ନିଶାବେପାରୀଙ୍କ ଘରୁ ବୋମା, ମାରାଣାସ୍ତ୍ର, ମଦ ଜବତ

ଜଟଣୀ,୩୦ା୧(ଡି.ଏନ.ଏ.): ଜଟଣୀ ଥାନା ବାଲିଛକ ମୁଣ୍ଡିଆସାହିରେ ଜଣେ ନିଶା ମାଫିଆଙ୍କ ଘର ଉପରେ ଜଟଣୀ ପୋଲିସ ମଙ୍ଗଳବାର ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ନିଶାବେପାରୀ ଖସି ଯାଇଥିଲେ। ହେଲେ ଘର ମଧ୍ୟରୁ ଖଣ୍ଡା ଆଦି ବିଭିନ୍ନ ମାରଣାସ୍ତ୍ର, ୧୧ଟି ବୋମା, ୨୫ ଲିଟର ଦେଶୀମଦ ପୋଲିସ ଜବତ କରିଥିଲା। ଖସିଯିବାରେ ସକ୍ଷମ ହୋଇଥିବା ମାଫିଆ ବିଭିନ୍ନ ନିଶାଦ୍ରବ୍ୟ କାରବାର କରୁଥିବା ଖବରପାଇ ଆଇଆଇସି ବିଶ୍ୱରଞ୍ଜନ ସାହୁଙ୍କ ନେତୃତ୍ୱରେ ଏହି ଚଢ଼ାଉ କରାଯାଇଥିଲା। ତେବେ ନିଶାବେପାରୀଙ୍କ ଘର ମଧ୍ୟରୁ ଏତେ ସଂଖ୍ୟାରେ ବୋମା ଓ ମାରଣାସ୍ତ୍ର ଜବତ ହେବା ପରେ ନାନା କଳ୍ପନା ଜଳ୍ପନା ସୃଷ୍ଟି କରିଛି। କୌଣସି ଅପରାଧ ସଙ୍ଗଠିତ କରିବା ଉଦ୍ଦେଶ୍ୟରେ ନିଶାବେପାରୀ ଜଣକ ଏହି ବୋମା ଓ ମାରଣାସ୍ତ୍ର ରଖିଥିବା ନେଇ ସନ୍ଦେହ ସୃଷ୍ଟି କରିଛି। ଫେରାର ହେବାରେ ସକ୍ଷମ ହୋଇଥିବା ନିଶାବେପାରୀ ଧରାପଡ଼ିବା ପରେ ଏହା ସ୍ପଷ୍ଟ ହେବ। ଏ ନେଇ ବିଭିନ୍ନ ଦଫାରେ ନଂ. ୫୪/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri