ନୀରବ ମୋଦିଙ୍କ ହାଜତ ମିଆଦ ସେପ୍ଟେମ୍ବର ୧୯ ଯାଏ ବୃଦ୍ଧି

ଲଣ୍ଡନ,୨୩-୮: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍‌ ହାଜତ ମିଆଦ ସେପ୍ଟେମ୍ବର ୧୯ ଯାଏ ବୃଦ୍ଧି ପାଇଛି। ଭାରତକୁ ପ୍ରତ୍ୟର୍ପଣ ନେଇ ଆଗତ ମାମଲାର ସାମ୍ନା କରୁଥିବା ନୀରବଙ୍କୁ ଏବେ ବ୍ରିଟେନର ଓ୍ବଣ୍ଡସଓ୍ବର୍ଥ ଜେଲ୍‌ରେ ରଖାଯାଇଛି। ତାଙ୍କୁ ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ଗୁରୁବାର ଓ୍ବେଷ୍ଟମିନିଷ୍ଟର ଅଦାଲତର ବିଚାରପତି ଟାନ ଇକରମ୍‌ଙ୍କ ସମ୍ମୁଖରେ ହାଜର କରାଯାଇଥିଲା। ସେପ୍ଟେମ୍ବର ୧୯ରେ ଶୁଣାଣି ବେଳେ ପ୍ରତ୍ୟର୍ପଣ ମାମଲାର ଶୁଣାଣି ତାରିଖ ଘୋଷଣା କରାଯିବ। ପ୍ରାୟ ୨ ବିଲିୟନ ଡଲାର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଜାଲିଆତି ମାମଲାରେ ନୀରବଙ୍କୁ ଲଣ୍ଡନରେ ଗିରଫ କରାଯାଇଛି। ତାଙ୍କୁ ଏହି ମାମଲାରେ ପ୍ରତ୍ୟର୍ପଣ ପାଇଁ ଭାରତ ପକ୍ଷରୁ ବ୍ରିଟେନ ସରକାରଙ୍କ ନିକଟରେ ଅନୁରୋଧ କରାଯାଇଛି। ବ୍ରିଟେନର ଆଇନ ଅନୁସାରେ ନୀରବଙ୍କୁ ୪ ସପ୍ତାହ ପରେ ଅଦାଲତରେ ହାଜର କରାଯାଇଥାଏ। ଏଥିପୂର୍ବରୁ ମୁଖ୍ୟ ବିଚାରପତିି ଏମ୍ମା ଆର୍ବଥନଟ ପ୍ରତ୍ୟର୍ପଣ ମାମଲାର ଶୁଣାଣି ୫ ଦିନ ଭିତରେ ସାରିବାକୁ ଉଭୟ ପକ୍ଷ ରାଜି ହୋଇପାରନ୍ତି ବୋଲି କହିଥିଲେ। ଭିଡିଓ ଲିଙ୍କ ଜରିଆରେ ଏହି ଶୁଣାଣି କରାଯିବ। ଅଦାଲତ ଏଥିପୂର୍ବରୁ ୪ ଥର ନୀରବଙ୍କ ଜାମିନ ଆବେଦନକୁ ଖାରଜ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri