ନିୟମ ଭାଙ୍ଗୁଛନ୍ତି ସରକାରୀ କାମରେ ନିୟୋଜିତ ଶ୍ରମିକ

ସମ୍ବଲପୁର, ୧୬।୪ (ବ୍ୟୁରୋ)-କରୋନା କଟକଣା ଓ ଏହାର ସଂକ୍ରମଣ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହାର ପ୍ରତିଷେଧକ ପାଇଁ ସାମାଜିକ ଦୂରତ୍ୱ ଏକ ପ୍ରମୁଖ ମାଧ୍ୟମ ବୋଲି ସରକାର ଘୋଷଣା କରି ପାଳନ କରିବାକୁ ସମସ୍ତଙ୍କୁ କଡା ନିର୍ଦ୍ଦେଶ ଦିଆଯାଉଛି। ହେଲେ ସମ୍ବଲପୁର ଜିଲାରେ ଏହାର ବ୍ୟତିକ୍ରମ ଦେଖାଦେଇଛି। ଖୋଦ୍‌ ସରକାରୀ କାମରେ ନିୟୋଜିତ ଶ୍ରମିକମାନେ ସାମାଜିକ ଦୂରତ୍ୱ ପାଳନ କରୁ ନ ଥିବା ଦେଖିବାକୁ ମିଳିଛି । ଜିଲା ସଦର ଡାକ୍ତରଖାନାରେ ନିର୍ମାଣାଧୀନ କୋଭିଡ- ୧୯ ମେଡିକାଲରେ ନିୟୋଜିତ ଥିବା ଶ୍ରମିକମାନଙ୍କ କ୍ଷେତ୍ରରେ ଏହା ଦେଖିବାକୁ ମିଳିଛି। ଗୁରୁବାର ଏକ ପିକଅପ୍‌ ଭ୍ୟାନରେ ପ୍ରାୟ ୧୨ରୁ ଊର୍ଦ୍ଧ୍ୱ ଶ୍ରମିକ ଟ୍ରଲିରେ ବସି ଧନୁପାଲି କ୍ୟାମ୍ପକୁ ଯାଉଥିଲେ। ଏହି ସମୟରେ ଲକ୍ଷ୍ମୀଟକିଜ ଟ୍ରାଫିକ ଛକରେ ଏସଡିପିଓ ତପନ କୁମାର ସ୍ବାଇଁ ଓ ଅନ୍ୟାନ୍ୟ କର୍ମଚାରୀ ପିକଅପ୍‌କୁ ଅଟକାଇଥିଲେ । ଗାଡି ଚାଳକ କୋଭିଡ- ୧୯ରେ ମେଡିକାଲ କାମରେ ନିୟୋଜିତ ଥିବା ଗାଡିର ପାସ୍‌ ଦେଖାଇଥିଲେ । ହେଲେ ପୋଲିସ ଏକାସଙ୍ଗରେ ଏତେ ଶ୍ରମିକମାନଙ୍କୁ ନେବା ଆଣିବା ନିୟମ ବାହାରେ ବୋଲି କହି ସାମାଜିକ ଦୂରତ୍ୱ ନିୟମ ପାଳନ କରାଯାଉ ନାହିଁ ବୋଲି କହିଥିଲା। ପ୍ରାୟ ୫ଜଣ ଶ୍ରମିକଙ୍କୁ ଗାଡିରେ ଯିବାକୁ କହି ଅନ୍ୟ ଶ୍ରମିକଙ୍କୁ ଓହ୍ଲାଇ ଦେଇଥିଲା। ଫଳରେ କିଛି ସମୟ ପରେ ପୁଣି ପିକଅପ୍‌ ଆସି ସେହି ଶ୍ରମିକମାନଙ୍କୁ ନେଇ କ୍ୟାମ୍ପକୁ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri