ନିଶ୍ଚିତ ବିଜୟ ଲକ୍ଷ୍ୟରେ ଶ୍ରୀଲଙ୍କା

ଚେଷ୍ଟର-ଲି-ଷ୍ଟ୍ରିଟ୍‌, ୨୭।୬ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଶୁକ୍ରବାର ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିସାରିଥିବା ଦକ୍ଷିଣ ଆଫ୍ରିକା ଓ ଏସୀୟ ରାଷ୍ଟ୍ର ଶ୍ରୀଲଙ୍କା ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ରିଭରସାଇଡ୍‌ ଗ୍ରାଉଣ୍ଡରେ ଏହି ମ୍ୟାଚ୍‌ ଖେଳାଯିବ। ଶ୍ରୀଲଙ୍କା ଏହାର ପୂର୍ବ ମ୍ୟାଚ୍‌ରେ ଆୟୋଜକ ଇଂଲଣ୍ଡକୁ ରୋମାଞ୍ଚକ ଭାବେ ୨୦ ରନରେ ପରାସ୍ତ କରି ଟ୍ରାକ୍‌କୁ ପ୍ରତ୍ୟାବର୍ତ୍ତନ କରିବା ସହ ସେମିଫାଇନାଲ ଦୌଡ଼ରେ ସାମିଲ ହୋଇଥିଲା। ଅନ୍ତିମ-୪’ରେ ପ୍ରବେଶ ଆଶା ଉଜ୍ଜିବୀତ ରଖିବା ପାଇଁ ହେଲେ ଦିମୁଥ କରୁଣାରତ୍ନେଙ୍କ ନେତୃତ୍ୱାଧୀନ ଶ୍ରୀଲଙ୍କା ଦଳକୁ ଏହି ମ୍ୟାଚ୍‌ରେ ନିଶ୍ଚିତ ବିଜୟ ଆବଶ୍ୟକ ହେଉଛି। ଶ୍ରୀଲଙ୍କା ୬ ମ୍ୟାଚ୍‌ରୁ ୨ଟି ଲେଖାଏ ବିଜୟ, ପରାଜୟ ଓ ବିନାଫଳ ସହ ୬ ପଏଣ୍ଟ ପାଇ ଟେବୁଲର ୭ମ ସ୍ଥାନରେ ରହିଛି। ୧୯୯୬ ଚାମ୍ପିୟନ ସିଂହଳୀ ଦଳ ଏହାର ଅନ୍ତିମ ୩ ମ୍ୟାଚ୍‌ ଜିତିପାରିଲେ ସେମିଫାଇନାଲରେ ସ୍ଥାନ ପକ୍କା କରିବାର ଯଥେଷ୍ଟ ସମ୍ଭାବନା ରହିଛି।
ଗତ ସଂସ୍କରଣର ସେମିଫାଇନାଲିଷ୍ଟ ଦକ୍ଷିଣ ଆଫ୍ରିକା ବିଶ୍ୱକପ୍‌ ଇତିହାସରେ ଏହାର ନୈରାଶ୍ୟଜନକ ପ୍ରଦର୍ଶନ ଜାରି ରଖିଛି। ଫାଫ୍‌ ଡୁ ପ୍ଲେସିସଙ୍କ ଦଳ ଏହାର ପୂର୍ବ ମ୍ୟାଚ୍‌ରେ ପାକିସ୍ତାନ ନିକଟରୁ ୪୯ ରନରେ ପରାସ୍ତ ହେବା ସହ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଛି। ବର୍ତ୍ତମାନ ସୁଦ୍ଧା ୭ ମ୍ୟାଚ୍‌ରୁ ୧ ବିଜୟ, ୫ ପରାଜୟ ଓ ଗୋଟିଏ ବିନା ଫଳାଫଳ ସହ ମାତ୍ର ୩ ପଏଣ୍ଟ ପାଇ ୧୦ ଦଳୀୟ ଟେବୁଲର ସର୍ବନିମ୍ନ ସ୍ଥାନରେ ରହିଥିବା ଆଫଗାନିସ୍ତାନର ଉପରେ ରହିଛି। ସେମିଫାଇନାଲରୁ ବାଦ୍‌ ପଡ଼ି ସାରିଥିବାରୁ ଦକ୍ଷିଣ ଆଫ୍ରିକା ଏବେ ସମ୍ମାନ ରକ୍ଷା ଲାଗି ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri