ନୀଳ ବିପ୍ଳବ ଯୋଜନାରେ ୨୪ ଜଣଙ୍କୁ ମିଳିଲା ସହାୟତା

ନୟାଗଡ଼ ଅଫିସ,୧।୧୨- ନୟାଗଡ଼ ଜିଲା ମତ୍ସ୍ୟ ବିଭାଗ ପକ୍ଷରୁ ନୀଳ ବିପ୍ଲବ ଯୋଜନାରେ ୨୪ ଜଣ ହିତାଧିକାରୀଙ୍କୁ ଶନିବାର ଲୁନା (ମୋପେଡ଼), ମାଛ ରଖିବା ପାଇଁ ବରଫ ବାକ୍ସ ଓ ହେଲମେଟ ସହାୟତା ପ୍ରଦାନ କରାଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ନୀଳ ବିପ୍ଳବ ଯୋଜନା ମାଧ୍ୟମରେ ମତ୍ସ୍ୟ ପରିବହନ ଭିତ୍ତି ସଂରଚନା ସହାୟତାର ଉଦ୍‌ଘାଟନ କରି ହିତାଧିକାରୀଙ୍କୁ ଜିନିଷଗୁଡ଼ିକ ବଣ୍ଟନ କରିଥିଲେ। ଏହା ମତ୍ସ୍ୟଜୀବୀଙ୍କର ଆୟ ବୃଦ୍ଧି କରିବା ସଙ୍ଗେ ଜୀବନ ଶୈଳୀରେ ପରିବର୍ତ୍ତନ ଘଟିପାରିବ ବୋଲି ମନ୍ତ୍ରୀ ସାହୁ ପ୍ରକାଶ କରିଥିଲେ ା ଗ୍ରାହକମାନଙ୍କୁ ଅଳ୍ପ ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଜାଗାରେ ସତେଜ ମାଛ ଯୋଗାଇ ଦିଆଯାଇପାରିବ। ପ୍ରତ୍ୟେକ ମୋପେଡ୍‌ ଗାଡ଼ିର ମୂଲ୍ୟ ୪୦୬୬୫ ଟଙ୍କା ହୋଇଥିବା ବେଳେ ବରଫ ବାକ୍ସର ମୂଲ୍ୟ ୪୬୦୦ ଟଙ୍କା ା ଏହି ଯୋଜନାରେ ତଫସିଲ ଭୁକ୍ତ ଜାତି ଓ ଉପଜାତିମାନଙ୍କ ପାଇଁ ଶତକଡ଼ା ୬୦ ପ୍ରତିଶତ ରିହାତି ମିଳିବା ସ୍ଥଳେ ସାଧାରଣବର୍ଗର ଲୋକଙ୍କ ପାଇଁ ଶତକଡ଼ା ୪୦ ପ୍ରତିଶତ ରିହାତି ମିଳିିବ । ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ, ଜିଲାପାଳ ଡା. ପୋମା ଟୁଡୁ, ଅତିରିକ୍ତ ଜିଲାପାଳ ବିଧାନ ଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଉପଜିଲାପାଳ ଲଗ୍ନଜିତ୍‌ ରାଉତ, ମତ୍ସ୍ୟ ବିଭାଗର ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

କମିଲାନି ଅପାଠୁଆ ଡାକ୍ତରଙ୍କ ରୋଗୀସେବା

ନୟାଗଡ଼,୨୮।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅପାଠୁଆ ନକଲି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ଅନୁକମ୍ପା ଯୋଗୁ ଦୌରାମତ୍‌ୟ କମିବା ପରିବର୍ତ୍ତେ ବଢ଼ି ଚାଲିଛି । ରଣପୁର ବ୍ଲକ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri