ନିୟମାବଳୀ ଯଥାର୍ଥ ଦର୍ଶାଇଲେ ଓପିଏସ୍‌ସି

କଟକ ଅଫିସ,୧୦ା୨:ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ଅନୁଷ୍ଠିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷାର ନିୟମାବଳୀକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଗୁରୁବାର ହୋଇଛି। ଓପିଏସ୍‌ପି ଓ ଆଡ୍‌ଭୋକେଟ ଜେନେରାଲ ଜବାବ ଦାଖଲ କରି ପରୀକ୍ଷା ନିମନ୍ତେ ଥିବା ନିୟମାବଳୀକୁ ଯଥାର୍ଥ ବୋଲି ଦର୍ଶାଇଛନ୍ତି। ବିଚାରପତି ଆଦିତ୍ୟ କୁମାର ମହାପାତ୍ରଙ୍କ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି କରିଥିଲେ। ଫେବୃୟାରୀ ୧୦ ଅର୍ଥାତ୍‌ ଶୁକ୍ରବାର ମାମଲାର ପରବର୍ତ୍ତୀ ଶୁଣାଣିବେଳେ ଆବେଦନକାରୀ ପ୍ରତିଜବାବ ଦାଖଲ କରିବେ ବୋଲି ଜଣାପଡିଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ମନୋଜ ମିଶ୍ର ମାମଲା ପରିଚାଳନା କରୁଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ଅଗଷ୍ଟ ୨୭ରେ ଏଏସ୍‌ଓ ପରୀକ୍ଷା ହୋଇଥିଲା। ୭୯୬ ପଦ ପାଇଁ ଦେଢ଼ ଲକ୍ଷ ଆଶାୟୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୧୦୪ ଜଣ କୃତକାର୍ଯ୍ୟ ହୋଇଥିଲେ। ଏଥିରେ ବ୍ୟାପକ ତ୍ରୁଟି ହୋଇଥିବା ଅଭିଯୋଗ କରି ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଆଶାୟୀ ପରୀକ୍ଷାର୍ଥୀମାନେ ଧାରଣା ଦେଇ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏହାକୁ ନେଇ ନଭେମ୍ବର ୧୨ରେ ହାଇକୋର୍ଟରେ ଏକାଧିକ ମାମଲା ଦାଏର ହୋଇଥିଲା। ନଭେମ୍ବର ୧୪ରେ ମାମଲାର ଶୁଣାଣି ହୋଇ ହାଇକୋର୍ଟ ସମସ୍ତ ପରୀକ୍ଷାର୍ଥୀଙ୍କ ମାର୍କ ୨୦୧୬ ନୀତି ଆଧାରରେ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇ ମାମଲାର ଅନ୍ତ ଘଟାଇଥିଲେ। ପୁଣି ଗତ ନଭେମ୍ବର ୩୦ରେ ହାଇକୋର୍ଟରେ ଆଉ ଏକ ମାମଲା ରୁଜୁ ହୋଇଥିଲା। କେତେଜଣ ପରୀକ୍ଷାର୍ଥୀ ଏନେଇ ସାନି ଆବେଦନ କରି ଚୟନ ପ୍ରକ୍ରିୟାରେ ବିଷୟଭିତ୍ତିକ ସର୍ବନିମ୍ନ ମାର୍କ ବ୍ୟବସ୍ଥା ଉଚ୍ଛେଦ ଓ କେବଳ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଁ ଆବେଦନରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri