Posted inଜାତୀୟ

ନୂଆ ସରକାର ଗଠନ ପରେ ୫ ରାଜ୍ୟରେ ଅଟକି ରହିଛି ୬ ଲକ୍ଷ ୭୦ ହଜାର କୋଟିର ପ୍ରକଳ୍ପ

ନୂଆଦିଲ୍ଲୀ,୧୫।୧୨: ଭାରତର ୫ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ୬ ଲକ୍ଷ ୭୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଅଟକି ରହିଛି। ସେଥିମଧ୍ୟରୁ ଆନ୍ଧ୍ରପ୍ରଦେଶରେ ଲକ୍ଷେ ୯ ହଜାର କୋଟି, ମହାରାଷ୍ଟ୍ରରେ ୫ ଲକ୍ଷ ୪୬ ହଜାର ୧୨୮ କୋଟି, ଛତିଶଗଡ଼ରେ ୧୩ ହଜାର କୋଟି, ମଧ୍ୟପ୍ରଦେଶରେ ୪୩୦ କୋଟି ଏବଂ ଉତ୍ତରପ୍ରଦେଶରେ ୧୫ ଶହ ୧୩ କୋଟି ଟଙ୍କାର ପ୍ରକଳ୍ପ ଅଟକି ରହିଥିବା କୁହାଯାଉଛି। ଆନ୍ଧ୍ର ପ୍ରଦେଶରେ ମେ ୩୦ରେ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ସରକାର ଆସିବା ପରେ ପ୍ରାୟ ସମସ୍ତ ନିର୍ମାଣ କାର୍ଯ୍ୟ ଅଧାରେ ଅଟକି ରହିଛି। ପ୍ରସ୍ତାବିତ ନୂଆ ରାଜଧାନୀ ଅମରାବତୀର କାମ ଆଉ ଆଗେଇ ପାରୁନି। ଅମରାବତୀ ରାଜଧାନୀ ହେବ କି ନାହିଁ ସେ ନେଇ କିଛି ନିଷ୍ପତ୍ତି ନିଆଯାଇ ପାରୁନି ବୋଲି ଅଭିଯୋଗ ହେଉଛି। କାମ ଅଧାରେ ରହିଯିବାରୁ ବିଲ୍ଡରମାନେ ଚିନ୍ତାରେ ପଡ଼ିଛନ୍ତି। ନିବେଶ ହୋଇଥିବା ଟଙ୍କା ଫେରି ପାଇବା ନେଇ ଆଶଙ୍କା ଦେଖାଦେଇଛି। ସେହିପରି ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସରକାର ଗଠନ ପରେ ମୋଟ୍ରୋ-୩ କାର ରୋଡ୍‌ ପ୍ରକଳ୍ପ ଅଟକି ଯାଇଛି। ଏସବୁର ସମୀକ୍ଷା କରାଯାଉଛି। ଛତିଶଗଡ଼ରେ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲା ସରକାର ପୁରୁଣା ସରକାରଙ୍କ ବହୁ ଯୋଜନାକୁ ଅଟକାଇ ଦେଇଛନ୍ତି। ୯ ହଜାର କୋଟି ଟଙ୍କାର ରେଳ ପରିଯୋଜନା ସମେତ ଅନ୍ୟ ପ୍ରକଳ୍ପ ଗୁଡ଼ିକର ସମୀକ୍ଷା ଜାରି ରହିଛି। ସେହିପରି ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଳ ନାଥ ଶାସନ ଡୋରି ଧରିବା ପରେ ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ ରହିଛି। ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀ ହେବା ପରେ ଅଖିଳେଶ ଯାଦବ ସରକାରଙ୍କ ବହୁ ପ୍ରକଳ୍ପକୁ ଅଧାରେ ବନ୍ଦ କରିଛନ୍ତି। ଏହାର ସିଧାସଳଖ ପ୍ରଭାବ ଠିକାଦାରଙ୍କ ଉପରେ ପଡୁଥିବାରୁ ଅସନ୍ତୋଷ ବୃଦ୍ଧି ପାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri