ନୂଆ ମନ୍ତ୍ରୀ ପାଇଲେ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜ୍ୟର ନବଗଠିତ ମନ୍ତ୍ରିମଣ୍ଡଳର ସଦସ୍ୟ ଏବଂ ବିଭିନ୍ନ ପଦପଦବୀରେ ଥିବା ବ୍ୟକ୍ତିବିଶେଷଙ୍କୁ ଶୁକ୍ରବାର ବ୍ୟକ୍ତିଗତ ସଚିବ ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସଂସଦୀୟ ବ୍ୟାପାର ତତ୍ତ୍ୱାବଧାନରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀମାନଙ୍କୁ ଏହି ଦାୟିତ୍ୱଗୁଡିକ ପ୍ରଦାନ କରାଯାଇଛି।
ବିଡିଏର ପ୍ରଶାସନିକ ଅଧିକାରୀ ଥିବା ଅଞ୍ଜନ କୁମାର ଦାସ ଅର୍ଥ ଏବଂ ଅବକାରୀ ବିଭାଗ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(ପି.ଏସ୍‌)ଭାବେ କାର୍ଯ୍ୟ କରିବେ। ସେହିପରି ଦେବାଶିଷ ସିଂ କୃଷି, ମତ୍ସ୍ୟ ଓ ପଶୁସମ୍ପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ପି.ଏସ୍‌ . ସରୋଜ କୁମାର ସାହୁଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ପି.ଏସ୍‌., ଚିନ୍ମୟ କୁମାର ଆଚାର୍ଯ୍ୟଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ପି.ଏସ.୍‌, ବିଜୟ କୁମାର ସ୍ବାଇଁଙ୍କୁ ଶକ୍ତି,ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀଙ୍କ ପି.ଏସ୍‌. ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ମାନସରଞ୍ଜନ ପାଢୀଙ୍କୁ ପର୍ଯ୍ୟଟନ ମନ୍ତ୍ରୀଙ୍କ ପି.ଏସ୍‌., ସୁକାନ୍ତ କୁମାର ପ୍ରଧାନଙ୍କୁ ଜଳସମ୍ପଦ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗୀୟ ମନ୍ତ୍ରୀଙ୍କ ପି.ଏସ୍‌. ଭାବେ ଦାୟିତ୍ୱ ଦିଆଯାଇଛି। ଅନ୍ୟମାନଙ୍କ ମଧ୍ୟରେ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ କୈଳାସ ଚନ୍ଦ୍ର ଦାସ, ଇସ୍ପାତ ଓ ଖଣି ଏବଂ ପୂର୍ତ୍ତ ବିଭାଗର ଓଏସ୍‌ଡି ଭାବେ ପ୍ରବୀର ଖିଲାରଙ୍କୁ ଦାୟିତ୍ୱ ମିଳିଛି। ଅନ୍ୟମାନଙ୍କ ରଶ୍ମିରଞ୍ଜନ ସାହୁଙ୍କୁ (ବିଜ୍ଞାନ ଓ କାରିଗରୀ,ଏଏସ୍‌ଇ ଏବଂ ପିଡି), ଦୀପ୍ତିରଞ୍ଜନ ବେହେରା( ଜଙ୍ଗଲ ଓ ପରିବେଶ ବିଭାଗ), କାଳିପ୍ରସନ୍ନ ମହାପାତ୍ର(ଇସ୍ପାତ ଓ ଖଣି, ପୂର୍ତ୍ତ), ସରୋଜ କୁମାର ରାଉତ(ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ), ମନମୋହନ ବାରିକ ( ବାଣିଜ୍ୟ ଓ ପରିବହନ), ସୁରଞ୍ଜନ ପ୍ରଧାନ (ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ଆଇନ), ପ୍ରଦୀପ କୁମାର ରାଉତ(ଶ୍ରମ, ଇଏସ୍‌ଆଇ ଏବଂ ଗ୍ରାମ୍ୟ ଉନ୍ନୟନ) ଏବଂ ପ୍ରମୋଦ କୁମାର ମିଶ୍ର ( ମହିଳା ଓ ଶିଶୁ କଲ୍ୟାଣ) ପ୍ରମୁଖ। ଅନ୍ୟମାନଙ୍କ ମଧ୍ୟରେ ଅରୂପ କୁମାର ସାହୁ (ଏସ୍‌ସି, ଏସ୍‌ଟି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ ବିକାଶ), ପ୍ରଶାନ୍ତ କୁମାର ମହାପାତ୍ରଙ୍କୁ (ସ୍କୁଲ ଓ ଗଣଶିକ୍ଷା ବିଭାଗ ), ଗୌରହରି ବେହେରା(ଦକ୍ଷତା ବିକାଶ, ବୈଷୟିକ ଶିକ୍ଷା) ଏବଂ ଏସ୍‌.କେ ଜମିରୁଦ୍ଦିନଙ୍କୁ ହସ୍ତତନ୍ତ ଏବଂ ବୟନ ଶିଳ୍ପ ମନ୍ତ୍ରୀଙ୍କ ପି.ଏସ୍‌. ଭାବେ ଦାୟିତ୍ୱ ମିଳିଛି। ସେହିପରି ଓଏଏସ୍‌ ଅଧିକାରୀ ପ୍ରତାପ ଚନ୍ଦ୍ର ହୋତାଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକଙ୍କ ବ୍ୟକ୍ତିଗତ ସଚିବଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri