ନିଶାମଙ୍କ ଛକା ସମୟରେ ଚାଲିଗଲା କୋଚ୍‌ଙ୍କ ଜୀବନ

ଅକ୍‌ଲାଣ୍ଡ, ୧୮।୭ (ପି.ଟି.)- ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ଆଇସିସି ବିଶ୍ୱକପ୍‌ର ରୋମାଞ୍ଚକଭରା ଫାଇନାଲରେ ଉଭୟ ମ୍ୟାଚ୍‌ ଓ ସୁପର ଓଭର ଟାଇ ରହିବା ପରେ ଅଧିକ ବାଉଣ୍ଡାରୀ ଭିତ୍ତିରେ ଇଂଲଣ୍ଡକୁ ଚାମ୍ପିୟନ ଘୋଷିତ କରାଯାଇଥିଲା। ତେବେ ସୁପର୍‌ ଓଭରରେ ଇଂଲଣ୍ଡ ପକ୍ଷରୁ ଧାର୍ଯ୍ୟ ୧୬ ରନର ଟାର୍ଗେଟ୍‌କୁ ପିଛା କରୁଥିବାବେଳେ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଜିମ୍ମି ନିଶାମ ଏକ ଛକା ମାରିଥିଲେ। ନିଶାମଙ୍କ ଏହି ଛକା ସମୟରେ ତାଙ୍କ ପିଲାଦିନର ହାଇସ୍କୁଲ ଶିକ୍ଷକ ତଥା କୋଚ୍‌ ଡେଭିଡ୍‌ ଗର୍ଡନଙ୍କ ହାର୍ଟ ଆଟାକ୍‌ରେ ଜୀବନ ଚାଲିଯାଇଥିବା ଘଟଣା ଏବେ ଜଣାପଡ଼ିଛି। ଗର୍ଡନଙ୍କ ଝିଅ ଲିଓନି ଏ ସମ୍ପର୍କରେ କହିଛନ୍ତି ଯେତେବେଳେ ସୁପର୍‌ ଓଭରରେ ନ୍ୟୁଜିଲାଣ୍ଡ ୧୬ ରନର ଟାର୍ଗେଟ୍‌କୁ ପିଛା କରୁଥିଲା ବାପା ସେତେବେଳେ ହସ୍ପିଟାଲ ବେଡ୍‌ରେ ରହିଥିଲେ। ନିଶାମ ସୁପର୍‌ ଓଭରର ୨ୟ ବଲ୍‌ରେ ଏକ ଛକା ମାରିଥିଲେ। ସେହି ସମୟରେ ପିତାଙ୍କ ଦେହାନ୍ତ ହୋଇଥିଲା। ‘ଜଣେ ନର୍ସ ସୁପର୍‌ ଓଭର ସମୟରେ ଆସି କହିଥିଲେ ତାଙ୍କ ବାପାଙ୍କ ହୃତ୍‌ସ୍ପନ୍ଦନ ବଦଳୁଛି। ବୋଧ ହୁଏ ନିଶାମଙ୍କ ଛକା ପରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି’ ବୋଲି ଏକ ଗଣମାଧ୍ୟକୁ ସାକ୍ଷାତକାର ଅବସରରେ ଲିଓନି ଏହା ପ୍ରକାଶ କରିଛନ୍ତି। ଏହି ଘଟଣାରେ କୋଚ୍‌ ଗର୍ଡନଙ୍କୁ ନିଶାମ ଗୁରୁବାର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ‘ଡେଭିଡ୍‌ ଗର୍ଡନ, ମୋ ହାଇସ୍କୁଲ ଶିକ୍ଷକ, କୋଚ୍‌, ବନ୍ଧୁ। ଏହି ଖେଳ ପ୍ରତି ଆପଣଙ୍କ ଅଗାଧ ଭଲ ପାଇବା ଥିଲା। ଯେଉଁମାନେ ଆପଣଙ୍କ ତତ୍ତ୍ୱାବଧାନରେ ଖେଳିଛନ୍ତି ସେମାନେ ସମସ୍ତେ ଭାଗ୍ୟବାନ। ଆଶା କରୁଛି ଆପଣ ସେଥିଲାଗି ଗର୍ବ ଅନୁଭବ କରୁଥିବେ। ଏତେସବୁ ଦେଇଥିବାରୁ ଆପଣଙ୍କୁ ଧନ୍ୟବାଦ। ସ୍ବର୍ଗରେ ଆପଣଙ୍କ ଆତ୍ମାକୁ ଶାନ୍ତି ମିଳୁ’ ବୋଲି ନିଶାମ ତାଙ୍କ ଟୁଇଟର୍‌ ପୃଷ୍ଠାରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri