ନୂଆଗାଁକୁ ବ୍ୟାପିଲା କରୋନା ସଂକ୍ରମଣ

ନୂଆଗାଁ, ୭।୬ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬ଜଣ ବିଭିନ୍ନ କ୍ବାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ୨ ଜଣ ସ୍ଥାନୀୟ ଅଞ୍ଚଳର ବାସିନ୍ଦା। ସେମାନଙ୍କ ମଧ୍ୟରୁ ଜଣେ ନୂଆଗାଁ ବ୍ଲକର ବୋଲି ଜଣାପଡିଛି । ନୂଆଗାଁରେ ପ୍ରଥମ ଥର ପାଇଁ କରୋନା ରୋଗୀ ଚିହ୍ନଟ ହେବା ପରେ ସାଧାରଣରେ ଆତଙ୍କ ଖେଳିଯାଇଛି । ଉକ୍ତ ରୋଗୀ ଅନ୍ୟ ରାଜ୍ୟରୁ ଆସି ହୋମ୍‌ କ୍ୱାରାଣ୍ଟାଇନରେ ଥିଲେ ା ପ୍ରଶାସନ ପକ୍ଷରୁ ନୂଆଗାଁ ଅଞ୍ଚଳକୁ ସାନିଟାଇଜ କରାଯିବା ସହ ସୋମବାର ବସିବାକୁ ଥିବା ସାପ୍ତାହିକ ହାଟକୁ ବନ୍ଦ କରାଯିବାକୁ ଘୋଷଣା କରାଯାଇଛି । ସେହିଭଳି ନୂଆଗାଁ ସଦର ମାର୍କେଟକୁ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି । ସମ୍ପୃକ୍ତ କରୋନା ସଂକ୍ରମିତ ରୋଗୀ କାହା ସଂସ୍ପର୍ଶରେ ଆସିଛନ୍ତି ସେ ନେଇ ପ୍ରଶାସନ ତରଫରୁ ଯାଞ୍ଚ କରାଯାଉଛି । କରୋନା ସଂକ୍ରମିତ ରୋଗୀ ଜଣକ ଏବେ ରାଉରକେଲା କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ା ସବୁଠାରୁ ଉଦ୍‌ବେଗର ବିଷୟ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଲୋକେ ସରକାରୀ କଟକଣାକୁ ମାନୁନାହାନ୍ତି । ବିଶେଷ କରି ମାକ୍ସ ପିନ୍ଧିବା ଓ ସାମାଜିକ ଦୂରତ୍ୱ କଟକଣାକୁ ଲୋକେ ଗ୍ରହଣ କରୁ ନ ଥିବାରୁ ଏହି ରୋଗ ଏବେ ଗ୍ରାମାଞ୍ଚଳକୁ ବ୍ୟାପିବାରେ ଲାଗିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ

ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି…

ପିଡିଏସ୍‌ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍‌ପି

କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍‌ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ…

ବ୍ରିଜ ଉପରେ କାର ରଖି ନଦୀକୁ ଡେଇଁଲେ ଯୁବକ, ଖୋଜାଖୋଜି ଜାରି

ରାଉରକେଲା,୧୧।୯: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ନୂଆବ୍ରାହ୍ମଣୀ ବ୍ରିଜରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବ୍ରିଜ ଉପରେ କାର ରଖି ଜଣେ ଯୁବକ ନଦୀକୁ ଡେଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?