ନୂଆପଡାକୁ ଦୁର୍ଘଟଣାମୁକ୍ତ ସହର କରାଯିବ: ସଚେତନତା ପାଇଁ ବାହାରିଲା ପୋଲିସ

ନୂଆପଡା ଅଫିସ,୬ା୯-ରାଜ୍ୟର ଉପାନ୍ତ ତଥା ପଡୋଶୀ ଛତିଶଗଡ ସୀମାନ୍ତବର୍ତ୍ତୀ ନୂଆପଡା ଜିଲାରେ ବିଭିନ୍ନ ସମୟରେ ଦୁର୍ଘଟଣାମାନ ଘଟି ବହୁ ମୂଲ୍ୟବାନ ଜୀବନ ହାନି ଘଟୁଛି । ଅନ୍ୟପକ୍ଷେ ଭାରତ ସରକାର ନୂତନ ଭାବେ ସଂଶୋଧିତ ମୋଟର ଯାନ ଚଳାଚଳ ଅଧିନିୟମକୁ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶନାମା କରିଛନ୍ତି । ଏହାକୁ ଠିକ କାର୍ଯ୍ୟକାରୀ କରି ନୂଆପଡାକୁ ଏକ ଦୁର୍ଘଟଣାମୁକ୍ତ ସହର ଭାବେ ଗଢିତୋଳିବା ବୋଲି ନୂଆପଡା ଥାନାଧିକାରୀ ଆଦିତ୍ୟ ମହାକୁଡ ଆହ୍ବାନ ଦେଇଛନ୍ତି । ଗୁରୁବାର ସ୍ଥାନୀୟ ଏକତା ଛକ ନିକଟରେ ଆୟୋଜିତ ସଚେତନତା ସଭାରେ ସେ ଏହା କହିଛନ୍ତି । ଏହିକ୍ରମରେ ଦୀର୍ଘ ଘଣ୍ଟାଏକାଳ ବ୍ୟାପକ ପୋଲିସ ମୁତୟନ କରାଯାଇଥିଲା। ଏଥିରେ ବ୍ୟାପକ ସଂଖ୍ୟାରେ ମହିଳାପୁରୁଷ ଅଧିକାରୀମାନେ ନିୟୋଜିତ ଥିଲେ । ସମସ୍ତଙ୍କ ହାତରେ ସଚେତନତା ସକାଶେ ପ୍ରଚାର ପତ୍ର ରହିଥିଲା । ସମସ୍ତ ପଥଚାରୀ, ଗାଡି ଚାଳକମାନଙ୍କୁ ପୋଲିସ ଟିମ ଅଟକାଇ ବିଭିନ୍ନ ସଚେତନତାର ମନ୍ତ୍ର ଦେଉଥିଲେ। ସୂଚନାଯୋଗ୍ୟ ଯେ, ସରକାର ନୂତନ ଭାବେ ମୋଟର ଯାନ ଆଇନ ୧୯୮୮କୁ ସଂଶୋଧନ କରି ଏହାକୁ ଗତ ୧ ତାରିଖଠାରୁ କଡାକଡି ଭାବେ ଲାଗୁ କରିଛନ୍ତି । ଏହି ନିୟମାବଳୀରେ ଯାତ୍ରୀ, ଚାଳକ, ମାଲିକମାନଙ୍କୁ ଆର୍ଥିକ ଦଣ୍ଡରେ ଦଣ୍ଡବିଧାନ କରାଯାଇଛି । ଏଥିସକାଶେ ପ୍ରଥମେ ସମସ୍ତଙ୍କ ମଧ୍ୟରେ ସଚେତନତା ଆଣିବାକୁ ଗୁରୁବାର ଏହି ଅଭିଯାନ କରାଯାଇଥିଲା । ଆଗକୁ ଯେମିତି ଦଣ୍ଡିତ ନ ହୁଅନ୍ତୁ ସେଥିସକାଶେ ସଜାଗ ରହିବାକୁ ପରାମର୍ଶ ଦିଆଯାଇଥିଲା। କାର୍ଯ୍ୟକ୍ରମରେ ଥାନାଧିକାରୀ ମହାକୁଡ ନେତୃତ୍ୱ ନେଇଥିବାବେଳେ ବହୁ ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ । ସହରର ବହୁ ସଚେତନ ନାଗରିକ ଆଗକୁ ଆସି ଏଥିରେ ସାମିଲ ରହିଥିବା ଦେଖାଯାଇଥିଲା । ଏହି ଅଭିଯାନକ୍ରମେ ଜିଲାବ୍ୟାପି ଚାଲିବାକୁ ଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri