ନିୟମିତ ଦିଆଯିବ କରୋନା ସମ୍ପର୍କିତ ତଥ୍ୟ

ଅନୁଗୋଳ ଅଫିସ୍‌, ୧୭।୩

ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ଅବସରରେ ସୋମବାର ଅପରାହ୍ନରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ କୋର୍ଟରୁମ୍‌ ଠାରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଥିଲା। ସାମ୍ପ୍ରତିକ ପରିସ୍ଥିତିରେ ସମସ୍ତେ ଧୈର୍ଯ୍ୟର ସହିତ କରୋନା ଭୂତାଣୁ ସଂକ୍ରମଣର ମୁକାବିଲାରେ ସହଯୋଗ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଜିଲାରେ ଏହି ସଂକ୍ରମଣର ଚିହ୍ନଟ କି ସନ୍ଦିଗ୍ଧ ନ ଥିଲେ ମଧ୍ୟ ମୁକାବିଲା କରିବାକୁ ପ୍ରଶାସନ ପ୍ରସ୍ତୁତ ଥିବା ଜିଲାପାଳ କହିଛନ୍ତି। ଅନ୍ୟପକ୍ଷରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସହରରେ ଥିବା ଇକୋ ପାର୍କରେ ପୌରନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ତାଲା ପକାଇଛନ୍ତି। ସେହିପରି ସହରରେ ଥିବା ସପିଂ ମଲଗୁଡ଼ିକୁ ମଧ୍ୟ ପୋଲିସ ସନ୍ଧ୍ୟାରେ ବନ୍ଦ କରାଯାଇଥିବା ସୂଚନା ମିଳିଛି।
ଜିଲାର ପ୍ରତି ପଞ୍ଚାୟତର ଯେ କୌଣସି ଏକ ଉଚ୍ଚ ବିଦ୍ୟାଳୟର ପୃଥକ ଗୃହରେ ଆବଶ୍ୟକ ଶୌଚାଳୟ, ବିଦ୍ୟୁତ୍‌ ସେବା, ପାନୀୟ ଜଳ ଯୋଗାଣ ଓ ହାତଧୁଆ ଉପକରଣ ରଖାଯିବ। ଏଥିସହ ପ୍ରତି ବ୍ଲକରେ ଜରୁରିକାଳୀନ ପଞ୍ଚାୟତ ସମିତି ବୈଠକ ଡକାଇ ସରପଞ୍ଚ, ସମିତି ସଭ୍ୟ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ କରୋନା ନେଇ ସଚେତନ କରାଯିବ ବୋଲି ଜିଲାପାଳ କହିଥିଲେ। ସେହିଭଳି ପଞ୍ଚାୟତ ସମିତି ବୈଠକ ସରିବା ପରେ ପ୍ରତି ପଞ୍ଚାୟତରେ ମଧ୍ୟ କରୋନା ସମ୍ପର୍କିତ ବୈଠକ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଅଧୀନରେ ସରପଞ୍ଚ, ସମତିସଭ୍ୟ ଓ ୱାର୍ଡ ମେମ୍ବରଙ୍କୁ ନେଇ କରାଯିବ ବୋଲି ଜିଲାପାଳ ସୂଚନା ଦେଇଥିଲେ। ସରପଞ୍ଚ, ୱାର୍ଡମେମ୍ବର ଓ ପଞ୍ଚାୟତ ନିର୍ବାହୀ ଅଧିକାରୀମାନେ ଗ୍ରାମାଞ୍ଚଳକୁ ବାହାରୁ ଆସୁଥିବା ପର୍ଯ୍ୟଟକ ଓ ବିଦେଶରେ ରହି ଘରକୁ ଫେରୁଥିବା ଲୋକମାନଙ୍କ ଉପରେ ସ୍ବତନ୍ତ୍ର ଦୃଷ୍ଟି ରଖିବା ସହ ସେମାନଙ୍କ ନାମ, ବୟସ, ଟେଲିଫୋନ ନମ୍ବର ସଂଗ୍ରହ କରି ଜିଲାପାଳ କିମ୍ବା ଉପଜିଲାପାଳ ନଚେତ ବିଡିଓଙ୍କୁ ପ୍ରଦାନ କରିବେ ବୋଲି କୁହାଯାଇଛି। ଅନ୍ୟପକ୍ଷରେ ଜିଲାରେ ହେଉଥିବା ମେଳା ଓ ମହୋତ୍ସବ ଗୁଡ଼ିକୁ ବନ୍ଦ କରାଯିବା ସହ ଦୋଳ ମେଲଣ ସ୍ଥାନରେ ୧୪୪ ଧାରା ଜାରି କରାଯାଇଛି। ସାମାଜିକ ଗଣମାଧ୍ୟମରେ ହେଉଥିବା ଅପପ୍ରଚାର ଓ ଗୁଜବ ବିରୋଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜିଲାରେ କରୋନା ସଂକ୍ରମଣ ସମ୍ପର୍କରେ ନିୟମିତ ଭାବେ ଗଣମାଧ୍ୟମକୁ ସୂଚନା ପ୍ରଦାନ କରାଯିବାକୁ ଜିଲାପାଳ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଏକ ଟୋଲ ଫ୍ରି ନମ୍ବର ଦିଆଯିବ ବୋଲି ଜିଲାପାଳ କହିଥିଲେ। ଜିଲାର ବିଭିନ୍ନ ବଜାର, ହାଟ ଓ ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଜନସାଧାରଣଙ୍କ ଭିଡ଼ ଜମୁଥିବାରୁ କିଭଳି ଏହାକୁ କମ୍‌ କରାଯିବ ତାହା ଉପରେ ବିଚାର କରାଯିବ ବୋଲି ଜିଲାପାଳ କହିଥିଲେ। ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଥିବାବେଳେ ବିନା ଅନୁମତିରେ କେହି ସଦର ମହକୁମା ଛାଡ଼ି ଯାଇପାରିବେ ନାହିଁ ବୋଲି ଜିଲାପାଳ କହିଥିଲେ। ଏହି ଖବରଦାତା ସମ୍ମିଳନୀରେ ଉପଜିଲାପାଳ ବାସୁଦେବ ଶତପଥୀ ଓ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀଙ୍କ ସମେତ ଜିଲାସ୍ତରୀୟ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri