ନୂଆ ଆଇନ ଲାଗୁ ପରେ ଦୁର୍ଘଟଣା କମିଛି

ଭଞ୍ଜନଗର,୧୩।୯(ଡି.ଏନ.ଏ.)- ନୂଆ ମୋଟର ଯାନ ଆଇନକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। କିନ୍ତୁ ଏହାଦ୍ୱାରା ଦୁର୍ଘଟଣା ଜନିତ ମୃତ୍ୟୁହାର ବହୁତ କମିଛି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକ୍ରମେ ନୂଆ ଆଇନକୁ ୩ମାସ ପର୍ଯ୍ୟନ୍ତ କୋହଳ କରାଯାଇଛି। ଏହି ସମୟ ମଧ୍ୟରେ ଲୋକେ ବ୍ୟସ୍ତ ନହୋଇ ଗାଡ଼ିର ଆବଶ୍ୟକ କାଗଜପତ୍ର ପ୍ରସ୍ତୁତ କରିନିଅନ୍ତୁ। ହେଲ୍‌ମେଟ୍‌ ଏବଂ ସିଟ୍‌ ବେଲ୍ଟ ବ୍ୟବହାର କରି ନିଜ ଜୀବନକୁ ସୁରକ୍ଷିତ ରଖନ୍ତୁ। ସ୍କୁଲ ଅଟୋ ସମେତ ବିଭିନ୍ନ ଗାଡ଼ିରେ କ୍ଷମତା ଠାରୁ ଅଧିକ ଯାତ୍ରୀ ପରିବହନ କରାଯାଉଛି। ଯଦି ପ୍ରଶାସନ ନଜରକୁ ଆସେ ତେବେ ସମ୍ପୃକ୍ତ ଗାଡ଼ି ଚାଳକ ଏବଂ ମାଲିକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଜନସାଧାରଣଙ୍କ ହିତକୁ ଦେଖି ପ୍ରଶାସନ ଏଭଳି ନିଷ୍ପତ୍ତି ନେଉଛି। ତେଣୁ ସମସ୍ତଙ୍କ ସହଯୋଗ ଲୋଡ଼ା। ନିଶାସକ୍ତ ଗାଡ଼ି ଚାଳକ, ଗାଡ଼ି ଚଳାଇବା ସମୟରେ ମୋବାଇଲ ଫୋନ୍‌ ବ୍ୟବହାର, ବିନା ହେଲମେଟ୍‌ରେ ଯାତାୟାତ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ନୂଆ ଆଇନ ଲାଗୁପରେ ଭଞ୍ଜନଗର ଉପଖଣ୍ଡର କୌଣସି ପେଟ୍ରୋଲ ଟାଙ୍କିରେ ଜଣେ ମଧ୍ୟ ବାଇକ୍‌ ଚାଳକଙ୍କୁ ବିନା ହେଲ୍‌ମେଟ୍‌ରେ ପେଟ୍ରୋଲ ଦିଆଯାଇନାହିଁ। ଚେରମାରିଆ, ଖଡ଼ଭାଗ, ଝଗଡ଼େଇ, ଦେଓଭୂମି ପ୍ରମୁଖ ସ୍ଥାନରେ ଥିବା ହମ୍ପ୍ସ ସମସ୍ୟାକୁ ଦୂର କରାଯାଇଛି। ଟ୍ରାଫିକ୍‌ ସମେତ ଅନ୍ୟାନ୍ୟ ସମସ୍ୟା ଦୂର ପାଇଁ ପ୍ରଶାସନ ପକ୍ଷରୁ ଚେଷ୍ଠା ଚାଲିଛି। ସ୍ଥାନୀୟ ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁବାର ଅପରାହ୍ନରେ ନୂଆ ମୋଟର ଯାନ ଆଇନ ଲାଗୁପରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇ ବକ୍ତାମାନେ ତାହା ମତବ୍ୟକ୍ତ କରିଥିଲେ। ଉପ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ଆର୍‌ଟିଓ ଶୁଭେନ୍ଦୁ ରୟ, ବିଇଓ ଏସ୍‌. ଧନଞ୍ଜୟ, ଉପଖଣ୍ଡ ଯୋଗାଣ ବିଭାଗ ଅଧିକାରୀ ଲିଙ୍ଗରାଜ ବେହେରା, ପୂର୍ତ୍ତ ବିଭାଗ ନିର୍ବାହୀଯନ୍ତ୍ରୀ ରମେଶ ପ୍ରସାଦ ସ୍ବାଇଁ, ଜାତୀୟ ରାଜପଥ ସହକାରୀ ନିର୍ବାହୀଯନ୍ତ୍ରୀ ରାମଚନ୍ଦ୍ର ସେଠୀ, ପେଟ୍ରୋଲ ପମ୍ପ ମାଲିକ ସୁନୀଲ ପଟ୍ଟନାୟକ, ଘରୋଇ ବସ୍‌ ମାଲିକ ସଂଘ, ଅଟୋ ଚାଳକ ସଂଘର କର୍ମକର୍ତ୍ତାମାନେ ବୈଠକରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ଜେଜେ ମା’ଙ୍କୁ କାହିଁକି ମନେ ପକାଇଲେ ରାହୁଲ ଗାନ୍ଧୀ? କହିଲେ ଏହା ନୁହେଁ Women Reservation Bill

ନୂଆଦିଲ୍ଲୀ,୧୭।୪: ସ୍ବତନ୍ତ୍ର ସଂସଦୀୟ ଅଧିବେଶନର ଦ୍ୱିତୀୟ ଦିନରେ ଲୋକ ସଭାରେ ଭାଷଣ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତାଙ୍କ ଜେଜେମା’ ଇନ୍ଦିରା…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ଭାରତର ଭାଗ୍ୟ ଉଜ୍ୱଳ! ମିଳିଗଲା LPG ସଙ୍କଟକୁ ମୁକାବିଲା କରିବାର ସୂତ୍ର

ନୂଆଦିଲ୍ଲୀ,୧୭।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ କେବଳ ଭାରତକୁ ନୁହେଁ ବରଂ ବିଶ୍ୱବ୍ୟାପୀ ଅନେକ ଦେଶକୁ ଗ୍ୟାସ ସଙ୍କଟରେ ପକାଇଛି। ତଥାପି, ବିଶ୍ୱ ବଜାରରେ…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri