ନୂଆ ଷ୍ଟ୍ରେନ୍‌ରୁ ଲକ୍‌ଡାଉନ ଚର୍ଚ୍ଚା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଇବାବେଳକୁ ପୁଣି ଚିନ୍ତା ବଢ଼ାଇଲାଣି ବ୍ରିଟେନରେ ସୃଷ୍ଟି ହୋଇଥିବା କରୋନାର ନୂଆ ଷ୍ଟ୍ରେନ୍‌। ଏହାକୁ ମୁକାବିଲା କରିବା ପାଇଁ ଭାରତ ସରକାର ତତ୍ପର ହୋଇ ଉଠିଥିବାବେଳେ ଓଡ଼ିଶାକୁ ଆସୁଥିବା ବ୍ରିଟେନ ଫେରନ୍ତାଙ୍କ ଉପରେ କଡ଼ା ନଜର ରଖିଛନ୍ତି ରାଜ୍ୟ ସରକାର। ରବିବାର ଭୁବନେଶ୍ୱରରେ ଆଉ ଜଣେ ବ୍ରିଟେନ ଫେରନ୍ତା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶୁକ୍ରବାର ପଜିଟିଭ୍‌ ଚିହ୍ନଟ ୪ ବର୍ଷୀୟା ଶିଶୁକନ୍ୟାଙ୍କ ମା’ ଓ ବାପାଙ୍କର ପୁନର୍ବାର ଆର୍‌ଟିପିସିଆର ନମୁନା ସଂଗ୍ରହ କରାଯାଇଥିଲା। ତେବେ ତାଙ୍କ ବାପାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଏହାକୁ ମିଶାଇ ରାଜଧାନୀରେ ଏ ପର୍ଯ୍ୟନ୍ତ ୩ଜଣ ବ୍ରିଟେନ୍‌ ଫେରନ୍ତା ପଜିଟିଭ୍‌ ଚିହ୍ନଟ ହୋଇସାରିଲେଣି। ଶନିବାର ବ୍ରିଟେନ୍‌ ଫେରନ୍ତା ଓ ପରିବାର ସଦସ୍ୟଙ୍କୁ ମିଶାଇ ମୋଟ ୩୯ଜଣଙ୍କର ନମୁନା ସଂଗ୍ରହ କରାଯାଇଥିବାବେଳେ ରବିବାର ଆଉ ୩୯ଜଣ ଫେରନ୍ତାଙ୍କ ନମୁନା ସଂଗ୍ରହ ହୋଇଛି।

ଯେଉଁ ବ୍ରିଟେନ ଫେରନ୍ତା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି, ସେମାନଙ୍କର ଜିନ୍‌ ଅନୁଶୀଳନ ଲାଗି ଆଇସିଏମ୍‌ଆର୍‌ ପକ୍ଷରୁ ବାଧ୍ୟତାମୂଳକ କରାଯାଇଛି। ଏ ପରିପ୍ରେକ୍ଷୀରେ ରାଜଧାନୀରେ ପୂର୍ବରୁ ଚିହ୍ନଟ ହୋଇଥିବା ୩୪ ବର୍ଷୀୟ ଯୁବକ ଓ ୪ ବର୍ଷୀୟା ଶିଶୁକନ୍ୟାଙ୍କ ନମୁନା ପୁଣେସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜିକୁ ପଠାଯାଇଛି। ଏପର୍ଯ୍ୟନ୍ତ ଦୁହିଁଙ୍କ ରିପୋର୍ଟ ଆସିନାହିଁ। ଅନ୍ୟପକ୍ଷରେ ଓଡ଼ିଶାରେ ଥିବା ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍‌ଏସ୍‌)ରେ ମଧ୍ୟ ଜିନ୍‌ ଅନୁଶୀଳନ ହୋଇପାରିବ ବୋଲି ଆଇସିଏମ୍‌ଆର ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। କିନ୍ତୁ ଚିହ୍ନଟ ନୂଆ ସଂକ୍ରମିତଙ୍କ ନମୁନା ପୁଣେ ପଠାଯିବ କି ଆଇଏଲ୍‌ଏସ୍‌ରେ ଏହାର ଜିନ୍‌ ଅନୁଶୀଳନ ହେବ, ସେନେଇ କିଛି ସ୍ପଷ୍ଟ ହୋଇପାରି ନାହିଁ।
ସେପଟେ ଗତ ପ୍ରାୟ ୧ ମାସ ଭିତରେ ଓଡ଼ିଶାକୁ ବ୍ରିଟେନ୍‌ରୁ ୧୮୧ଜଣ ଲୋକ ଫେରିଛନ୍ତି। ଏଥିରେ ଭୁବନେଶ୍ବରରୁ ସର୍ବାଧିକ ୮୮ଜଣ ରହିଥିବା କୁହାଯାଉଛି। ରାଜଧାନୀକୁ ଫେରିଥିବା ବ୍ୟକ୍ତିଙ୍କ ମଧ୍ୟରେ ଅଧିକାଂଶକୁ ଟ୍ରେସିଂ କରିବା ଏବେବି ମଧ୍ୟ ସମ୍ଭବ ହୋଇପାରିନାହିଁ। ସେମାନଙ୍କ ମଧ୍ୟରୁ ଅଧିକାଂଶ ରାଜ୍ୟ ବାହାରକୁ ଚାଲିଯାଇଥିବା କୁହାଯାଉଛି। କେବଳ ଭୁବନେଶ୍ବର ନୁହେଁ, ରାଜ୍ୟର ଅନ୍ୟ ଜିଲାରେ ମଧ୍ୟ ଏହି ସମସ୍ୟା ଦେଖିବାକୁ ମିଳିଛି। ରାଜ୍ୟରେ କରୋନା ଟ୍ରେଣ୍ଡ୍‌ ତଳକୁ ଖସୁଥିବାରୁ ଲୋକମାନେ ଟିକେ ଆଶ୍ୱସ୍ତି ଅନୁଭବ କରୁଥିବାବେଳେ ପୁଣି କରୋନାର ନୂଆ ଷ୍ଟ୍ରେନ୍‌ ଭୟର ବାତାବରଣ ସୃଷ୍ଟି କରିଛି। ପୂର୍ବଭଳି କୋଭିଡ୍‌ କଟକଣା ମାନି ଚଳିବାକୁ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି। ଏପଟେ ରାଜ୍ୟରେ ପୁଣି ଲକ୍‌ଡାଉନ୍‌ ହେବ ବୋଲି ଚର୍ଚ୍ଚା ହେଉଥିବାରୁ ଲୋକଙ୍କ ମଧ୍ୟରେ ଭାଳେଣି ପଡ଼ିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୧ କୋଟିର ମାଲିକ

ଭୁବନେଶ୍ୱର,୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ସତ୍ୟପାଠରେ ନିଜର ସମ୍ପତ୍ତିର ତଥ୍ୟ ଦେଇଛନ୍ତି। ସେ ହେଉଛନ୍ତି ୭୧ କୋଟି ଟଙ୍କା ସମ୍ପତ୍ତିର ମାଲିକ। ତାଙ୍କ ପାଖରେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ପୁରୀ,୩୦।୪: କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳ କାକଟପୁରରୁ ବିଶ୍ବଭୂଷଣ ଦାସଙ୍କୁ ଟିକେଟ୍‌ ଦେଇଛି। ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ...

ହାଇକୋର୍ଟରେ କେନ୍ଦ୍ର ସରକାରଙ୍କର ୪୦ ଓକିଲ, ତଥାପି ଶୁଣାଣିରେ ଅନୁପସ୍ଥିତ

କଟକ,୩୦ା୪ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ କେନ୍ଦ୍ର ସରକାରଙ୍କ ବିରୋଧରେ ରୁଜୁ ମାମଲାର ବିଚାର ବେଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେହି ସରକାରୀ ଓକିଲ ଉପସ୍ଥିତ...

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri