ନୂଆପଡାରେ ବୁଦ୍ଧିଜୀବୀ ସମ୍ମିଳନୀ: ସମସ୍ୟା ସମାଧାନର ବାଟ ଖୋଜୁଛନ୍ତି ବୁଦ୍ଧିଜୀବୀ; ପାର୍ଲାମେଣ୍ଟରେ ଉପସ୍ଥାପନ କରିବି: ଏମ୍‌ପି

ନୂଆପଡା ଅଫିସ,୩୦ା୮-ଲୋକଙ୍କ ବହୁ ଆଶା ଆକାଂକ୍ଷା ଥିଲା ଯେ ନୂଆପଡା ଏକ ଜିଲା ହେବ । ଲୋକଙ୍କର ସବୁ ସମସ୍ୟା ସହଜେ ସମାଧାନ ହେବ । ଜିଲା ଗଠନ ହେବା ଦିନଠାରୁ ସରକାର ଏଠିକାର ଉନ୍ନୟନ ସକାଶେ କୋଟି କୋଟି ଟଙ୍କା ଖର୍ଚ୍ଚ କରିଚାଲିଲେ । ହେଲେ ଫଳାଫଳ କିଛି ଦୃଶ୍ୟମାନ ହେଲାନାହିଁ । ଏହା ବୁଦ୍ଧିଜୀବୀମାନଙ୍କୁ ବ୍ୟଥିତ କରୁଛି । ଏଥିପାଇଁ ସରକାର ସମାଧାନର ରାସ୍ତା ତୁରନ୍ତ ବାହାର କରିବା ଦରକାର ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି। ଜାତି ଦଳ ନିର୍ବିଶେଷରେ ଗୁରୁବାର ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ବୁଦ୍ଧିଜୀବୀ ସମ୍ମିଳନୀରେ ଲୋକେ ବିଭିନ୍ନ ସମସ୍ୟା ଉପସ୍ଥାପନ କରିବା ସହ ପ୍ରସ୍ତାବ ରଖିଥିଲେ। ଅପରାହ୍ନରେ ଅନୁଷ୍ଠିତ ସମ୍ମିଳନୀରେ କଳାହାଣ୍ଡି ଏମପି ବସନ୍ତ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିବାବେଳେ ଜିଲା ଓକିଲ ସଂଘ ସଭାପତି ପ୍ରସନ୍ନ କୁମାର ପାଢୀ, ମୂରଲୀଧର ପଣ୍ଡା, ହୋମସିଂ ମାଝି, ନୂଆପଡା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ରାମନାଥ ସାହୁ, ରାମେଶ୍ୱର ମୁଣ୍ଡ, କ୍ଷୀରୋଦ ନିବାସ ପଣ୍ଡା, ଭଗବାନ ନାଏକ, ନିରୋଜ ପାଢୀ, ହେମନ୍ତ କୁମାର ଦଣ୍ଡସେନା ପ୍ରମୁଖ ମଞ୍ଚାସୀନ ଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିବା ସମସ୍ତ ବୁଦ୍ଧିଜୀବୀ ବିଭିନ୍ନ ସମସ୍ୟା ଉପରେ ଉପସ୍ଥାପନ କରିଥିଲେ। ଏହି ଅବସରରେ ସୁରେଶ କୁମାର ଅଗ୍ରୱାଲ, ରମେଶ ଭୋଇ, କମଳ ପଣ୍ଡା, ଅମିତାଭ ବୋଷ ପ୍ରମୁଖ ବିଭିନ୍ନ ସମସ୍ୟା ଉପରେ କହିଥିଲେ । ଜିଲା ଗଠନର ଏତେ ବର୍ଷ ପରେ ମଧ୍ୟ ଏଠାରେ ଚିକିତ୍ସା ସେବା, ପ୍ରାଥମିକ ହେଉ କି ଉଚ୍ଚ ଶିକ୍ଷା ବିପର୍ଯ୍ୟସ୍ତ ହୋଇପଡିଛି । ରାସ୍ତାଘାଟ ସମସ୍ୟା ସଙ୍ଗୀନ ହେଉଛି । ଏହାକୁ ନେଇ ବୁଦ୍ଧିଜୀବୀମାନେ ବ୍ୟଥିତ ହୋଇଥିଲେ। ଏହା ଉପରେ ରାଜ୍ୟ ତଥା କେନ୍ଦ୍ର ସରକାର ଧ୍ୟାନ ଦେବା ଜରୁରୀ ବୋଲି ମତ ଦେଇଥିଲେ। ଏହା ଉପରେ ଏମପି ପଣ୍ଡା ଗୋଟି ଗୋଟି କରି ଲିପିବଦ୍ଧ କରିଥି ବାବେଳେ ଆଗାମୀ ଦିନରେ ଜିଲାବାସୀଙ୍କ ତରଫରୁ କେନ୍ଦ୍ର ସରକାରଙ୍କ ଦୃଷ୍ଟିକୁ ଆଣିବେ ବୋଲି କହିଥିଲେ । ଏଥିରେ ନୂଆପଡା ସମେତ ଆଖପାଖ ଅଞ୍ଚଳର ଶତାଧିକ ବୁଦ୍ଧିଜୀବୀ ଯୋଗଦେଇଥିଲେ । ବିଭିନ୍ନ ସଙ୍ଗଠନ ଯଥା ପତଞ୍ଜଳୀ ଯୋଗ ସମିତି, ଶିକ୍ଷକ ସଙ୍ଗଠନ, ଗାୟତ୍ରୀ ପରିବାର, ଗୁରୁକୁଳ ପରିବାରରୁ ଲୋକେ ଯୋଗଦେଇ ନୂଆପଡା ତଥା ଜିଲାର ହିତ ପାଇଁ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମରେ ସୀମାଞ୍ଚଳ ମହାପାତ୍ର ମଞ୍ଚ ପରିଚାଳନା କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri