ନିଶାସକ୍ତ ଶିକ୍ଷକଙ୍କୁ ନିଲମ୍ବନ କଲେ ଜିଲା ଶିକ୍ଷାଧିକାରୀ

ଧରାକୋଟ,୨୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖଜୁରିପଦା ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଆସୁଥିବାରୁ ସୋମବାର ତାଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ସୀମାଞ୍ଚଳ ଶତପଥୀ। ସେ ଠିକ୍‌ ଭାବେ ପଢ଼ାଇ ପାରୁ ନ ଥିବାରୁ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରି ବ୍ଲକ ଶିକ୍ଷାଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ସୋମବାର ଜିଲା ଶିକ୍ଷାଧିକାରୀ ଡ. ସନାତନ ପଣ୍ଡା, ବ୍ଲକ ଶିକ୍ଷାଧିକାରୀ ରବୀନ୍ଦ୍ର କୁମାର ପଣ୍ଡା, ଏବିଇଓ ସୌରୀ ଶଙ୍କର ବେହେରା, ବୈଷୟୀକ ପରାମର୍ଶ ଦାତା (ଟିସି) ନିକିତା ପାଢ଼ୀ, ବରିଷ୍ଠ ଟିସି ସୁନ୍ଦର ରାୟ, ଜିଲା ବିଜ୍ଞାନ ସୁପରଭାଇଜର ପନ୍ନଗ ଭୂଷଣ ମାଝି ପ୍ରମୁଖ ଜାତୀୟ ମାନବାଧିକାର ଖିଲାପ କରୁଥିବା ବାହାରପୁର ପଞ୍ଚାୟତର ଦଣ୍ଡାସି ବଗଡ଼ ବିଦ୍ୟାଳୟ ପରିଦର୍ଶନ ପରେ ଖଜୁରିପଦା ବିଦ୍ୟାଳୟରେ ପହଞ୍ଚତ୍ଥିଲେ। କିନ୍ତୁ ବିଦ୍ୟାଳୟରେ ଶିକ୍ଷକ ସୀମାଞ୍ଚଳ ଅନୁପସ୍ଥିତ ଥିଲେ। ସ୍ଥାନୀୟ ଗ୍ରାମବାସୀ ଶିକ୍ଷକ ଜଣକ ପ୍ରତିଦିନ ନିଶା ସେବନ କରି ସ୍କୁଲକୁ ଆସୁଥିବାରୁ ଠିକ୍‌ଭାବେ ପଢ଼ାଇ ପାରୁନାହାନ୍ତି ବୋଲି କହିଥିଲେ। ଜିଲା ଶିକ୍ଷାଧିକାରୀ ତଦନ୍ତ ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ଆଦେଶ ସଂଖ୍ୟା ୮୧୮/ତା. ୨୨ା୭ା୧୯ରେ ନିଲମ୍ବନ କରିଥିଲେ। ପ୍ରକାଶଯେ, ଏନ୍‌ଏଚ୍‌ଆର୍‌ସି କେସ୍‌ ନଂ. ୪୦୭୩ରେ ଡିଇଓ ବିଦ୍ୟାଳୟ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri