ନୀଳ ଆଲୋକରେ ଚମକିଲା ସମୁଦ୍ର ଜୁଆର: ଲକ୍‌ ଡାଉନ୍‌କୁ ଖାତିର ନ କରି ଭିଡ଼ ଜମାଇଲେ ଲୋକେ

ମେକ୍ସିକୋ ସିଟି,୨୫।୪: କରୋନା ସଂକ୍ରମଣ ନେଇ ପୃଥିବୀର ବହୁ ଦେଶରେ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଏପରିସ୍ଥଳେ ବହୁ ଦେଶରେ ଲକ୍‌ ଡାଉନ୍‌ ଜାରି ହୋଇଛି। ଫଳରେ କମ୍‌ ସଂଖ୍ୟକ ଲୋକଙ୍କୁ ବାହାରେ ବୁଲୁଥିବାର ଦେଖିବାକୁ ମିଳୁଛି। ମେକ୍ସିକୋର ଅକାପୁଲ୍କୋ ସମୁଦ୍ର କୂଳରେ ଲୋକଙ୍କୁ ଦେଖିବାକୁ ମିଳୁନି। ବେଳାଭୂମିରେ ଆଉ ଅଧିକ ବର୍ଜ୍ୟ ପଦାର୍ଥ ଦେଖିବାକୁ ମିଳୁନି। ଏବେ ଏହି ସମୁଦ୍ରକୂଳର ଫଟୋ ଏବଂ ଭିଡ଼ିଓ ସୋସିଆଲ‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସମୁଦ୍ର ଜୁଆରରୁ ରାତି ଅନ୍ଧାରରେ ନୀଳ ଆଲୋକ ବିଚ୍ଛୁରିତ ହେଉଥିବା ଦେଖିବାକୁ ମିଳୁଛି। ଗତ ୬୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବୋଲି ପରିବେଶ୍‌ବିତ୍‌ ସୂଚନା ଦେଇଛନ୍ତି। ସମୁଦ୍ର ପାଣିରେ ଥିବା ଏକ ପ୍ରଜାତିର ପ୍ଲାଙ୍କଟନ ଅନ୍ଧାରରେ ଆଲୋକ ବିଛୁରିତ କରିଥାନ୍ତି। ଏହାକୁ ବାୟୋ ଲୁମିନୋସେଣ୍ଟ୍‌ କୁହାଯାଇଥାଏ। ବେଳାଭୂମିରେ ନୀଳ ଆଲୋକ ବିଚ୍ଛୁରିତ ହେଉଥିବା ଖବର ପ୍ରଚାରିତ ହେବାପରେ ଲୋକଙ୍କ ମଧ୍ୟରେ ଆଗ୍ରହ ବୃଦ୍ଧି ପାଇଥିଲା। କେତେକ ଲୋକ ଲକ୍‌ ଡାଉନ୍‌କୁ ଖାତିର ନ କରି ଏଠାରେରେ ପହଞ୍ଚିଥିଲେ। ଏହାର ଫଟୋ ଏବଂ ଭିଡ଼ିଓ ସେମାନେ ସୋସିଆଲ୍‌ ମିଡ଼ିଆରେ ଅପ୍‌ ଲୋଡ୍‌ କରିଥିଲେ। ଏହି ଘଟଣା ଗତ ସୋମବାର ଘଟିଥିତ୍ବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri