ଫୁଲବାଣୀ ଅଫିସ, ୮|୫- ମହାମାରୀ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ବାହାର ରାଜ୍ୟରୁ ଫେରିଥିବା ଲୋକେ ପଞ୍ଜୀକରଣ କରିବା ଓ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହିବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଛନ୍ତି। କ୍ୱାରାଣ୍ଟାଇନ୍ ସେଣ୍ଟରରେ କେହି ଅନାଧିକାର ପ୍ରବେଶ କଲେ ଆଇନ ଅନୁସାରେ ଦଣ୍ଡିତ ହେବେ ବୋଲି ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଜଣେ ପ୍ରଶାସନିକ ଅଧିକାରୀଙ୍କ ସ୍ତ୍ରୀ ରାଜସ୍ଥାନର କୋଟାରୁ ଫେରିଥିବା ନିଜ ପୁଅଙ୍କୁ ଭେଟିବାକୁ ବିନା ଅନୁମତିରେ କ୍ୱାରାଣ୍ଟାଇନ୍ ସେଣ୍ଟରରେ ପ୍ରବେଶ କରିଛନ୍ତି। ସେଠାରେ ସେ ଟାଉନ ଥାନାଧିକାରୀ, ପୌର ପରିଷଦ ନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ତେବେ ଚାପରେ ପଡ଼ି ତାଙ୍କ ନାମରେ କେହି ଏତଲା ଦେଇ ନ ଥିବା ଜଣାପଡିଛି। ଘଟଣାକୁ ଚାପି ଦେବାକୁ କୁଆଡ଼େ ନିର୍ଦ୍ଦେଶ ହୋଇଛି।
ଖଜୁରିପଡ଼ା ଅଞ୍ଚଳରେ କାର୍ଯ୍ୟରତ ପ୍ରଶାସନିକ ଅଧିକାରୀ ଜଣକ ବିନା ଅନୁମତିରେ କୋଟା ଯାଇ ପୁଅଙ୍କୁ ଆଣି ଘରେ ରଖିଥିଲେ। ସ୍ଥାନୀୟ ଲୋକେ ଏ ସମ୍ପର୍କରେ ଜିଲା ପ୍ରଶାସନକୁ ଖବର ଦେଇଥିଲେ। ମେଡିକାଲର ଏକ ଟିମ ସମ୍ପୃକ୍ତ ଅଧିକାରୀଙ୍କ ଘରକୁ ଯାଇ ତାଙ୍କ ପୁଅଙ୍କୁ ଆଣି ଫୁଲବାଣୀ ବିଜୁ କଲ୍ୟାଣ ମଣ୍ଡପରେ ହୋଇଥିବା କ୍ୱାରାଣ୍ଟାଇନ୍ ସେଣ୍ଟରରେ ରଖିଥିଲେ। ଅଧିକାରୀ ଜଣକ କାହା ଅନୁମତିରେ ଜିଲା ତଥା ରାଜ୍ୟ ବାହାରକୁ ଯାଇ ପୁଅଙ୍କୁ ଆଣିଛନ୍ତି ତାହା ତଦନ୍ତ ପରିସରଭୁକ୍ତ ରହିଥିବା ବେଳେ ତାଙ୍କ ସ୍ତ୍ରୀ ସରକାରଙ୍କ ସବୁ ନିୟମକୁ ଉଲ୍ଲଂଘନ କରିଛନ୍ତି। ସରକାରୀ ଗାଡ଼ିରେ ସେ କ୍ୱାରାଣ୍ଟାଇନ୍ ସେଣ୍ଟର ପରିସରକୁ ଆସିଥିଲେ। ସେଠାରେ କାର୍ଯ୍ୟରତ କର୍ମଚାରୀ ଏବଂ ଦାୟିତ୍ୱରେ ଥିବା ଅଧିକାରୀ ଭିତରକୁ ଯିବାକୁ ବାରଣ କରିବାରୁ ତାଙ୍କୁ ଗାଳିଗୁଲଜ କରିଥିଲେ। ଏପରିକି ଟାଉନ ଥାନାଅଧିକାରୀ ନରେଶ କୁମାର ସାହୁଙ୍କୁ ମଧ୍ୟ ଦୁର୍ବ୍ୟବହାର ପ୍ରଦର୍ଶନ କରି ଜୋର ଜବରଦସ୍ତ ସଙ୍ଗରୋଧ ଗୃହରେ ପଶି ପୁଅଙ୍କୁ ଭେଟିଥିଲେ। ସମ୍ପୃକ୍ତ ପ୍ରଶାସନିକ ଅଧିକାରୀ ଏବଂ ତାଙ୍କ ସ୍ତ୍ରୀଙ୍କ ଏତାଦୃତ କାର୍ଯ୍ୟକୁ ନେଇ ଜିଲା ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଉଦ୍ବେଗ ପ୍ରକାଶ କରାଯାଇଛି। ଏ ନେଇ ପୌର ପରିଷଦ ନିର୍ବାହୀ ଅଧିକାରୀ ବଳଦେବ ବେହେରାଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଛୁ ବୋଲି କହିଛନ୍ତି। ସେହିପରି ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁଙ୍କୁ ପଚାରିବାରୁ ଏଭଳି କିଛି ଖବର ତାଙ୍କ ପାଖରେ ନାହିଁ ବୋଲି କହିଛନ୍ତି। ଅନ୍ୟପକ୍ଷରେ ଜିଲାପାଳ ଡା. ବୃନ୍ଦା ଡି. ଘଟଣା ସମ୍ପର୍କରେ ଶୁଣିଛି, ଏତଲା ହୋଇନାହିଁ। ଏତଲା ଦିଆଗଲେ ତଦନ୍ତ କରିବୁ ବୋଲି କହିଛନ୍ତି।
ନିୟମ ମାନିଲେନି ପ୍ରଶାସନିକ ଅଧିକାରୀଙ୍କ ସ୍ତ୍ରୀ: କ୍ୱାରାଣ୍ଟାଇନ୍ ସେଣ୍ଟର ଯାଇ କୋଟା ଫେରନ୍ତା ପୁଅଙ୍କୁ ଭେଟିଲେ
Posted inଆମ ଜିଲା ଖବର, କନ୍ଧମାଳ View All
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…
Archives

