ନିୟମ ଉଲ୍ଲଂଘନ ଦେଶର ବିକାଶରେ ବାଧା ସୃଷ୍ଟି କରେ

ଭୁବନେଶ୍ୱର, ୧୮ା୧(ବ୍ୟୁରୋ): ଭାରତ ବ୍ୟତୀତ ଅନ୍ୟ ଦେଶଗୁଡ଼ିକରେ ଟ୍ରାଫିକ୍‌ ଲାଇଟ୍‌ ମାଧ୍ୟମରେ ଟ୍ରାଫିକ୍‌ ନିୟନ୍ତ୍ରିତ ହୋଇଥାଏ। କିନ୍ତୁ ଭାରତରେ ଟ୍ରାଫିକ୍‌ ନିୟନ୍ତ୍ରଣ ଲାଗି ପୋଲିସ ନିୟୋଜିତ ହୋଇଥିଲେ ମଧ୍ୟ ଲୋକେ ଟ୍ରାଫିକ୍‌ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି। ତେଣୁ ମାନସିକତାରେ ପରିବର୍ତ୍ତନ ଓ ନିୟମକୁ ପାଳନ କରିବା ସହ ସଚେତନତା ମାଧ୍ୟମରେ ଏହାର ସରଳ ସମାଧାନ ହୋଇପାରିବ ବୋଲି ଭୁବନେଶ୍ୱର-କଟକର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି। ଶୁକ୍ରବାର ସାଇ ଇଣ୍ଟରନ୍ୟାଶନାଲ୍‌ ସ୍କୁଲରେ ଟ୍ରାଫିକ୍‌ ଓ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମରେ ପୋଲିସ କମିଶନର ମୁଖ୍ୟଅତିଥି ଭାବେ ଯୋଗଦେଇ ଆଇନକୁ ସମ୍ମାନ ଦେବା ପାଇଁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। କାୈଣସି ପ୍ରକାରର ନିୟମ ଉଲ୍ଲଂଘନ ଦେଶର ବିକାଶରେ ବାଧା ସୃଷ୍ଟି କରିଥାଏ। ତେଣୁ ଆଇନକୁ ସମ୍ମାନ ଦେଲେ ସମାଜ ଏକ ସମ୍ମାନଜନକ ସ୍ଥିତିରେ ପହଞ୍ଚିପାରିବ। କାର୍ଯ୍ୟକ୍ରମରେ ଭୁବନେଶ୍ୱର-କଟକର ଟ୍ରାଫିକ୍‌ ଡିସିପି ସାଗରିକା ନାଥ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ଟ୍ରାଫିକ୍‌ ନିୟମ ଓ ସୁରକ୍ଷିତ ଗାଡ଼ିଚାଳନା ସମ୍ପର୍କରେ ମହତ୍ତ୍ୱପୂର୍ଣ୍ଣ ସୂଚନାମାନ ଦେଇଥିଲେ। ଏକ ଭିଡ଼ିଓ ପ୍ରେଜେଣ୍ଟେଶନ୍‌ ମାଧ୍ୟମରେ ଭାରତରେ ପ୍ରତିିଦିନ ଘଟୁଥିବା ଦୁର୍ଘଟଣା ବିଷୟରେ ଗୁରୁତ୍ୱ ଦେଇ ଏନେଇ ସତର୍କତା ଓ ସାବଧାନତା ଅବଲମ୍ବନ କରିବା ନିହାତି ଜରୁରୀ ବୋଲି ସେ କହିଥିଲେ। ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଡିସିପି ନାଥ ଟ୍ରାଫିକ୍‌ ବ୍ୟବସ୍ଥାର ଦଶସୂତ୍ରୀ ନିୟମ ସମ୍ପର୍କରେ ବସ୍ତୃତ ଭାବେ ଆଲୋଚନା କରିଥିଲେ। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ୍‌ର ପ୍ରତିଷ୍ଠାତା ଡ. ବିଜୟ କୁମାର ସାହୁ କହିଥିଲେ ଯେ, ଯାତାୟାତ ସମୟରେ ଟ୍ରାଫିକ୍‌ ନିୟମକୁ ପ୍ରତ୍ୟେକ ବ୍ୟକ୍ତି ମାନିବା ଦରକାର ଏବଂ ସମସ୍ତଙ୍କ ମଧ୍ୟରେ ଏ ସଚେତନତା ରହିବା ନିହାତି ଆବଶ୍ୟକ। ସ୍କୁଲର ସିନିୟର୍‌ ପ୍ରିନ୍ସିପାଲ୍‌ ନୀଳକଣ୍ଠ ପାଣିଗ୍ରାହୀ କହିଥିଲେ, ପ୍ରତ୍ୟେକ ନାଗରିକଙ୍କ ମିଳିତ ପ୍ରଚେଷ୍ଟା ଓ ମାନସିକତା ଦ୍ୱାରା ଟ୍ରାଫିକ୍‌ ନିୟମ ଉଲ୍ଲଂଘନକୁ ରୋକାଯାଇପାରିବ। ଶେଷରେ ଷ୍ଟ୍ରିଟ୍‌ ଥିଏଟର ଆକ୍ସନ୍‌ ଗ୍ରୁପ୍‌ର କଳାକାରମାନଙ୍କ ଦ୍ୱାରା ଟ୍ରାଫିକ୍‌ ଓ ସଡ଼କ ସଚେତନତା ଉପରେ ବ୍ୟଙ୍ଗାତ୍ମକ ନାଟକ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri