ନିଶ୍ଚିନ୍ତକୋଇଲିରେ ବଢୁଛି କରୋନା ପଜିଟିଭ୍‌ଙ୍କ ସଂଖ୍ୟା

ନିଶ୍ଚିନ୍ତକୋଇଲି୨।୬(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଦିନକୁଦିନ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ବଢ଼ୁଛି। କ୍ୱାରାଣ୍ଟାଇନ ସେଣ୍ଟରରେ ପଜିଟିଭ୍‌ ଚିହ୍ନଟ ହେଉଥିବାରୁ ଗୋଷ୍ଠୀ ସଂକ୍ରମଣର ଭୟ ନ ଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ବ୍ଲକର ୪୧ଟି ପଞ୍ଚାୟତରେ ୮ ହଜାର ୮ଶହରୁ ଊର୍ଦ୍ଧ୍ୱ ପ୍ରବାସୀ ଅନ୍‌ଲାଇନ ଓ ଅଫ୍‌ଲାଇନରେ ନିଜ ଗାଁକୁ ଫେରିବା ପାଇଁ ପଞ୍ଜୀକରଣ କରିଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ସେମାନଙ୍କ ପାଇଁ ୯୫ଟି କ୍ୱାରାଣ୍ଟାଇନ ସେଣ୍ଟର ପ୍ରସ୍ତୁତ କରାଯାଇଛି। ମହିଳାଙ୍କ ପାଇଁ ବ୍ଲକରେ ସ୍ବତନ୍ତ୍ର କ୍ୱାରାଣ୍ଟାଇନ କରାଯାଇଛି। ତେବେ ୯୫ଟି କ୍ୱାରାଣ୍ଟାଇନ କେନ୍ଦ୍ର ମଧ୍ୟରୁ ୧୨ଟିରେ ଏବେ ପ୍ରବାସୀଙ୍କୁ ରଖାଯାଇଛି। ମଙ୍ଗଳବାର ସୁଦ୍ଧା ନିଶ୍ଚିନ୍ତକୋଇଲି ବ୍ଲକକୁ ୨ ହଜାର ୪୫୧ ଜଣ ପ୍ରବାସୀ ଆସିଥିବା ବେଳେ ୧୪ ଶହ ୧୧ ଜଣଙ୍କୁ କ୍ୱାରାଣ୍ଟାଇନରୁ ଛଡାଯାଇଛି। ତେବେ କ୍ୱାରାଣ୍ଟାଇନ ସେଣ୍ଟରରୁ ୬୧୮ ସ୍ବାବ ଓ କଣ୍ଟେନମେଣ୍ଟ ଜୋନରୁ ୭୬ ଜଣଙ୍କର ସ୍ବାବ ପରୀକ୍ଷା ପାଇଁ ନିଆଯାଇଛି। ତେବେ କଟିକଟା ପଞ୍ଚାୟତର ଜୈନିକ ଯୁବକ ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳ ଓ ତାଙ୍କ ପରିବାର ସଦସ୍ୟଙ୍କ ସ୍ବାବ ପରୀକ୍ଷା କରାଯାଇଥିଲା। ଜଇରାମପୁର ପଞ୍ଚାୟତର ଗୋଟିଏ ୱାର୍ଡକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିଲା। ତେବେ ଉଭୟ ସ୍ଥାନରୁ ସ୍ବାବ ନେଗେଟିଭ ଆସିବା ପରେ ସ୍ଥାନୀୟ ଅଞ୍ଚଳବାସୀ ଭୟମୁକ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Read more

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?