ନୂଆଗାଁ ଗ୍ରାମରେ ବଜ୍ରପାତ, ୪ ଗୁରୁତର

ପାଲଲହଡା,୩।୯(ଡି.ଏନ.ଏ.)-ପାଲଲହଡା ବ୍ଲକ ଅଲୋରୀ ପଞ୍ଚାୟତ ଖମାର ଥାନା ନୂଆଗାଁ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ବଜ୍ରପାତ ଘଟି ଗୋଟିଏ ପରିବାରର ୪ ଜଣ ସଦସ୍ୟ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଫୁଲ କଳା, ଶୁକ୍ରା କଳା, ସୁଭଦ୍ରା କଳା ଏବଂ ସୋମବାରୀ କଳା। ସମସ୍ତେ ଖାଇସାରି ଘର ବାରଣ୍ଡାରେ ବସିଥିବା ସମୟରେ ବଜ୍ରପାତ ହୋଇଥିଲା। ଫଳରେ ସମସ୍ତେ ଅଚେତ ହୋଇ ପଡ଼ିଥିଲେ। ପରେ ପରିବାର ଲୋକେ ଏବଂ ଗ୍ରାମବାସୀ ସେମାନଙ୍କୁ ଉଦ୍ଧାର କରି ଖମାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ଗୁରୁତରଙ୍କୁ ପାଲଲହଡା ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପାଲଲହଡା ବିଧାୟକ ମୁକେଶ କୁମାର ପାଲ ଗୁରୁତରଙ୍କୁ ଭେଟି ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଏହାପରେ ସମସ୍ତ ଗୁରୁତରଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଡାକ୍ତରଖାନା ପକ୍ଷରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri