ନୀଳ ବିପ୍ଳବ ଯୋଜନାରେ ୨୪ ଜଣଙ୍କୁ ମିଳିଲା ସହାୟତା

ନୟାଗଡ଼ ଅଫିସ,୧।୧୨- ନୟାଗଡ଼ ଜିଲା ମତ୍ସ୍ୟ ବିଭାଗ ପକ୍ଷରୁ ନୀଳ ବିପ୍ଲବ ଯୋଜନାରେ ୨୪ ଜଣ ହିତାଧିକାରୀଙ୍କୁ ଶନିବାର ଲୁନା (ମୋପେଡ଼), ମାଛ ରଖିବା ପାଇଁ ବରଫ ବାକ୍ସ ଓ ହେଲମେଟ ସହାୟତା ପ୍ରଦାନ କରାଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ନୀଳ ବିପ୍ଳବ ଯୋଜନା ମାଧ୍ୟମରେ ମତ୍ସ୍ୟ ପରିବହନ ଭିତ୍ତି ସଂରଚନା ସହାୟତାର ଉଦ୍‌ଘାଟନ କରି ହିତାଧିକାରୀଙ୍କୁ ଜିନିଷଗୁଡ଼ିକ ବଣ୍ଟନ କରିଥିଲେ। ଏହା ମତ୍ସ୍ୟଜୀବୀଙ୍କର ଆୟ ବୃଦ୍ଧି କରିବା ସଙ୍ଗେ ଜୀବନ ଶୈଳୀରେ ପରିବର୍ତ୍ତନ ଘଟିପାରିବ ବୋଲି ମନ୍ତ୍ରୀ ସାହୁ ପ୍ରକାଶ କରିଥିଲେ ା ଗ୍ରାହକମାନଙ୍କୁ ଅଳ୍ପ ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଜାଗାରେ ସତେଜ ମାଛ ଯୋଗାଇ ଦିଆଯାଇପାରିବ। ପ୍ରତ୍ୟେକ ମୋପେଡ୍‌ ଗାଡ଼ିର ମୂଲ୍ୟ ୪୦୬୬୫ ଟଙ୍କା ହୋଇଥିବା ବେଳେ ବରଫ ବାକ୍ସର ମୂଲ୍ୟ ୪୬୦୦ ଟଙ୍କା ା ଏହି ଯୋଜନାରେ ତଫସିଲ ଭୁକ୍ତ ଜାତି ଓ ଉପଜାତିମାନଙ୍କ ପାଇଁ ଶତକଡ଼ା ୬୦ ପ୍ରତିଶତ ରିହାତି ମିଳିବା ସ୍ଥଳେ ସାଧାରଣବର୍ଗର ଲୋକଙ୍କ ପାଇଁ ଶତକଡ଼ା ୪୦ ପ୍ରତିଶତ ରିହାତି ମିଳିିବ । ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ, ଜିଲାପାଳ ଡା. ପୋମା ଟୁଡୁ, ଅତିରିକ୍ତ ଜିଲାପାଳ ବିଧାନ ଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଉପଜିଲାପାଳ ଲଗ୍ନଜିତ୍‌ ରାଉତ, ମତ୍ସ୍ୟ ବିଭାଗର ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

ଓଡ଼ଗାଁ ହତ୍ୟା: ସିନ୍‌ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…

ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri