାରବାର ଉପରେ ରୋକ୍‌ ଲଗାଇବା ନେଇ ପୋଲିସ କମିଶନରଙ୍କୁ ଆଉ ତିନୋଟି ପ୍ରସ୍ତାବ ଦିଆଯାଇଥିବାବେଳେ ଶୀଘ୍ର ଏହା କାର୍ଯ୍ୟକାରୀ ହେବ ବୋଲି ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri