ନିୟମ ମାନୁନାହାନ୍ତି କର୍ମଚାରୀ: ପୌର କାର୍ଯ୍ୟାଳୟକୁ ନେଇ ବଢ଼ୁଛି ଅଭିଯୋଗ

ଅନୁଗୋଳ ଅଫିସ, ୨୨।୧ – ଅନୁଗୋଳ ପୌରପାଳିକାର କେତେଜଣ କର୍ମଚାରୀ ଅନେକ ସମୟରେ ନିଜ ସିଟ୍‌ରେ ରହୁ ନ ଥିବା ବାରମ୍ବାର ଅଭିଯୋଗ ହୋଇଆସୁଛି। ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ଜନସାଧାରଣ ବିଭାଗୀୟ କର୍ମଚାରୀଙ୍କୁ ନ ପାଇ ହଇରାଣ ହେଉଥିବା ବେଳେ କର୍ତ୍ତୃପକ୍ଷ ମଧ୍ୟ ତାଗିଦ ବ୍ୟତୀତ କୌଣସି ଦୃଢ଼ ପଦକ୍ଷେପ ନେଉ ନ ଥିବାରୁ ଅସନ୍ତୋଷ ବଢ଼ିବାରେ ଲାଗିଛି।
ନିୟମ ଅନୁଯାୟୀ ପ୍ରତ୍ୟେକ ସରକାରୀ କାର୍ଯ୍ୟାଳୟ ପୂର୍ବାହ୍ନ ୧୦ଟାରୁ ୫ଟା ୩୦ ପର୍ଯ୍ୟନ୍ତ ଖୋଲା ରହିବ। କର୍ମଚାରୀଙ୍କୁ ଖାଇବା ପାଇଁ ସାଢ଼େ ଗୋଟାଏରୁ ଦୁଇଟା ପର୍ଯ୍ୟନ୍ତ ସମୟ ରଖାଯାଇଛି। କିନ୍ତୁ ମଙ୍ଗଳବାର ଅପରାହ୍ନ ୨ଟାରୁ ୩ଟା ୩୯ ପର୍ଯ୍ୟନ୍ତ ପୌରପାଳିକା କାର୍ଯ୍ୟାଳୟରେ ନିର୍ବାହୀ ଅଧିକାରୀ ଓ କେତେଜଣ ହାତଗଣତି କର୍ମଚାରୀଙ୍କୁ ଛାଡ଼ିଦେଲେ ଅନ୍ୟମାନଙ୍କ ଭେଟ ମିଳିନଥିଲା। କେଉଁ ବିଭାଗରେ ତାଲା ଝୁଲୁଥିଲା ତ ଆଉ କେଉଁଠି ଲାଇଟ୍‌ ଜଳୁଥିବାବେଳେ ଚୌକି ଖାଲି ପଡ଼ିଥିବା ଦେଖିବାକୁ ମିଳିଥିଲା। ଏପରି କି ପୌରପାଳିକାରେ ଥିବା ଗୁରୁତ୍ୱପୂର୍ଣ୍ଣ ବିଭାଗ ପରିମଳ, ଆକାଉଣ୍ଟ, ଡାଏରୀ, ଷ୍ଟୋର, ବିଧି ବିଭାଗ ସହ ଅନ୍ୟ କେତେକ ବିଭାଗରେ ତାଲା ଝୁଲୁଥିଲା। ସେହିପରି କମ୍ପ୍ୟୁଟର ରୁମ୍‌ ଓ ଟ୍ୟାକ୍ସ ଆଦାୟ ବିଭାଗରେ ଲାଇଟ୍‌ ଜଳୁଥିଲେ ମଧ୍ୟ କୌଣସି କର୍ମଚାରୀ କି ଅଧିକାରୀଙ୍କୁ ଦେଖିବାକୁ ମିଳି ନ ଥିଲା। ଏ ନେଇ ପୌରପାଳିକାର କେତେଜଣ ଚତୁର୍ଥଶ୍ରେଣୀ କର୍ମଚାରୀ କହିଥିଲେ, ବାବୁମାନେ ଖାଇବାକୁ ଯାଇଛନ୍ତି। ବିଳମ୍ବରେ ଫେରିଥିବା କେତେକ ବାବୁ କହିଥିଲେ, ବିଳମ୍ବରେ ଖାଇବାକୁ ଯାଇଥିଲୁ, ତେଣୁ ବିଳମ୍ବରେ ଆସିଲୁ। ଆଜି ଟିକେ ଡେରି ହୋଇଗଲା। ନଚେତ୍‌ ଆମେମାନେ ଶୀଘ୍ର ଚାଲିଆସୁ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri