Posted inଫୁରସତ

ନିୟତିର ଖେଳ : ଜାତୀୟ ସ୍ବର୍ଣ୍ଣବିଜେତା ଏବେ ଦିନ ମଜୁରିଆ

କାନପୁର : ନିୟତିର ଗତି ବଡ଼ ବିଚିତ୍ର। ପରିସ୍ଥିତି କେତେବେଳେ ବଦଳିଯାଏ ତାହା କହିହେବନି। ସଫଳତାର ପାହାଚ ଚଢ଼ି ଉପରକୁ ଯାଇଥିବା ଜଣେ ଖେଳାଳି ଏକ ସୁନ୍ଦର ଭବିଷ୍ୟତ ଆଶା କରୁଥିବାବେଳେ ଦିନ ମଜୁରିଆ ହେବା ଯେ କେତେ ପୀଡ଼ାଦାୟକ ତାହା ଅନୁଭବୀ ହିଁ କହିପାରିବେ। ଏମିତି ଏକ ପରିସ୍ଥିତିକୁ ସାମନା କରିବାକୁ ପଡିଛି ଜାତୀୟସ୍ତରର ଉଦୀୟମାନ ଖେଳାଳି ବିପିନ ସେନ୍‌ଙ୍କୁ। ଉତ୍ତରପ୍ରଦେଶ କାନ୍‌ପୁରର ଅର୍ମାପୁର ବାସିନ୍ଦା ବିପିନ। ଦିନ ମଜୁରିଆ ଭାବେ ତାଙ୍କ ଦୀନ ବିତୁଛି। ଯେଉଁ ପଡ଼ିଆରେ ସେ ଖେଳ ପ୍ରଦର୍ଶନ କରିବାବେଳେ ଦର୍ଶକଙ୍କ ତାଳିରେ ପୂରା ପଡ଼ିଆ ଫାଟିପଡୁଥିଲା ସେହି ପଡ଼ିଆରେ ଘାସ କାଟୁଛନ୍ତି ଅର୍ମାପୁର ବାସିନ୍ଦା ୨୧ ବର୍ଷୀୟ ବିପିନ। ୨୦୧୬ରେ ରାଜ୍ୟସ୍ତରୀୟ କୁମ୍ଫୁ ପ୍ରତିଯୋଗିତାରେ ସେ ରୌପ୍ୟ ପଦକ ହାସଲ କରିଛନ୍ତି। ୨୦୧୬-୧୭ରେ ରାଜ୍ୟସ୍ତରରେ କିକ୍‌ ବକ୍ସିଂରେ ସ୍ବର୍ଣ୍ଣ ପଦକ ଜିତିବା ସହ ସେହି ବର୍ଷ ହରିୟାଣା କୁରୁକ୍ଷେତ୍ରରେ ଅନୁଷ୍ଠତି ଜାତୀୟ ପ୍ରତିଯୋଗିତାରେ ତାଙ୍କୁ ମିଳିଥିଲା ସ୍ବର୍ଣ୍ଣ ପଦକ । ଏହି ସଫଳତା ପାଇବା ପରେ ସେ ଏସିଆଡ୍‌ ଓ ଅଲିମ୍ପିକ୍‌ରେ ପଦକ ଜିତିବାର ଲକ୍ଷ୍ୟ ରଖିଛନ୍ତି, କିନ୍ତୁ ଏଥିରେ ବାଧକ ସାଜିଛି ଅର୍ଥ। ତଥାପି ତାଙ୍କ ମନବଳ ଭାଙ୍ଗିଯାଇନି। ସେ ଦିନରେ ଗ୍ରୀନ୍‌ପାର୍କର ଘାସ କାଟୁଛନ୍ତି ଓ ରାତିରେ କିକ୍‌ ବକ୍ସିଂ ଅଭ୍ୟାସ କରୁଛନ୍ତି। ୨୦୧୬ରେ ବିପିନଙ୍କ ପିତାଙ୍କ ଦେହାନ୍ତ ହେବା ପରେ ପରିବାରର ଦାୟିତ୍ୱ ପଡିଥିଲା ତାଙ୍କ ଉପରେ। ମା’ ରାମଲଲିଙ୍କୁ ସାହାଯ୍ୟ କରିବା ତଥା ତାଙ୍କ ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ ତାଙ୍କୁ ମଜୁରି ଲାଗିବାକୁ ପଡିଛି। ଗ୍ରୀନ ପାର୍କରେ ଘାସ କାଟିବା କାମ କଲେ ସେଠାରେ ତାଙ୍କୁ ଅଭ୍ୟାସର ସୁଯୋଗ ମିଳୁଛି ବୋଲି ବିପିନ କହିଛନ୍ତି। ସାହାସ, ମନବଳ ଓ ଏକାଗ୍ରତା ତାଙ୍କୁ ଲକ୍ଷ୍ୟସ୍ଥଳରେ ପହଞ୍ଚାଇପାରିବ ବୋଲି ସେ ଦୃଢ ନିଶ୍ଚିତ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri