ନୀରବଙ୍କ ପରିବାରର ସିଙ୍ଗାପୁର ବ୍ୟାଙ୍କ ଆକାଉଣ୍ଟ ଜବତ

ସିଙ୍ଗାପୁର,୩-୭: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ପରିବାରର ସିଙ୍ଗାପୁରସ୍ଥିତ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିବା ଲାଗି ସ୍ଥାନୀୟ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ନୀରବଙ୍କ ଭଉଣୀ ପୂର୍ବି ମୋଦି ଓ ଭିଣୋଇ ମୟଙ୍କ ମେହଟାଙ୍କ ବ୍ରିଟିଶ ଭର୍ଜିନ ଆଇଲାଣ୍ଡରେ ପଞ୍ଜିକୃତ ପାଭେଲିୟନ ପଏଣ୍ଟ କର୍ପ କମ୍ପାନୀର ଆକାଉଣ୍ଟକୁ ଜବତ କରିବାକୁ ସିଙ୍ଗାପୁର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଆକାଉଣ୍ଟରେ ୪୪.୪୧ କୋଟି ଟଙ୍କା ମହଜୁଦ ରହିଛି। ନୀରବଙ୍କ ବିରୋଧରେ ଭାରତରେ ମନିଲଣ୍ଡରିଂ ମାମଲା ଚାଲୁଥିବା ବେଳେ ପିଏନ୍‌ବି ଠକେଇରୁ ପ୍ରାପ୍ତ ଅର୍ଥକୁ ମୟଙ୍କ ଓ ପୂର୍ବିଙ୍କ ଆକାଉଣ୍ଟରେ ରଖାଯାଇଛି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଯୁକ୍ତି ଦର୍ଶାଯିବା ପରେ ହାଇକୋର୍ଟ ଉକ୍ତ ନିର୍ଦ୍ଦେଶ ଦେଇଛନ୍ତି। ମନି ଲଣ୍ଡରିଂ ନିଷେଧ ଆଇନ(ପିଏମ୍‌ଏଲ୍‌ଏ) ଅଧୀନରେ ଏବଂ ଅଦାଲତଙ୍‌କ ନିର୍ଦ୍ଦେଶକ୍ରମେ ସିଙ୍ଗାପୁରସ୍ଥିତ ଏହି ଆକାଉଣ୍ଟକୁ ଇଡି ଅସ୍ଥାୟୀ ଭାବେ ଅଚଳ କରିଥିଲା। ଏଥିପୂର୍ବରୁ ସୁଇଜରଲାଣ୍ଡ ସରକାର ଗତ ୨୭ରେ ନୀରବ ଓ ଭଉଣୀ ପୂର୍ବିଙ୍କ ୪ ସୁଇସ୍‌ ବ୍ୟାଙ୍କ ଆକାଉଣ୍ଟକୁ ଜବତ କରିଥିଲେ। ଏହି ଆକାଉଣ୍ଟରେ ୨୮୩.୧୬ କୋଟି ଟଙ୍କା ରହିଛି। ପିଏନ୍‌ବି ଠକେଇ ମାମଲାରେ ନୀରବଙ୍କ ସହ ପୂର୍ବିଙ୍କୁ ମଧ୍ୟ ଅଭିଯୁକ୍ତ ଭାବେ ଦର୍ଶାଯାଇଛି। ସୂଚନାଥାଉ କି, ନୀରବ ଏବେ ଲଣ୍ଡନ ଜେଲ୍‌ରେ ବନ୍ଦୀ ଥିବା ବେଳେ ତାଙ୍କର ପ୍ରତ୍ୟର୍ପଣ ନେଇ ଏବେ ମାମଲା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

ଏହି ଦିନଠୁ ଯାଞ୍ଚ ହେବ ଅଗ୍ନି ସୁରକ୍ଷା

ଭୁବନେଶ୍ୱର,୭।୯: ଚିଫ୍‌ ଫାୟାର ଅଫିସର ଦେବେନ୍ଦ୍ର ସ୍ବାଇଁ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଗ୍ନି ସୁରକ୍ଷା…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri