Posted inଜାତୀୟ

ନୀରବ ମୋଦି, ମେହୁଲ ଚୋକ୍‌ସିଙ୍କ ୧୩୫୦ କୋଟିର ଗହଣା ଜବତ

ନୂଆଦିଲ୍ଲୀ,୧୧।୬: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ନୀରବ ମୋଦି ଏବଂ ମେହୁଲ ଚୋକ୍‌ସିଙ୍କ ୧୩୫୦ କୋଟି ଟଙ୍କାର ଗହଣାକୁ ଜବତ କରିଥିବା ଜଣାପଡ଼ିଛି। ୨୩୦୦ କିଲୋ ଗ୍ରାମର ପଲିସ ହୋଇଥିବା ହୀରା ଏବଂ ପର୍ଲସକୁ ହଂକଂରୁ ଅଣାଯାଇଥିବା ଜଣାପଡ଼ିଛି। ଏହାର ଦାମ୍‌ ପ୍ରାୟ ୧୩୫୦ କୋଟି ଟଙ୍କା ଆକଳନ କରାଯାଇଥିବା ବେଳେ ନୀରବ ମୋଦି ଏବଂ ମେହୁଲ ଚୋକ୍‌ସିଙ୍କ ଫାର୍ମ ସହ ଜଡିତ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ମୁମ୍ବାଇରେ ପହଞ୍ଚିଥିବା ୧୦୮ କନ୍‌ସାଇନମେଣ୍ଟ ମଧ୍ୟରୁ ୨୨ଟି ନୀରବ ମୋଦିଙ୍କ ବିଦେଶ ୟୁନିଟର ହୋଇଥିବା ବେଳେ ବଳକା ଚୋକ୍‌ସିଙ୍କ ଫାର୍ମର ବୋଲି ସୂଚନା ରହିଛି। ବେଆଇନ ଅର୍ଥ କାରବାର ନିରୋଧୀ ଆଇନ (ପିଏମ୍‌ଏଲ୍‌ଏ) ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପ୍ରାୟ ୧୩ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାରେ ବର୍ତ୍ତମାନ ଏମାନଙ୍କ ବିରୋଧରେ ଇଡି ତଦନ୍ତ ଜାରି ରଖିଛି। ହଂକଂ କର୍ତ୍ତୃପକ୍ଷଙ୍କ ସହ ସମସ୍ତ ଆଇନଗତ ପ୍ରକ୍ରିୟା ଶେଷ ହେବା ପରେ ଗହଣା ଭାରତକୁ ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri